< Mhubiri 7 >

1 Jina zuri ni bora kuliko manukato ya gharama, na siku ya kufa ni bora kuliko siku ya kuzaliwa.
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
2 Ni bora kwenda kwenye nyumba ya maombolezo kuliko nyumba ya karamu, kwa kuwa maombolezo huja kwa watu wote wakati wa mwisho wa uhai, kwa hiyo watu wanaoishi ni lazima waweke hili moyoni.
ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।
3 Huzuni ni bora kuliko kicheko, kwa kuwa baada ya uso wa huzuni huja furaha ya moyo.
ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।
4 Moyo wa mwenye hekima uko katika nyumba ya maombolezo, lakini moyo wa wapumbavu uko katika nyumba ya karamu.
ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।
5 Ni bora kusikiliza maonyo ya mtu mwenye hekima kuliko kusikiliza wimbo wa wapumbavu.
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।
6 Kwa kuwa kama mlio wa miiba chini ya chungu, ndivyo kilivyo kicheko cha wapumbavu. Huu pia ni mvuke.
କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।
7 kweli jeuri humfanya mtu mwenye hekima kuwa mpumbavu, na rusha huharibu moyo.
ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
8 Ni heri mwisho wa jambo kuliko mwanzo; na watu wenye uvumilivu ni bora kuliko wenye majivuno rohoni.
କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।
9 Usikasirike haraka rohoni mwako, kwa sababu hasira hukaa katika mioyo ya wapumbavu.
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
10 Usiseme, “Kwa nini siku za zamani zilikuwa bora kuliko siku hizi?” Kwa kuwa sio kwa sababu ya hekima kwamba unauliza swali hili.
“ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।
11 Hekima ni njema kama vitu vya thamani tunavyorithi kutoka kwa wazazi wetu. Inatoa faida kwa wale wanaoliona jua.
ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।
12 Kwa kuwa hekima hutoa ulinzi kama vile fedha inavyoweza kutoa ulinzi, lakini faida ya maarifa ni kwamba hekima humpa uhai kwa yeyote aliye nayo.
କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
13 Tafakaria matendo ya Mungu: Ni nani awezaye kuimarisha chochote alichokipindisha?
ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରିପାରେ?
14 Wakati nyakati vinakuwa njema, ishi kwa furaha katika hali hiyo, lakini wakati unapokuwa mbaya, tafakari hili: Mungu ameruhusu hali zote ziwepo, Kwa sababu hii, hakuna mwanadamu yeyote atakaye fahamu chochote kinacho kuja baada yake.
ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
15 Nimeona mambo mengi katika siku zangu za ubatili. Kuna watu wenye haki ambao wanaangamia licha ya kwamba wana haki, na kuna watu waovu wanaoishi maisha marefu licha ya kwamba ni waovu.
ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
16 Usiwe mwenye haki katika macho yako mwenyewe. Kwa nini kujiharibu mwenyewe?
ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?
17 Usiwe mwovu sana au mpumbavu. Kwa nini ufe kabla ya wakati wako?
ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
18 Ni vyema kwamba ushike hekima hii, na kwamba usiache haki iende zake. Kwa kuwa mtu amchae Mungu atatimiza ahadi zake zote.
ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
19 Hekima ina nguvu ndani ya mwenye hekima, zaidi ya watawala kumi katika mji.
ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
20 Hakuna mtu mwenye haki juu ya nchi anayefanya mema na hatendi dhambi.
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
21 Usisikilize kila neno linaongelewa, kwa sababu unaweza kusikia mtumishi wako anakulaani.
ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;
22 Vivyo hivyo unafahamu mwenyewe ndani ya moyo wako umewalaani wengine mara kadhaa.
କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।
23 Haya yote nimeyathibitisha kwa hekima. Nikasema, “nitakuwa mwenye hekima,” lakini zaidi ambavyo ningekuwa.
ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।
24 Hekima i mbali na kina sana. Ni nani awezaye kuipata?
ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
25 Nikageuza moyo wangu kujifunza kuchunguza na kutafuta hekima na ufafanuzi wa ukweli, na kufahamu kwamba ubaya ni ujinga na kwamba upumbavu ni wazimu.
ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।
26 Nikapata kufahamu kwamba uchungu kuliko kifo, ndivo alivyo mwanamke yeyote ambaye moyo wake umejaa mitego, na nyavu, na ambaye mikono yake ni minyororo. Yeyote ampendezaye Mungu ataponyoka kutoka kwake, lakini mwenye dhambi atachukuliwa naye.
ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।
27 “Tafakari kile nilichovumbua,” asema Mwalimu. “Nimekuwa nikiongeza uvumbuzi mmoja hadi mwingine ili kwamba nipate ufafanuzi wa ukweli.
ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
28 Hii ndiyo bado natafuta, lakini bado sijapata. Sikupata mwanamme mmoja mwenye haki miongoni mwa elfu, lakini sikupata mwanamke miongoni mwa wale wote.
ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
29 Nimegundua hili: kwamba Mungu alimuumba binadamu akiwa mnyoofu, lakini wametoka katika hali ya unyofu wakitafuta magumu mengi.
ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।

< Mhubiri 7 >