< Kutoka 4 >

1 Musa akajibu, “Lakini itakuwaje wasiponiamini mimi au wasiponisikiliza na kusema, 'Yahwe hajakutokea wewe?”
ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”
2 Yahwe akamwambia, “Hicho ni nini mkononi mwako?” Musa aksema, “Ni fimbo.”
ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”
3 Yahwe akasema, “Itupe chini.” Musa akaitupa chini ile fimbo, nayo ikageuka na kuwa nyoka. Musa akarudi nyumba.
ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
4 Yahwe akamwambia Musa, “Mchukue kwa kumshikia mkia wake.” Hivyo alimchukua yule nyoka. Mara ikaggeuka na kuwa fimbo mkononi mwake tena.
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
5 “Hii ni ili wapate kuamini ya kuwa Yahwe, Mungu wa baba zao, Mungu wa wa Abrahamu, Mungu wa Isaka, na Mungu wa Yakobo amekutokea wewe.”
“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
6 Yahwe pia alimwambia, “Sasaingiza mkono wako ndani ya vazi lako.” Hivyo Musa akaingiza mkono wake ndani ya vazi lake. Na alipoutoa nje, tazama, mkono wake ulikuwa na ukoma, mweupe kama theluji.
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
7 Yahwe akasema, “Ingiza mkono wako ndani ya vazi lako tena.” Hivyo akaingiza mkono wake ndani ya vazi lake, na alipoutoa nje aliona ukiwa mzima tena kama ulivyo mwili wake wote.
ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
8 Yahwe akasema, “Kama hawatakuamini wewe - kama hawatazingatia ishara yanggu ya kwanza ya nguvu zangu au kuziamini, basi wataamini ishara ya pili.
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
9 Na ikiwa hawataamini hata ishara hizi zote mbili za nguvu zangu, au wasipokusikiliza wewe, basi chota maji kutoka katika mto na uyamwage katika nchi kavu. Maji utakayoyamwaga yatakuwa damu katika nchi kavu.”
ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
10 Ndipo Musa akamwambia Yahwe, “Bwana, mimi ni mzuri wa kuongea, si hapo kwanza au hata baada ya kuwa umeongea na mtumishi wako. Mimi ni mdhaifu wa kuongea na nina kigugumizi.”
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
11 Yahwe akamwambia, “Ni nani anayeumba mdomo wa mwanadamu? Ni nani amfanyaye mwanadamu kuwa bubu au aone au kipofu? Je si mimi Yahwe?
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
12 Sasa nenda, nami nitauongoza mdomo wako na nitakufundisha cha kusema.”
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
13 Lakini Musa akasema, “Bwana, tafadhali mtume mtu mwingine, yeyote unayependa kumtuma.”
ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
14 Kisha Yahwe akamkasirikia Musa. Akasema, “Vipi kuhusu Aroni kaka yako yule Mlawi? Najua ya kuwa anaweza kuongea vizuri. Hata hivyo, anakuja kukutana na wewe, na atakapokuona moyo wake utajawa na furaha.
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
15 Wewe utaongea naye na utaweka maneno ya kusema kinywani mwake. Nami nitakiongoza kinywa chako na kinywa chake pia, nami nitaonesha ninyi nyote yawapasayo kutenda.
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
16 Yeye ataongea na watu kwa niaba yako. Yeye atakuwa msemaji wako, na wewe utakuwa kama Mungu kwake.
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
17 Utachukua hii fimbo pamoja nawe mkononi mwako. Kwa fimbo hii utafanya ishara.”
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
18 Hivyo Musa alirudi kwa Yethro - baba mkwe wake na kumwambia, “Niruhusu nipate kurudi kwa ndugu zangu walioko Misri ili niweze kuona kama bado wako hai.” Yethro akwambia Musa, “Nenda kwa amani.”
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
19 Yahwe akamwambia Musa kule Midiani, “Nenda, rudi Misri, kwa kuwa watu wote waliotaka kukuua wameshakufa.”
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
20 Musa akamchukua mke wake na watoto wake wa kiume na kuwapandisha kwenye punda. Akarudi mpaka nchi ya Misri, naye alichukua fimbo ya Mungu pamoja naye mkononi mwake.
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
21 Yahwe akamwambia Musa, “Utakaporudi Misri, jitahidi kufanya ishara zote nilizokupa kufanya mbele ya Farao. Lakini nitaufanya moyo wake kuwa mgumu, naye hawatawaacha watu waende.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”
22 Lazima umwambie Farao, 'Hivi ndivyo asemavyo Yahwe: Israeli ni mtoto wangu, mzaliwa wa kwanza wangu,
ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
23 nami nakuamuru, “Mwache mwanangu aende ili apate kuniabudu mimi.” Lakini kwa kuwa umekataa kumwachia, hakika nitamuua mtoto wako wa kiume, mzaliwa wa kwanza wako.”'
ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
24 Sasa wakiwa njiani, wakati wa usiku walipopumzika, Yahwe alikutana na Musa na kutaka kumuua.
ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
25 Kisha Zipora akachukua kisu kikali na kukata govi la mtoto wake wa kiume na kuligusisha miguuni pake. Kisha akasema, “Hakika wewe ni bwana harusi wangu kwa njia ya damu.”
ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
26 Hivyo Yahwe akamwachia. Akasema, “Wewe ni bwana harusi wa damu” kwa sababu ya kutahiriwa.
ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
27 Yahwe akamwambia Aroni, “Nenda nyikani ukutane na Musa.” Aroni akaenda na kukutana naye katika mlima wa Mungu, na kumbusu.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
28 Musa akwambia Aroni maneno yote ya Yahwe ambayo alimtuma kusema na kwa habari za ishara zote za nguvu za Yahwe ambazo alimwagiza kutenda.
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
29 Kisha Musa na Aroni wakaenda na kuwakusanya wazee wote wa Israeli.
ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
30 Aroni akawaambia maneno yote ambayo Yahwe alimwambia Musa. Pia alionesha ishara na miujiza ya nguvu za Yahwe mbele ya watu.
ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
31 Watu waliamini. Waliposikia ya kuwa Yahwe aliwaona Waisraeli na ya kwamba aliyaona mateso yao, waliinamisha vichwa vyao na kumwabudu.
ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।

< Kutoka 4 >