< 2 Wafalme 21 >

1 Manase alikuwa na umri wa miaka kumi na mbili wakati alipoanza kutawala; alitawala miaka hamsini na tano katika Yerusalemu. Mama yake alikuwa anaitwa Hefziba.
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
2 Alifanya maovu usoni kwa Yahwe, kama machukizo ya mataifa ambayo Yahwe aliyafukuza nje mbele ya wana wa Israeli.
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
3 Kwa kupajenga tena mahala pa juu ambapo Hezekia baba yake alipaharibu, na akajenga madhabahu kwa ajili ya Baali, akafanya Ashera, kama Ahabu mfalme wa Israeli alivyofanya, akasujudu kwa nyota zote za mbinguni na kuwaabudu wao.
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
4 Manase akajenga madhabahu za kipagani kwenye nyumba ya Yahwe, ingawaje Yahwe aliamuru, “Jina langu litakuwa Yerusalemu daima.”
“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
5 Akajenga madhabahu kwa ajili ya nyota zote za mbinguni katika behewa mbili za nyumba ya Yahwe.
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
6 Akamuweka mtoto wake wa kiume kwenye moto; akatazama bao ushirikina na kujishuhulisha pamoja wale ambao wenye pepo wa utambuzi na wale wachawi. Akafanya maovu mengi usoni kwa Yahwe na kuchochea hasira kwa Mungu.
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
7 Sanamu ya kuchongwa ya Ashera ambayo aliitnegeneza, akaiweka kwenye nyumba ya Yahwe. Nyumba hii ndiyo ambayo Yahwe alimwambia Daudi na Sulemani mwanawe; alisema: “Ni nyumba hii na katika Yerusalemu, ambayo nimeichagua kutoka makabila yote ya Isaraeli, ambako nitaliweka jina langu milele.
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
8 Sintofanya miguu ya Israeli kushindwa tena nje ya nchi ambayo niliwapa babu zao, kama tu watakuwa makini kutii yale yote niliyowaamuru, na kufuata sheria zote ambazo mtumishi wangu Musa aliwaamuru.”
ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
9 Lakini watu hawakusikia, na Manase akawaongoza kufanya maovu zaidi kuliko yale ya mataifa ambayo Yahwe aliyaharibu mbele ya watu wa Israeli.
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
10 Basi Yahwe akaongea na watumishi wake manabii, akisema,
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
11 Kwasababu Manase mfalme wa Yuda amefanya haya machukizo, na kutenda maovu zaidi kuliko yote waliyoyatenda Waamori ambao walikuwa mbele yake walikubali, na pia aliwafanya Yuda kuasi kwa sanamu zake,
“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।
12 kwa hiyo Yahwe, Mungu wa Israeli, akasema hivi: Tazama, nakaribia kuleta uovu juu ya Yerusalemu na Yuda ambayo kila mtu asikiapo kuhusu hilo, masikio yake yote yatang'aa.
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
13 Nitanyoosha juu ya Yerusalemu kipimo kilichotumika dhidi ya Samaria, na kuangusha msatari utakaotumika dhidi ya nyumba ya Ahabu; Nitaifuta Yerusalemu safi, kama kufuta sahani, kuifuta na kuifunika juu chini.
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
14 Nitawatupa masalia ya urithi wangu na kuwaweka mikononi mwa maadui zao. Watakuwa nyara na mateka kwa maadui zao wote,
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
15 kwa sababu wamefanya yaliyo maovu usoni kwangu, na kunichochea hasira, tangu siku babu zao walipotoka Misri, hadi leo.”
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
16 Aidha, Manase akazimwaga damu nyingi za wasio na hatia, hadi alipoijaza Yerusalemu kutoka upande huu kwenda mwingine kwa kifo. Hii ilikuwa ni kuongeza kwenye dhambi ambayo aliifanya Yuda kuasi, wakati walipofanya uovu mbele za Yahwe.
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
17 Kama kwa mambo mengine yamhusuyo Manase, yote aliyoyafanya, na dhambi ambayo aliyoifanya, je haya hayajaandikwa kwenye kitabu cha matukio cha wafalme wa Yuda?
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
18 Manase akalala pamoja na babu zake na alizikwa kwenye bustani ya nyumba yake, katika bustani ya Uza. Amoni mwanawe akawa mfalme katika sehemu yake.
ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
19 Amoni alikuwa na miaka kumi na mbili alipoanza kutawala; alitawala miaka miwili katika Yerusalemu. Mama yake alikuwa anaitwa Meshlemethi; alikuwa binti wa Haruzi wa Yotba.
ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
20 Alifanya yaliyo maovu usoni mwa Yahwe, kama manase baba yake alivyofanya.
ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
21 Amoni alifuata njia zote ambazo baba yake alizotembelea na kuabudu sanamu ambazo baba yake aliziabudu, na kuzisujudia.
ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
22 Akajitenga na Yahwe, Mungu wa baba zake, na hakutembea katika njia ya Yahwe.
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
23 Watumishi wa Amoni wakafanya njama dhidi yake na kumuua mfalme kwenye nyumba yake mwenyewe.
ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
24 Lakini watu wa nchi wakawaua watu wote waliofanya njama dhidi ya mfalme Amoni, na wakamfanya Yosia mtoto wake kuwa mfalme katika sehemu yake.
ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
25 Kama ilivyo kwa mambo mengine yamhusuyo Amoni yale aliyoyafanya, je hayajaandikwa kwenye kitabu cha matukio ya wafalme wa Yuda?
ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
26 Watu wakamzika kwenye kaburi lake katika bustani ya Uza, na Yosia mwanawe akawa mfalme katika sehemu yake.
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।

< 2 Wafalme 21 >