< Warumi 13 >

1 Kila mtu na atii mamlaka inayotawala, kwa maana hakuna mamlaka isiyotoka kwa Mungu, nazo mamlaka zilizopo zimewekwa na Mungu.
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
2 Kwa hiyo yeye anayeasi dhidi ya mamlaka inayotawala anaasi dhidi ya kile kilichowekwa na Mungu, nao wale wafanyao hivyo watajiletea hukumu juu yao wenyewe.
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
3 Kwa kuwa watawala hawawatishi watu wale wanaotenda mema bali wale wanaotenda mabaya. Je, wataka usimwogope mwenye mamlaka? Basi tenda lile lililo jema naye atakusifu.
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
4 Kwa maana mwenye mamlaka ni mtumishi wa Mungu kwa ajili ya mema. Lakini kama ukitenda mabaya, basi ogopa, kwa kuwa hauinui upanga bila sababu. Yeye ni mtumishi wa Mungu, mjumbe wa Mungu wa kutekeleza adhabu juu ya watenda mabaya.
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
5 Kwa hiyo ni lazima kutii wenye mamlaka, si kwa sababu ya kuogopa adhabu iwezayo kutolewa, bali pia kwa ajili ya dhamiri.
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
6 Kwa sababu hii mnalipa kodi, kwa maana watawala ni watumishi wa Mungu, ambao hutumia muda wao wote kutawala.
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
7 Mlipeni kila mtu kile mnachodaiwa. Kama mnadaiwa kodi lipeni kodi, kama ni ushuru, lipeni ushuru, astahiliye hofu, mhofu, astahiliye heshima, mheshimu.
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
8 Msidaiwe kitu na mtu yeyote, isipokuwa kupendana, kwa maana yeye ampendaye mwenzake, ameitimiza sheria.
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
9 Kwa kuwa amri hizi zisemazo, “Usizini,” “Usiue,” “Usiibe,” “Usitamani,” na amri nyingine zote, zinajumlishwa katika amri hii moja: “Mpende jirani yako kama nafsi yako.”
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
10 Upendo haumfanyii jirani jambo baya. Kwa hiyo upendo ndio utimilifu wa sheria.
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11 Nanyi fanyeni hivi, mkiutambua wakati tulio nao. Saa ya kuamka kutoka usingizini imewadia, kwa maana sasa wokovu wetu umekaribia zaidi kuliko hapo kwanza tulipoamini.
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
12 Usiku umeendelea sana, mapambazuko yamekaribia. Kwa hiyo tuyaweke kando matendo ya giza na tuvae silaha za nuru.
ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
13 Basi na tuenende kwa adabu kama inavyopasa wakati wa mchana, si kwa kufanya karamu za ulafi na ulevi, si kwa ufisadi na uasherati, si kwa ugomvi na wivu.
ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
14 Bali jivikeni Bwana Yesu Kristo, wala msifikiri jinsi mtakavyotimiza tamaa za miili yenu yenye asili ya dhambi.
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।

< Warumi 13 >