< Kutoka 3 >

1 Wakati huu Musa aliendelea kuchunga mifugo ya Yethro baba mkwe wake, kuhani wa Midiani. Musa aliliongoza kundi la mifugo kuelekea upande wa mbali wa jangwa mpaka kufika Horebu, mlima wa Mungu.
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
2 Akiwa pale malaika wa Yahwe akamtokea kama mwali wa moto katika kichaka. Musa aliangalia, na tazama, kichaka kiliwaka moto lakini hakikuteketea.
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
3 Musa akasema, “Nitageuka ili nione kitaku hiki cha ajabu, kwa nini kichaka hakiteketei.”
ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
4 Yahwe alipoona ya kuwa amegeuka upande ili aone, Mungu alimwita kutoka katika kile kichaka na kusema, “Musa, Musa.” Musa akasema, “Mimi hapa.”
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
5 Mungu akasema, “Usinikaribie! Vua viatu katika miguu yako, kwa kuwa mahali uliposimama ni mahali palipowekwa wakfu kwa ajili yangu.”
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
6 Aliongeza kusema, “Mimi ni Mungu wa baba yako, Mungu wa Abrahamu, Mungu wa Isaka, na Mungu wa Yakobo.” Kisha Musa akaufunika uso wake, kwa kuwa aliogopa kumwangalia Mungu.
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
7 Yahwe akasema, “Hakika nimeyaona mateso ya watu wangu walioko Misri. Nimesikia kelele zao kwa sababu ya mabwana wao, kwa kuwa nayajua mateso yao.
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
8 Nimekuja chini kuwaokoa dhidi ya mamlaka ya Wamisri na kuwatoa katika nchi ile na kuwaleta katika nchi nzuri, pana, nchi ijaayo maziwa na asali; kwenye ukanda wa Wakanaani, Wahiti, Waamori, Waperizi, Wahivi, na Wayebusi.
ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
9 Sasa kilio cha watu wa Israeli kimenifikia mimi. Zaidi sana, Mimi nimeyaona mateso ambayo Wamisri wanawatesa.
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
10 Sasa basi, nitakutuma wewe kwa Farao ili upate kuwatoa watu wangu, wana wa Israeli, kutoka katika nchi ya Misri.”
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
11 Lakini Musa akamwambia Mungu, “Mimi ni nani hata niende kwa Farao na kuwatoa Waisraeli kutoka Misri?”
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
12 Mungu akamjibu, “Hakika nitakuwa pamoja nawe. Hii itakuwa ishara kwako ya kuwa nimekutuma. Utakapokuwa umewatoa watu kutoka Misri, mtaniabubu mimi katika mlima huu.”
ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
13 Musa akamwambia Mungu, “Nikienda kwa Waisraeli na kuwaambia, 'Mungu wa baba zenu amenituma mimi kwenu,' na kisha wakiniambia, 'jina lake nani?' nitawaambia nini?”
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
14 Mungu akamwambia Musa, “MIMI NIPO AMBAYE NIPO.” Mungu akasema, “Ni lazima uwaambie Waisraeli, “MIMI NIPO amenituma kwenu.”
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
15 Pia Mungu akamwambia Musa, “Lazima uwaambie Waisraeli, 'Yahwe, Mungu wa baba zenu, Mungu wa Abrahamu, Mungu wa Isaka, na Mungu wa Yakobo amenituma mimi kwenu. Hili ndio jina langu milele, na hivi ndivyo nitakavyokumbukwa na vizazi vyote.'
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
16 Nenda ukawakusanye wazee wa Israeli pamoja. Waambie, 'Yahwe, Mungu wa baba zenu, Mungu wa Abrahamu, wa Isaka na Yakobo, amenitokea mimi na kusema, “Hakika nimewatazama na nimeona yale mliyotendewa huko Misri.
ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
17 Nimeahidi kuwatoa ninyi katika mateso ya Misri na kuwaleta katika nchi ya Wakanaani, Wahiti, Wamwori, Waperizi, Wahivi, na Wayebusi. Nchi ijaayo maziwa na asali.”
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
18 Watakusikiliza. Wewe pamoja na wazee wa Israeeli itawapasa kwenda kwa mfalme wa Misri, na imewapasa kumwambia, 'Yahwe, Mungu wa Waebrania amekutana nasi. Hivyo tuache sisi twende safari ya siku tatu katika jangwa ili tupate kutoa sadaka kwa Yahwe Mungu wetu.'
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
19 Lakini nafahamu ya kuwa mfalme wa Misri hatawaacha ninyi mwende, isipokuwa kwa kulazimishwa.
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
20 Nitainua mkono wangu na kuwapiga Wamisri kwa miujiza yote nitakayoifanya kati yao. Baada ya hayo, atawaacha mwende.
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21 Nitawapa watu hawa kufadhiliwa kutoka kwa Wamisri ili muondokapo msiende mikono mitupu.
ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
22 Kila mwanamke ataomba kwa jirani yake Mmisri na kwa kila mwanamke akaaye kwenye nyumba ya jirani yake, vyombo vya fedha na vya dhahabu na nguo. Nanyi mtawavika watoto wenu wa kiume na binti zenu. Kwa njia hii mtawateka nyara Wamisri.”
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

< Kutoka 3 >