< Zaburi 71 >
1 Ee Bwana, nimekukimbilia wewe, usiache nikaaibika kamwe.
ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
2 Kwa haki yako uniponye na kuniokoa, unitegee sikio lako uniokoe.
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।
3 Uwe kwangu mwamba wa kimbilio, mahali nitakapokimbilia kila wakati; toa amri ya kuniokoa, kwa kuwa wewe ni mwamba wangu na ngome yangu.
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
4 Ee Mungu wangu uniokoe kutoka kwenye mkono wa mwovu, kutoka kwenye makucha ya watu wabaya na wakatili.
ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।
5 Kwa kuwa umekuwa tumaini langu, Ee Bwana Mwenyezi, tegemeo langu tangu ujana wangu.
କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
6 Tangu kuzaliwa nimekutegemea wewe, ulinitoa tumboni mwa mama yangu. Nitakusifu wewe daima.
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
7 Nimekuwa kama kioja kwa wengi, lakini wewe ni kimbilio langu imara.
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
8 Kinywa changu kimejazwa sifa zako, nikitangaza utukufu wako mchana kutwa.
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
9 Usinitupe wakati wa uzee, wala usiniache nguvu zangu zinapopungua.
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
10 Kwa maana adui zangu wananisengenya, wale wanaonivizia kuniua wafanya hila.
କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11 Wanasema, “Mungu amemwacha, mkimbilieni mkamkamate, kwani hakuna wa kumwokoa.”
ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।
12 Ee Mungu, usiwe mbali nami, njoo haraka kunisaidia, Ee Mungu wangu.
ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
13 Washtaki wangu na waangamie kwa aibu, wale wanaotaka kunidhuru na wafunikwe kwa dharau na fedheha.
ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
14 Lakini mimi, nitatumaini siku zote, nitakusifu zaidi na zaidi.
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
15 Kinywa changu kitasimulia haki yako, wokovu wako mchana kutwa, ingawa sifahamu kipimo chake.
ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16 Ee Bwana Mwenyezi, nitakuja na kutangaza matendo yako makuu, nitatangaza haki yako, yako peke yako.
ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
17 Ee Mungu, umenifundisha tangu ujana wangu, hadi leo ninatangaza matendo yako ya ajabu.
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।
18 Ee Mungu, usiniache, hata niwapo mzee wa mvi, mpaka nitangaze uwezo wako kwa kizazi kijacho, nguvu zako kwa wote watakaokuja baadaye.
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19 Ee Mungu, haki yako imefika juu katika mbingu, wewe ambaye umefanya mambo makuu. Ee Mungu, ni nani aliye kama wewe?
ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି?
20 Ingawa umenifanya nipate taabu, nyingi na chungu, utanihuisha tena, kutoka vilindi vya dunia utaniinua tena.
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21 Utaongeza heshima yangu na kunifariji tena.
ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
22 Ee Mungu wangu, nitakusifu kwa kinubi kwa ajili ya uaminifu wako; Ee Uliye Mtakatifu wa Israeli, nitakuimbia sifa kwa zeze.
ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
23 Midomo yangu itapaza sauti kwa furaha ninapokuimbia sifa, mimi, ambaye umenikomboa.
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
24 Ulimi wangu utasimulia matendo yako ya haki mchana kutwa, kwa maana wale waliotaka kunidhuru, wameaibishwa na kufadhaishwa.
ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।