< Waefeso 1 >

1 Paulo, mtume wa Kristo Yesu kwa mapenzi ya Mungu, kwa waliotengwa kwa ajili ya Mungu walioko Efeso na ambao ni waaminifu katika Kristo Yesu.
ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
2 Neema iwe kwenu na amani itokayo kwa Mungu Baba yetu na Bwana Yesu Kristo.
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Mungu na Baba wa Bwana wetu Yesu Kristo apewe sifa. Ni yeye aliyetubariki kwa kila baraka za kiroho, katika mahali pa mbingu ndani ya Kristo.
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
4 Kabla ya kuumbwa ulimwengu, Mungu alituchagua sisi ambao tunaamini katika Kristo. Alituchagua sisi ili tuweze kuwa watakatifu na tusiolaumika mbele yake.
ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
5 Katika pendo Mungu alituchagua mwanzo kwa kututwaa kama watoto wake kwa njia ya Yesu Kristo. Alifanya hivi kwa sababu alipendezwa kufanya kile alichotamani.
ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
6 Matokeo yake ni kwamba Mungu anatukuzwa kwa neema ya utukufu wake. Hiki ndicho alichotupatia bure kwa njia ya mpendwa wake.
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
7 Kwa kuwa katika mpendwa wake, tunaukombozi kupitia damu yake, msamaha wa dhambi. Tunalo hili kwa sababu ya utajiri wa neema yake.
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
8 Alifanya neema hii kuwa nyingi kwa ajili yetu katika hekima na ufahamu.
ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
9 Mungu alifanya ijulikane kwetu ile kweli iliyofichika ya mpango, kutokana na hamu iliyodhihirishwa ndani ya Kristo.
ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
10 Wakati nyakati zimetimia kwa utimilifu wa mpango wake, Mungu ataviweka pamoja kila kitu cha mbinguni na cha juu ya nchi ndani ya Kristo.
ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
11 Katika Kristo tulikuwa tumechaguliwa na kukusudiwa kabla ya wakati. Hii ilikuwa ni kutokana na mpango wa anayefanya vitu vyote kwa kusudi la mapenzi yake.
ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
12 Mungu alifanya hivyo ili kwamba tuweze kuwapo kwa sifa ya utukufu wake. Tulikuwa wa kwanza kuwa na ujasiri ndani ya Kristo.
ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
13 Ilikuwa kwa njia ya Kristo kwamba mlisikia neno la kweli, injili ya wokovu wenu kwa njia ya Kristo. Ilikuwa katika yeye pia kwamba mmeamini na kutiwa mhuri na Roho Mtakatifu aliye ahidiwa.
ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
14 Roho ndiyo dhamana ya urithi wetu mpaka umiliki utakapopatikana. Hii ilikuwa ni kwa sifa ya utukufu wake.
ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
15 Kwa sababu hii, tangu wakati niliposikia kuhusu imani yenu ndani ya Bwana Yesu na kuhusu pendo lenu kwa wale wote ambao wametengwa kwa ajili yake.
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
16 Sijaacha kumshukuru Mungu kwa ajili yenu na kuwataja katika maombi yangu.
ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
17 Ninaomba kwamba Mungu wa Bwana wetu Yesu Kristo, baba wa utukufu, atawapeni roho ya hekima, mafunuo ya ufahamu wake.
ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
18 Ninaomba kwamba macho yenu ya moyoni yatiwe nuru kwa ninyi kujua ni upi ujasiri wa kuitwa kwenu. Naomba kwamba mjue utajiri wa utukufu wa urithi wake miongoni mwa wale waliotengwa kwa ajili yake.
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
19 Naomba kwamba ujue ukuu uzidio wa nguvu yake ndani yetu ambao tunaamini. Huu ukuu ni kutokana na kufanya kazi katika nguvu zake.
ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
20 Hii ni nguvu iliyofanya kazi ndani ya Kristo wakati Mungu alipomfufua kutoka kwa wafu na kumketisha katika mkono wake wa kuume katika mahali pa mbingu.
ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
21 Alimketisha Kristo juu mbali na utawala, mamlaka, nguvu, enzi, na kila jina litajwalo. Alimketisha Yesu si tu kwa wakati huu lakini kwa wakati ujao pia. (aiōn g165)
ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn g165)
22 Mungu amevitiisha vitu vyote chini ya miguu ya Kristo. Amemfanya yeye kichwa juu ya vitu vyote katika kanisa.
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
23 Ni kanisa kwamba ndilo mwili wake, ukamilifu wake ambaye hujaza vitu vyote katika njia zote.
ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।

< Waefeso 1 >