< 2 Wafalme 15 >

1 Katika mwaka wa ishirini na saba wa Yeroboamu mfalme wa Israeli, Azaria mwana wa Amazia mfalme wa Yuda akaanza kutawala.
ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 Azaria alikuwa na umri wa miaka kumi na sita alipoanza kutawala, na alitawala kwa mda wa miaka hamsini na mbili katika Yerusalemu. Mama yake alikuwa anaitwa Yekolia, na alikuwa anatokea Yerusalemu.
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
3 Alifanya yaliyo mema machoni pa Yahwe, kama baba yake Amazia alivyofanya.
ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
4 Lakini, mahali pa juu hapakuwa pameondolewa. Watu wakaendelea kutoa sadaka na kufukiza ubani katika mahala pa juu.
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Yhawe akampiga mfalme hivyo basi akawa na ukoma mpaka siku ya kifo chake na alikaa kwenye nyumba ya pekee. Yothamu, mtoto wa mfalme, alikuwa juu ya watu na kuwaongoza watu wa nchi.
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
6 Kama kwa mambo mengine yanayomhusu Azaria, yote aliyoyafanya, je hayajaandikwa kwenye kitabu cha matukio ya wafalme wa Yuda?
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
7 Hivyo Azaria alilala pamoja na babu zake katika mji wa Daudi. Yothamu, mtoto wake, akawa mfalme katika mahala pake.
ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
8 Katika mwaka wa thelathini na nane mwaka wa Azaria mfalme wa Yuda, Zekaria mwana wa Yeroboamu akatawala juu ya Israeli katika Samaria kwa miezi sita.
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
9 Alifanya yaliyo maovu usoni mwa Yahwe, kama baba zake waliyoyafanya. Hakuziacha dhambi za Yeroboamu mwana wa Nabeti, ambaye alisababisha Israeli kuasi
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
10 Shalumu mwana wa Yabeshi akafanya njama dhidi ya Zekaria, akamshambulia katika Ibleamu, na kumuua. Kisha akawa mfalme katika mahala pake.
ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11 Kama kwa mambo mengine yanayomuhusu Zekaria, yameandikwa kwenye kitabu cha matukio ya wafalme wa Israeli.
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12 Hili ndilo lililokuwa neno la Yahwe ambalo aliongea na Yehu, kusema, “Kizazi chako kitakaa katika kiti cha Israeli mpaka kizazi cha nne.” Hiyo ikatokea.
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13 Shalumu mwana wa Yabeshi akaanza kutawala katika mwaka wa thelathini na tisa wa Azaria mfalme wa Yuda, na kutawala kwa mwezi mmoja tu katika Samaria.
ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
14 Menahemu mwana wa Gadi akapanda kutoka Tirza kwenda Samaria. Akamshambulia Shalumu mwana wa Yabeshi hapo, katika Samria. Akamuua na kuwa mfalme katika mahali pake.
ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
15 Kama kwa mambo mengine yanayomuhusu Shalumu na njama aliyoifanya, yameandikwa kwenye kitabu cha matukio cha wafle wa Israeli.
ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
16 Ndipo Menahemu akamshambulia Tifsa na wote waliokuwa pale, na mipaka yote kuzunguka Tizra, kwasababu hawakufungua kwenye mji. Hivyo akaushambulia, na akawapasua wanawake wajawazito wote katika hicho kijiji.
ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
17 Katika mwaka wa thelathini na tisa wa Ahazia mfalme wa Yuda, Menahemu mwana wa Gadi akaanza kutawala; alitawala kwa miaka kumi katika Samaria.
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
18 Alifanya yaliyo maovu usoni mwa Yahwe. Katika maisha yake yote, hakuziacha dhambi za Yeroboamu mwana wa Nabeti, ambaye alifanya Israeli kufanya dhambi.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
19 Kisha Pulu mfalme wa Ashuru akaja kinyume cha nchi, na Menahemu akampatia Pulu talanta elfu moja za fedha, hivyo msaada wa Pulu ungeweza kuwa na yeye kuimarisha utawala wa Israeli katika nchi yake.
ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
20 Menahemu akatoza hii pesa kutoka Israeli kwa kumtaka kila mtu tajiri alipe shekeli hamsini za fedha kwake kumpatia mfalme wa Ashura. Hivyo mfalme wa Ashuru akarudi na hakukaa pale katika ile nchi.
ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
21 Kama kwa mabo mengine yanayomuhusu Menahemu, na yote aliyoyafanya, je hayajaandikwa kwenye kitabu cha matukio ya waflme wa Israeli?
ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22 Hivyo Menahemu akalala pamoja na babu zake, na Pekahia mtoto wake akawa mfalme katika mahala pake.
ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
23 Katika mwaka wa hamsini wa Azaria mfalme wa Yuda, Pekahia mwana wa Menahemu akaanza kutawala juu ya Israeli katika Samaria; alitawala kwa muda wa miaka miwili.
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24 Alifanya yaliyo maovu usoni pa Yahwe. Hakuziacha dhambi za Yeroboamu mwana wa Nabeti, ambazo kwa hizo alisababisha Israeli kufanya dhambi.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 Pekahia alikuwa na afisa aliyekuwa anaitwa Peka mwana wa Remalia, ambaye alifanya njama dhidi yake. Pamoja na watu hamsini wa Gileadi, Peka akamuua Pekahia pamoja na Argobu na Arie katika Samaria, katika ngome ya nyumba ya mfalme. Peka akamuua alipomua Pekahia akawa mfalme katika mahala pake.
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
26 Kama kwa mambo mengine yanayomuhusu Pekahia, yote aliyoyafanya, yameandikwa kwenye kitabu cha matukio ya wafalme wa Israeli.
ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
27 Katika mwaka wa hamsini na mbili wa Azia mfalme wa Yuda, Peka mwana wa Remalia akaanza kutawala juu ya Israeli katika Samaria; alitawala miaka Ishirini.
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
28 Alifanya yaliyo maovu usoni mwa Yahwe. Hakuziacha dhambi za Yeroboamu mwana wa Nabati, ambaye alisababisha Israeli kufanya dhambi.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
29 Katika siku za Peka mfalme wa Israeli, Tiglath Pileseri mfalme wa Ashuru akaja na kuichukua Iyoni, Abel Beth Maaka, Yanoa, Kadeshi, Hazori, Gileadi, na nchi yote ya Naftali. Akawachukua hao watu hadi Ashuru.
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
30 Hivyo Hoshea mwana wa Ela akafanya njama dhidi ya Peka mwana wa Remalia. Akaishambulia na kisha kumuua. Kisha akawa mfalme katika mahali pake, katika mwaka wa ishirini wa Yothamu mwana wa Uzia.
ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
31 Kama kwa mambo mengine yanayomuhusu Peka, yote aliyoyafanya, yameandikwa kwenye kitabu cha matukio ya wafalme wa Israeli.
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
32 Katika mwaka wa pili wa Peka mwana wa Remalia, mfalme wa Israeli, Yothamu mwana wa Azaria, mfalme wa Yuda akaanza kutawala.
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।
33 Alikuwa na umri wa miaka ishirini alipoanza kutawala; alitawala kwa muda wa miaka kumi na sita katika Yerusalimu. Mama yake alikuwa anaitwa Yerusha; alikuwa binti ya Sadoki.
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
34 Yotahmu alifanya yaliyo sahihi usoni pa Yahwe. Alifuata mfano wa yote baba yake Azaria aliyofanya.
ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
35 Ila, mahali pa juu hapakuchukuliwa. Watu walikuwa wakitio sadaka na kufukiza ubani katika mahali pa juu. Yothamu akajenga lango la juu la nyumba ya Yahwe.
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
36 Kama kwa mambo mengine yanayomuhusu Yothamu, na yote aliyoyafanya, je yameandikwa katika kitabu cha matukio ya wafalme wa Yuda?
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
37 Katika zamani hizo Yahwe akaanza kumtuma dhidi ya Yuda Rezini mfalme wa Sahmu, na Peka mwana wa Remalia.
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
38 Yothamu akalala pamoja na babu zake na akazikwa pamoja na babu zake katika mji wa Daudi, babu yake. Kisha Ahazi, mtoto wake, akwa mfalme katika mhali pake.
ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

< 2 Wafalme 15 >