< 2 Nyakati 27 >

1 Yothamu alikuwa na umri wa mika ishirini na mitano alipoanza kutawala; alitawala miaka kumi na sita katika Yerusalemu. Jina la mama yake lilikuwa Yerusha; alikuwa binti Sadoki.
ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2 Akafanya yaliyomema katika macho ya Yawe, akiufuta mfano wa baba yake, Uzia, katika mabo yote. Pia alijiepusha kuingia katika hekalu la Yahwe. Lakini watu bado walikuwa wanaenda katika njia za uovu.
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3 Akalijenga tena lango la juu la nyumba ya Yahwe, na juu ya kilima cha Ofeli akajenga sana.
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4 Vilevile alijenga miji katika kilima cha Yuda, na katika mistu alijenga ngome na minara.
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5 Pia alipigana na mfalme wa watu wa Amoni na akawashinda. Katika mwaka huo huo, watu wa Amoni walimpa talanta mia moja za fedha, kori elfu kumi za ngano, kori elfu kumi za shayiri. Watu wa Amoni wakampa hivyo hivyo katika mwaka wa pili na wa tatu.
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
6 Kwa hiyo Yothamu akawa na nguvu sana kwa sababu alitembea imara mbele za Yahwe Mungu wake.
ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
7 Kwa mambo mengine kuhusu Yothamu, vita vyake vyote, na njia zake zote, ona, yameandikwa katika kitabu cha wafalme wa Israeli na Yuda.
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
8 Alikuwa na umri wa miaka ishirini na mitano alipoanza kutawala; alitawala kwa miaka kumi na sita kataika Yerusalemu.
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
9 Yothamu akalala pamoja na babu zake, na wakamzika katika mji wa Daudi. Ahazi, mwanaye, akawa mfalme katika nafasi yake.
ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

< 2 Nyakati 27 >