< 2 Samweli 21 >

1 Kulikuwa na njaa kwa miaka mitatu katika siku za utawala wa Daudi, na Daudi akautafuta uso wa Yahwe. “Hivyo Yahwe akasema, “njaa hii ni kwa sababu ya mauaji ya Sauli na familia yake, kwa kuwa aliwauwa Wagibeoni.”
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
2 Basi Wagibeoni hawakuwa uzao wa Israeli; walikuwa ni masalia ya Waamori. Watu wa Israeli walikuwa wameapa kutowauwa, lakini Sauli alitaka kuwaangamiza wote kwa husuda kwa ajili ya watu wa Israeli na Yuda.
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
3 Ndipo Daudi alipowaita pamoja Wagibeoni na kuwaambia, “Niwafanyie nini kwa ajili ya upatanisho? Ili kwamba mweze kuwabariki watu wa Yahwe wanaorithi wema na ahadi zake?”
ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
4 Wagibeoni wakamjibu, “Hili siyo jambo la fedha wala dhahabu kati yatu na Sauli au familia yake. Na siyo hitaji letu kumwua mtu yeyote katika Israeli.” Daudi akasema, “Chochote mtakacho omba nitawafanyia.”
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
5 Wakamjibu mfalme, “Mtu aliyetaka kutuuwa aliyepanga kunyume chetu, ili kutuangamiza na kukosa eneo katika mipaka ya Israeli -
ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
6 haya na tupewe watu saba kutoka katika uzao wake, nasi tutawatundika mbele ya Yahwe katika Gibea ya Sauli, palipochaguliwa na Yahwe.” Mfalme akasema, “Nitawapeni”
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
7 Lakini mfalme akamwifadhi Mefiboshethi mwana wa Yonathani mwana wa Sauli, kwa ajili ya kiapo cha Yahwe kati ya Daudi na Yonathani mwana wa Sauli.
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
8 Mfalme akawachukua wana wawili wa Rispa binti Ayia aliomzalia Sauli, hawa wana wawili waliitwa Armoni na Mefiboshethi; na pia Daudi akawachukua wana watano wa Mikali binti Sauli, aliomzalia Adrieli mwana wa Berzilai Mmeholathi.
ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
9 Akawaweka katika mikono ya Wagibeoni. Nao wakawatundika juu ya mlima mbele za Bwana, na wote saba wakafa pamoja. Waliuawa katika kipindi cha mavuno, katika siku ya kwanza mwanzoni mwa mavuno ya shayiri.
ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
10 Kisha Rispa, binti Aiya, akachukua nguo ya gunia na akajitanda mwenyewe juu ya mlima kando ya miili ya waliokufa tangu mwanzo wa mavuno mpaka wakati mvua ilipoanza kunyesha. Hakuruhusu ndege wa angani kutua juu ya miili mchana wala ayawani wa mwituni wakati wa usiku.
ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
11 Daudi akaambia alichokifanya Rispa, binti Aiya, suria wa Sauli.
ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
12 Hivyo Daudi akaenda na kuchukua mifupa ya Sauli na mifupa ya Yonathani mwanawe kutoka kwa watu wa Yabeshi Gileadi, waliokuwa wameiiba kutoka katika eneo la jumuiya la Beth Shani, Wafilisti walipokuwa wamewatundika baada ya Wafilisti kumwua Sauli katika Gilboa.
ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
13 Daudi akaiondoa pale mifupa ya Sauli na mifupa ya Yonathani mwanawe, na wakakusanya pia mifupa ya wale watu saba waliotundikwa.
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
14 Wakaizika mifupa ya Sauli na Yonathani mwanawe huko Zela katika nchi ya Benjamini, katika kaburi la Kishi babaye. Wakafanya kila alichoagiza mfalme. Ndipo Mungu akajibu maombi yao kwa ajili ya nchi.
ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
15 Kisha Wafilisti wakaenda tena katika vita na Israeli. Hivyo Daudi na jeshi lake wakashuka na kupigana na Wafilisti. Akiwa vitani Daudi akachoshwa na vita.
ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
16 Ishbibenobu, wa uzao wa majitu, ambaye mkuki wake wa shaba ulikuwa na uzito wa shekeli mia tatu na alikuwa na upanga mpya, alitaka kumwua Daudi.
ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
17 Lakini Abishai mwana wa Seruya akamwokoa Daudi, akampiga Mfilisti na kumwua. Ndipo watu wa Daudi wakamwapia, kusema, “Hautakwenda vitani pamoja nasi tena usije ukaizima taa ya Israeli.”
ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
18 Ikawa baadaye kuwa na vita tena kati ya Wafilisti huko Gobu, wakati Sibekai Mhushathi alipomwua Safu, aliyekuwa miongoni mwa uzao wa Warefai.
ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
19 Ikawa tena katika vita na Wafilisti huko Gobu, huyo Elhanani mwana wa Jari Mbethlehemu akamwua Goliathi Mgiti, ambaye fumo la mkuki wake lilikuwa kama mti wa mfumaji.
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
20 Ikawa katika vita nyingine huko Gathi kulikuwa na mtu mrefu sana mwenye vidole sita katika kila mkono na vidole sita katika kila mguu, jumla yake ishirini na vinne. Yeye naye alikuwa wa uzao wa Warefai.
ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
21 Alipowatukana Israeli, Yonathani mwana mwana wa Shama, nduguye Daudi, akamwua.
ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
22 Hawa walikuwa wa uzao wa Warefai wa Gathi, waliuawa kwa mkono wa Daudi na kwa mkono wa askari wake
ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।

< 2 Samweli 21 >