< 2 Nyakati 19 >
1 Yehoshafati mfalme wa Yuda akarudi salama nyumbani kwake Yerusalemu.
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
2 Kisha Yehu mwana wa Hanani, mwonaji, akatoka kukutana naye na akasema kwa mfalme Yehoshafati, “Unapaswa kuwa unawasaidia waovu? Unapaswa kuwapenda wanaomchukia Yahwe? Kwa ajili ya tendo hili, ghadhabu toka kwa Yahwe iko juu yako.
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
3 Aidha, kuna baadhi ya mema ya kuonekana ndani yako, kwamba umeziondosha Maashera nje ya nchi, na umeukaza moyo wako kumtafuta Mungu.”
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”
4 Yehoshafati akaishi katika Yerusalemu; na akaenda nje tena miongoni mwa watu wa Beer- sheba hadi nchi ya kilima ya Efraimu na akawarudisha kwa Yahwe, Mungu wa baba zao.
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।
5 Akaweka waamuzi katika nchi katika miji yote ya Yuda yenye angome, mji kwa mji.
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
6 Akawaambia waamuzi, “Zingatieni mnachopaswa kufanya, kwa sababu hamuamui kwa ajili ya mwanadamu, bali kwa ajili ya Yahwe; yuko pamoja nanyi katika kazi ya kuamua,
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
7 Basi sas iacheni hofu ya Mungu iwe juu yenu. Iweni waangaliafu mnapoamua, kwa maana hakuna uovu wa Yahwe Mungu wetu, wala hakuna upendeleo wala hongo.”
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
8 Vile vile, katika Yerusalemu Yehoshafati akateua baadhi ya Walawi na makuhani, na baahdhi ya viongozi wa nyumba za mababu wa Israeli, kwa ajili ya kufanya hukumu kwa ajili ya Yahwe, na kwa ajili ya migogoro. Wakaishi katika Yerusalemu.
ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
9 Akawaelekeza, akisema, “Lazima mtumike kwa heshima kwa ajaili ya Yahwe, kwa uaminifu, na na kwa moyo wenu wote.
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
10 Kila mgogoro wowote utakapokuja kwenu kutoka kwa ndugu zenu wanaoishi katika miji yao, iwe inahusu mauji, iwe inhusu torati na amri, lazim muwaonye, ili kwamba wasiwe na hatia mbele za Yahwe, la sivyo ghadhabu itakuja juu yenu na juu ya ndugu zenu. Mnapaswa kufanya hivyo na hamtakuwa na hatia
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
11 Ona, Amaria kuhani mkuu yuko juu yenu katika mambo yote ya Yahwe. Zebadia mwana wa Ishmaeli, kiongozi wa nyumba ya Yuda, ni kiongozi katika yote katika mambo yote ya mfalme. Pia, Walawi watakuwa wasimamizi wakiwatumikia ninyi. Muwe hodari na tiini maelekezo yenu, na Yahwe awe moja nao walio wema.”
ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”