< 2 Wafalme 10 >

1 Basi Ahabu alikuwa na watoto sabini katika Samaria. Yehu akaandika barua na kuzituma kwenda Samaria, kwa watawala wa Yezreeli, pamoja na wazee na walinzi wa wana wa Ahabu akisema,
ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
2 “Wana wa bwana wako wako pamoja na wewe, na wewe pia una magari ya farasi na farasi na kuimarisha mji dhidi ya maadui na silaha. Hivyo basi, haraka iwezekanavyo barua hii ikufikiapo,
“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
3 mchagueni aliye bora na anayestahili miongoni mwa mtoto wa bwana wenu na kumuweka kwenye kiti cha kifalme cha baba yake, na kupigania ufalme wa bwana wenu.”
ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
4 Lakini waliogopa na kusema miongoni mwao, “Tazama, wafalme wawili hawatasimama mbele ya Yehu. Hivyo tutasimamaje?”
ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”
5 Kisha yule mtu ambaye alikuwa kiongozi kwenye nyumba ya mfalme, na wale waliowalea watoto, wakatuma ujumbe kwa Yehu, kusema, “Sisi ni watumishi wako. Tutafanya chochote utakacho tuamuru. Hatutamfanya mtu yeyote kuwa mfalme. Fanya lile lililojema machoni pako.”
ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
6 Kisha Yehu akaandika barua mara ya pili, akisema, “Kama mko upande wangu, na kama mtasikiliza sauti yangu, mtachukua vichwa vya watu wa wana wa mabwana wenu, na mje kwangu Yezreeli kesho mda kama huu.” Ndipo wana wa wafalme, sabini kwa hesabu, waliokuwa watu muhimu huko mjini, ambao walikuwa wakiwaleta.
ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋʼ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତାକାଲି ଏହି ସମୟରେ ଯିଷ୍ରିୟେଲକୁ ମୋʼ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।
7 Hivyo barua ilipokuja kwao, waliwachukua wana wa wafalme na kisha kuwaua, watu sabini, wakaweka vichwa vyao kwenye vikapu, na kuivituma kwa Yehu katika Yezreeli.
ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
8 Mjumbe mmoja akaja kwa Yehu, akisema, “Wamevileta vile vichwa vya watoto wa wafalme.” Hivyo akasema, viwekeni kwenye mafungu mawili kwenye lango hadi asubuhi.”
ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”
9 Asubuhi Yehu akatoka nje na kusimama, na kusema kwa watu wote, “Ninyi hamna hatia. Tazameni, nimefanya fitina dhidi ya bwana wangu na kumuua, lakini ni nani aliyewaua hawa wote?
ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
10 Sasa hakika tafakarini kwamba hakuna sehemu ya neno la Yahwe, lile alilonena Yahwe kuhusu familia ya Ahabu, itaanguka kwenye aridhini, kwa kuwa Yahwe amefanya kile alichokiongea kupitia mtumishi wake Eliya.”
ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
11 Basi Yehu akawaua wote waliokuwa wamebakia wa familia ya Ahabu katika Yezreeli, na watu wake muhimu wote, marafiki zake wa karibu, na makuhani wake, hakuna hata mmoja wao alisalia.
ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
12 Kisha Yehu akainuka na kuondoka; akaenda Samaria. Kadiri alivyokuwa akikaribia Bethi Ekedi ya wachungaji,
ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
13 akamlaki na ndugu wa Ahazia mfalme wa Yuda. Yehu akawaambia, “Ninyi ni akina nani?” Wakajibu, “Sisi ni ndugu zake na Ahazia, na tunashuka chini kuwasalimia watoto wa mfalme na watoto wa Malkia Yezebeli.”
ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”
14 Yehu akawaambia watu wake mwenyewe, “Wachukue wakiwa hai.” Hivyo wakawachukua wakiwa hai na kuwaua kwenye kisima cha Bethi Ekedi, watu wote arobaini na mbili. Hakumwacha hata mmoja wao akiwa hai.
ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15 Baada ya Yehu kuondoka huko, akakutana na Yehonadabu mwana wa Rekabu anakuja kukutana naye. Yehu akamsalimia na kisha akamwambia, “Je moyo wako uko na mimi, kama moyo wangu ulivyo pamoja na wako?” Yehonadabu akajibu, Ndio.” Yehu akasema, “kama ni ndio, nipatie mkono wako.” Kisha Yehonadabu akampatia mkono wake, na Yehu akampandisha Yehonadabu juu kwenye magari ya farasi pamoja naye.
ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।
16 Yehu akasema, “Fuatana pamoja nami na uone wivu wangu kwa Yahwe.” Hivyo alikuwa na Yehonadabu akiendesha gari la farasi.
ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
17 Wakati alipokuja Samaria, Yehu akawaua wote waliobakia kutoka uzao wa Ahabu katika Samaria, hata akawaangamiza ukoo wa kifalme wa Ahabu, kama walivyokuwa wameambiwa kabla ya neno la Yahwe, ambalo aliloambiwa Eliya.
ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
18 Kisha Yehu akawakusanya watu wote akwaambia, “Ahabu alimtumikia Baali kidogo, lakini Yehu atamtumikia sana.
ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍‍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
19 Basi niitieni manabii wote wa Baali, wote wamwabuduo, na makuhani wake wote. Asikosekane mtu hata mmoja, kwa kuwa nina dhabihu kubwa nataka kutoa kwa Baali. Yeyote atakayeshindwa kuja hataishi.” Lakini Yehu alifanya haya kwa udanganyifu, kwa dhamira ya kuwaua wanaomwabudu Baali.
ଏହେତୁ ଏବେ ବାଲ୍‍ର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍‍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍‍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
20 Yehu akasema, “Tengeni mda tuwe na mkutano kwa ajili ya Baali.” Hivyo wakalitangaza.
ଆଉ ଯେହୂ କହିଲେ, “ବାଲ୍‍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
21 Kisha Yehu akatuma Israeli yote na wamwabuduo Baali waje, hivyo basi hakuna mtu hata mmoja ambaye aliacha kuja. Walikuja kwenye hekalu la Baali, na ilijaa kutoka mwanzo hadi mwisho.
ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍‍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍‍ର ମନ୍ଦିରକୁ ଆସନ୍ତେ, ବାଲ୍‍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
22 Yehu akamwambia yule mtu aliyekuwa anatunza kabati la nguo za makuhani, “Uwatolee mavazi wote wamwabuduo Baali.” Basi yule mtu akawatolea nguo.
ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
23 Basi Yehu akaingia pamoja na Yohonadabu mwana wa Rekabu kwenye nyumba ya Baali, na kisha akawaambia wanaomwabudu Baali, “Tafuteni na muhahakishe kwamba hakuna mtu hapa pamoja na ninyi kutoka watumishi wa Yahwe, lakini wamwabuduo Baali peke yao.”
ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍‍ ବାଲ୍‍ ମନ୍ଦିରକୁ ଗଲେ; ଆଉ ସେ ବାଲ୍‍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍‍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
24 Kisha wakaenda kutoa dhabihu na sadaka ya kutekeza. Basi Yehu alichagua watu themanini ambao walikuwa wamesimama nje, na aliwaambia, Kama mtu yeyote miongoni mwa hawa watu ambao nimewaleta kwenye mikono yenu atoroke, yeyote atakayemwacha huyo mtu atoroke, maisha yake yatachukuliwa kwa ajili ya yule aliyeokoka.”
ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
25 Hivyo kisha baada ya mda mfupi Yehu alipomaliza kutoa sadaka ya kutekezwa, akamwambia mlinzi na manahodha, “Ingieni na muwaue. Msimwache mtu yeyote atoke.” Basi waliwaua kwa makali ya upanga, na mlinzi na manahodha wakawatupa nje na kwenda kwenye chumba cha ndani cha nyumba ya Baali.
ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍‍ ମନ୍ଦିରର ଗୃହକୁ ଗଲେ।
26 Wakazitoa nguzo za mawe ambazo zilikuwa kwenye nyumba ya Baali, na kisha kuzichoma.
ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
27 Kisha wakazivunja zile nguzo za Baali, na kuiharibu nyumba ya Baali na kuifanya choo, ambacho kipo hadi leo.
ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
28 Hivi ndivyo ambavyo Yehu alivyomharibu muabudu Baali kutoka Israeli.
ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍‍କୁ ଉଚ୍ଛିନ୍ନ କଲେ।
29 Lakini Yehu hakuacha dhambi za Yeroboamu mwana wa Nebati, ambayo ilfanya Israeli kutenda dhambi-ambayo ni, kumwabudu ndama wa dhahabu katika Betheli na Dani.
ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
30 Hivyo Yahwe akamwambia Yehu, “Kwa kuwa umefanya vema kwa kufanya yaliyo sahihi kwenye macho yangu, na kumailiza kwenye nyumba ya Ahabu kulingana na yote yaliyokuwa kwenye moyo wangu, uzao wako utakaa kwenye kiti cha Israeli hadi kizazi cha nne.”
ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
31 Lakini Yehu hakujali kutembea kwenye sheria ya Yahwe, Mungu wa Israeli, kwa moyo wake wote. Hakugeuka kutoka kwenye dhambi za Yeroboamu, ambayo iliwafanya Israeli kutende dhambi.
ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
32 Siku zile Yahwe akaanza kupunguza mikoa ya Israeli, na Hazaeli kuwashinda Waisraeli mipakani mwa Israeli,
ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
33 kutoka Yordani upande wa mashariki, nchi yote ya Gileadi, Wagadi, na Wareubeni, na Wamanase, kutoka Aroeri, alipo karibu na bonde la Arnoni, kupita Geleadi hadi Bashani.
ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।
34 Kama kwa mambo mengine yamhusuyo Yehu, na yote aliyoyafanya, na ushujaa wake, je hayakuandikwa kwenye kitabu cha matukio ya wafalme wa Israeli?
ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
35 Yehu akalala na wazee wake, na walimzika katika Samaria. Kisha Yehoahazi mwanaye akawa mfalme katika sehemu yake.
ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।
36 Mda ambao Yehu alitawala juu ya Israeli katika Samaria ulikuwa miaka ishini na nane.
ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।

< 2 Wafalme 10 >