< Zaburi 9 >

1 Kwa mwimbishaji. Mtindo wa muth-labeni. Zaburi ya Daudi. Ee Bwana, nitakutukuza kwa moyo wangu wote, nitayasimulia matendo yako yote ya ajabu.
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
2 Nitafurahi na kushangilia ndani yako. Nitaliimbia sifa jina lako, Ewe Uliye Juu Sana.
ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
3 Adui zangu wamerudi nyuma, wamejikwaa na kuangamia mbele zako.
ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
4 Kwa maana umetetea haki yangu na msimamo wangu; umeketi kwenye kiti chako cha enzi, ukihukumu kwa haki.
କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5 Umekemea mataifa na kuwaangamiza waovu; umeyafuta majina yao milele na milele.
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6 Uharibifu usiokoma umempata adui, umeingʼoa miji yao; hata kumbukumbu lao limetoweka.
ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
7 Bwana anatawala milele, ameweka kiti chake cha enzi apate kuhukumu.
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
8 Mungu atahukumu ulimwengu kwa haki, atatawala mataifa kwa haki.
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9 Bwana ni kimbilio la watu wanaoonewa, ni ngome imara wakati wa shida.
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10 Wote wanaolijua jina lako watakutumaini wewe, kwa maana wewe Bwana, hujawaacha kamwe wakutafutao.
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
11 Mwimbieni Bwana sifa, amefanywa mtawala Sayuni, tangazeni miongoni mwa mataifa, yale aliyoyatenda.
ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
12 Kwa maana yeye alipizaye kisasi cha damu hukumbuka, hapuuzi kilio cha wanaoonewa.
କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13 Ee Bwana, tazama jinsi walivyo wengi adui zangu wanaonitesa! Nihurumie, uniinue kutoka malango ya mauti,
ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14 ili niweze kutangaza sifa zako katika malango ya Binti Sayuni na huko niushangilie wokovu wako.
ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15 Mataifa wameanguka kwenye shimo walilolichimba, miguu yao imenaswa kwenye wavu waliouficha.
ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16 Bwana anajulikana kwa haki yake, waovu wamenaswa katika kazi za mikono yao.
ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, (ସେଲା)
17 Waovu wataishia kuzimu, naam, mataifa yote wanaomsahau Mungu. (Sheol h7585)
ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। (Sheol h7585)
18 Lakini mhitaji hatasahaulika siku zote, wala matumaini ya walioonewa hayatapotea.
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
19 Ee Bwana, inuka, usimwache binadamu ashinde. Mataifa na yahukumiwe mbele zako.
ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
20 Ee Bwana, wapige kwa hofu, mataifa na yajue kuwa wao ni watu tu.
ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। (ସେଲା)

< Zaburi 9 >