< Kutoka 23 >
1 Haupaswi kutoa taarifa ya uongo kuhusu yeyote. usijiunge na mwanaume muovu kuwa shahidi wa uongo.
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
2 Haupaswi kufuata umati kufanya uovu, wala kutoa ushahidi ukiwa na umati ili kupotosha haki.
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
3 Haupaswi kumpendelea mwanaume maskini kwenye kesi yake.
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
4 Ukikutana na ng'ombe wa adui wako au punda wake amepotea, lazima umrudishie.
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
5 Ukiona punda wa yule anaye kuchukia ameanguka chini na mzigo wake, hauta muacha huyo mtu. Lazima umsaidie na punda wake
ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
6 Haupaswi kupotosha haki kama yapaswa kwenda kwa watu maskini katika kesi ya mwanaume maskini.
ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
7 Usijiunge na wengine kufanya shutuma za uongo, na usiue asiye na hatia wala mwenye haki, kwa kuwa sitamuacha muovu.
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
8 Husiwai chukuwa rushwa, kwa kuwa rushwa inawapofusha wanaoona, na kupotosha maneno ya wakweli.
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
9 Haupaswi kumnyanyasa mgeni, kwa kuwa wewe ulikuwa mgeni katika nchi ya Misri.
ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
10 Kwa miaka sita utapanda mbegu kwenye nchi yako na kukusanya mazao yake.
ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
11 Lakini katika mwezi wa saba utaacha hakujalimwa, ili kwamba maskini miongoni mwenu wale. Wanacho acha, wanyama wa porini watakula. Utafanya hivyo na mashamba yenu ya mizabibu na ya mizaituni.
ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
12 Wakati wa siku sita utafanya kazi, lakini siku ta saba utapumzika. Fanya hivi ili ng'ombe na punda wako wapumzike, na ili wana wa watumwa wako wa kike na wageni wapumzike na kupata hauweni.
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
13 Kuwa makini kwa kila kitu nilicho kwambia. Husitaje majina ya miungu mingine, wala kuruhusu majina yao kusikika kutoka mdomoni mwako.
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
14 Lazima usafiri kusherehekea mara tatu kwa ajili yangu kila mwaka.
ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
15 Lazima uadhimishe sherehe ya Mkate usiotiwa Chachu. Kama nilivyo kuamuru, utakula mkate usiotiwa chachu kwa siku saba. Wakati huo, utajitokeza kwangu mwezi wa Abibu, uliowekwa kwa ajili ya kusudi hili. Ni kwa mwezi huu uliyo toka Misri. Lakini usijitokeze kwangu mikono mitupu.
ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
16 Lazima uadhimishe Sherehe ya Mavuno, matunda ya kwanza ya kazi yako ulipo panda mbegu shambani. Pia lazima uadhimishe Sherehe ya Ukusanyaji wa mwisho wa mwaka, unapo kusanya mazao yako kutoka shambani.
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
17 Wanaume wote wako lazima wajitokeze kwa Bwana Yahweh mara tatu kila mwaka.
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
18 Haupaswi kutoa damu iliyo tolewa dhabihu kwangu na mkate uliyotiwa hamira. Mafuta kutoka kwa dhabihu za sherehe zangu hayapaswi kubaki usiku wote mpaka asubui.
ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
19 Lazima ulete matunda ya kwanza bora kutoka shambani mwako ndani ya nyumba yangu, nyumba ya Yahweh Mungu wako. Haupaswi kumchemsha mbuzi mtoto akiwa bado ananyonya.
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
20 Ninaenda kumleta malaika mbele yako kukuongoza njiani, na kukuleta sehemu niliyo iandaa.
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
21 Kuwa makini naye na kumtii.
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
22 Husimkasirishe, kwa kuwa hatasamehe makosa yako. Jina langu liko kwake. Kama hakika ukimtii sauti yake na kufanya kila ninacho kwambia, kisha nitakuwa adui kwa adui zako na mpinzani kwa wapinzani wako.
ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
23 Malaika mwangu ataenda mbele zako na kukuleta kwa Waamori, Wahiti, Waperizi, Wakanani, Wahivi, na Wayebusi. Nitawaharibu.
କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
24 Haupaswi kuinamia miungu yao, kuabudu, au kufanya wanavyo fanya. Badala yake, lazima uwapindue kabisa na kuvunja nguzo zao za mawe vipande vipande.
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
25 Lazima umuabudu Yahweh Mungu wako, na atabariki mkate wako na maji. Nitaondoa magonjwa miongoni mwenu.
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
26 Hakuna mwanamke atakaye kuwa tasa au mimba kuharibika katika nchi yako. Nitawapa maisha marefu.
ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
27 Nitatuma hofu yangu kwao ambao mnaenda. Nitaua wote mnao kutana nao. Nitafanya maadui zenu wawaogope kwa kugeuza migongo yao kwenu.
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
28 Nitatuma mavu kwenu watakao fukuza Wahivi, Wakanani, na Wahiti mbele zenu.
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
29 Sitawaondoa kwenu kwa mwaka mmoja, au nchi itakuwa imetelekezwa, na wanyama wa porini watakuwa wengi kwenu.
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
30 Badala yake, nitawafukuza kidogo kidogo kutoka kwenu mpaka utakapo kuwa umestawi na kurithi nchi.
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
31 Nitatengeneza mipaka yako kutoka Bahari ya Shamu hadi Bahari ya Wafilisti, na kutoka nyikani hadi Mto Frati. Nitakupa ushindi juu ya wakazi wote wa nchi. Utawaondoa kutoka kwako mwenyewe.
ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
32 Haupaswi kufanya agano na wao au na miungu yao.
ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
33 Hawapaswi kuishi nchini mwako, au watakufanya ufanya dhambi dhidi yangu. Ukiabudu miungu yao, hakika watakuwa mtego kwako.'”
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।