< 1 Nyakati 13 >

1 Daudi akashuriana na wakuu wa jeshi la maelfu na mamia, na kila kiongozi.
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
2 Daudi akasema kwa kusanyiko la Isaraeli, “Kama itakuwa vyema, na kama hii inatoka kwa Yahweh Mungu wetu, na tutume wajumbe kila sehemu kwa ndugu zetu walio baki maeneo yote ya Israeli, na kwa makuhani na Walawi walio kwenye miji yao. Waambiwe wajiunge nasi.
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
3 Na tulete sanduku la Mungu wetu, kwa kuwa hatukutafuta mapenzi yake katika siku za Sauli.”
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
4 Kusanyiko lote liliafiki kufanya haya yote, kwa kuwa yalionekana sawa machoni pa watu wote.
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
5 Kwaiyo Daudi akakusanya Israeli yote, kutoka mto Shihori ulio Misri hadi Lebo Hamathi, kuleta sandaku la Mungu kutoka Kiriathi Yearimu.
ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
6 Daudi na Israeli yote walienda mpaka Baala, ambayo ni, Kiriathi Yearimu, ambao ni ya Yuda, kuleta sanduku la Mungu, ambalo linaitwa kwa jina la Yahweh, Yahweh, ambaye ameketi juu ya makerubi.
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
7 Kwaiyo wakaketisha sanduku la Mungu juu ya chombo kipya cha matairi. Wakaleta nje ya nyumba ya Abinadabu. Uza na Ahio walikuwa wakilinda hicho chombo.
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
8 Daudi na Israeli yote walikuwa wakishangilia mbele za Mungu kwa nguvu zao zote. Walikuwa wakiimba na vyombo vya uzi, vinubi, upatu, na tarumbeta.
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
9 Walipo kuja eneo la kupeta mazao huko Kidoni, Uza alinyoosha mkono wake kuzuia sandaku, sababu ng'ombe aliyekuwa amebeba sanduku aliyumba.
ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
10 Hasira ya Yahweh ikawaka juu ya Uza, na Yahweh akamua kwasababu Uza alishika na mkono wake sanduku. Akafa pale mbele za Mungu.
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
11 Daudi alipatwa na hasira kwa kuwa Yahweh alimshambulia Uza. Hiyo sehemu inaitwa Perezi Uza hadi leo.
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
12 Daudi alimuogopa Mungu hiyo siku. Akasema, “Nawezaje kuleta sanduku la Mungu nyumbani mwangu?”
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
13 Kwaiyo Daudi hakuleta sanduku kwenye mji wa Daudi, lakini aliweka pembeni mwa nyumba ya Obedi Edomu Mgiti.
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।
14 Sanduku la Mungu lilibaki nyumbani mwa Obedi Edomu kwa miezi mitatu. Kwaiyo Yahweh akabariki nyumba yake na yote aliyo miliki.
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।

< 1 Nyakati 13 >