< Danieli 1 >

1 Katika mwaka wa tatu wa utawala wa Yehoyakimu mfalme wa Yuda, Nebukadneza mfalme wa Babeli alikuja Yerusalemu na kuuzunguka mji ili kuzuia mahitaji yake yote.
ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2 Bwana alimpa Nebukadneza ushindi dhidi ya Yehoyakimu mfalme wa Yuda, na alimpatia vitu vitakatifu kutoka nyumba ya Mungu. Alivipeleka vitu hivyo mpaka katika nchi ya Babeli, kwa nyumba ya mungu wake, na aliviweka vitu vitakatifu katika hazina ya mungu wake.
ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3 Mfalme akamwambia Ashipenazi, afisa wake mkuu, awalete baadhi ya watu wa Israeli, wa familia ya kifalme na za kiungwana -
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ
4 vijana wasio na hila, wenye mwonekano wa kuvutia, wenye ujuzi katika hekima yote, wenye kujawa na ufahamu na weledi, na wenye sifa za kutumika katika ikulu ya mfalme. Alitakiwa kuwafundisha maandiko na lugha ya Babeli.
ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।
5 Mfalme aliwatengea kwa ajili yao fungu kutoka katika chakula chake kizuri kwa kila siku na katika divai aliyokunywa. Vijana hawa walitakiwa kufunzwa kwa miaka mitatu, na baada ya hapo, wangeweza kumtumikia mfalme.
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6 Miongoni mwao walikuwa ni Danieli, Hanania, Mishaeli, na Azaria, baadhi ya watu wa Yuda.
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7 Afisa mkuu aliwapa majina: Danieli alimwita Belteshaza, Hanania alimwita Shadraka, Mishaeli alimwita Meshaki, na Azaria alimwita Abedinego.
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।
8 Lakini Danieli alinuia katika akili yake kuwa asingejitia ujanisi mwenyewe kwa chakula kizuri cha mfalme wala kwa divai ambayo alikunywa.
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9 Basi, aliomba ruhusa kutoka kwa afisa mkuu ili kwamba asije akajitia uchafu yeye mwenyewe. Hivyo, Mungu alimpa Danieli kibali na huruma kupitia katika heshima ambayo afisa mkuu alikuwa nayo kwake.
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
10 Afisa mkuu alimwambia Danieli, “Ninamwogopa bwana wangu mfalme. Ameagiza aina ya chakula na vinywaji mnavyotakiwa kutumia. Kwa nini awaone ninyi mkiwa mnaonekana vibaya kuliko vijana wengine wa umri wenu? Mfalme aweza kukitwaa kichwa changu kwa sababu yenu.
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
11 Kisha Daniel akamwambia msimamizi ambaye afisa mkuu alikuwa amemweka juu ya Danieli, Hanania, Mishaeli, na Azaria.
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12 Alisema, “Tafadhari tujaribuni, sisi watumishi wako kwa siku kumi. Tupatieni tu mboga mboga za kula na maji ya kunywa.
“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
13 Kisha ulinganishe mwonekano wetu na mwonekano wa vijana wanaokula vyakula vya mfalme, na mtutendee, sisi watu wako kulingana na kile unachokiona.”'
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
14 Hivyo msimamizi alikubaliana naye kufanya hivi, na aliwajaribu kwa siku kumi.
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15 Katika mwisho wa siku kumi mwonekano wao ulikuwa ni wenye afya nzuri kuliko wa wale vijana waliokula vyakula vya kifalme.
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16 Basi, msimamizi aliliondoa fungu lao la chakula na vivywaji vyao na walipewa mboga mboga tu.
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17 Na kuhusu vijana hawa nne Mungu aliwapa uelewa na ufahamu katika maandiko yote na hekima, na Danieli aliweza kupambanua aina zote za maono na ndoto.
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18 Katika mwisho wa muda uliokuwa umepangwa na mfalme kuwaleta ndani, afisa mkuu aliwaleta mbele ya Nebukadneza.
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।
19 Mfalme aliongea nao, na miongoni mwa kundi lote hapo hapakuwa na wa kuwalinganisha na akina Danieli, Hanania, Mishaeli, na Azaria. Walisimama mbele ya mfalme, wakiwa tayari kumtumikia.
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20 Katika kila swali la hekima na ufahamu ambalo mfalme aliwauliza, aliwakuta wakiwa na uwezo mara kumi kuliko waganga wote na wale waliojidai kusema na wafu, waliokuwa katika ufalme wake wote.
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21 Danieli alikuwa hapo mpaka mwaka wa kwanza wa Mfalme Koreshi.
ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।

< Danieli 1 >