< Zekaria 13 >

1 “Katika siku hiyo, chemchemi itafunguliwa kwa nyumba ya Daudi na wakazi wa Yerusalemu, kuwatakasa dhambi na unajisi.
ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
2 “Katika siku hiyo, nitayakatilia mbali majina ya sanamu kutoka nchi, nayo hayatakumbukwa tena,” asema Bwana Mwenye Nguvu Zote. “Nitaondoa manabii wao pamoja na roho ya uchafu katika nchi.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
3 Ikiwa yupo yeyote atakayeendelea kutabiri, baba yake na mama yake waliomzaa watamwambia, ‘Ni lazima ufe, kwa sababu umesema uongo kwa jina la Bwana.’ Atakapotabiri, wazazi wake mwenyewe watampasua tumbo.
ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
4 “Katika siku hiyo, kila nabii ataaibika kwa maono ya unabii wake. Hatavaa vazi la kinabii la nywele ili apate kudanganya watu.
ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
5 Atasema, ‘Mimi sio nabii. Mimi ni mkulima; ardhi imekuwa kazi yangu tangu ujana wangu.’
ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
6 Ikiwa mtu atamuuliza, ‘Majeraha haya yaliyo mwilini mwako ni ya nini?’ Atajibu, ‘Ni majeraha niliyoyapata katika nyumba ya rafiki zangu.’
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
7 “Amka, ee upanga, dhidi ya mchungaji wangu, dhidi ya mtu aliye karibu nami!” asema Bwana Mwenye Nguvu Zote. “Mpige mchungaji, nao kondoo watatawanyika, nami nitageuza mkono wangu dhidi ya walio wadogo,
“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
8 katika nchi yote,” asema Bwana, “theluthi mbili watapigwa na kuangamia; hata hivyo theluthi moja watabaki ndani yake.
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
9 Hii theluthi moja nitaileta katika moto; nitawasafisha kama fedha isafishwavyo na kuwajaribu kama dhahabu. Wataliitia Jina langu nami nitawajibu; nitasema, ‘Hawa ni watu wangu,’ nao watasema, ‘Bwana ni Mungu wetu.’”
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”

< Zekaria 13 >