< Ezekieli 2 >

1 Akanambia, “Mwana wa adamu, simama kwa miguu yako; kisha nitaongea na wewe.”
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
2 Kisha, alipokuwa akiongea na mimi, Roho akaingia ndani yangu na ikaniweka kwenye miguu yangu, na nikamsikia akiongea na mimi.
ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
3 Akanambia, “Mwana wa adamu, nakutuma kwa watu wa Israeli, kwa mataifa yanayoasi ambayo yameasi dhidi yangu-wote wao na babu zao wameasi juu yangu hata hivi leo!
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
4 Vizazi vyao vina sura za kikaidi na mioyo migumu. Nakutuma wewe kwenda kwao, na utawaambia, 'Hivi ndivyo Bwana Yahwe asemavyo.'
ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
5 Labda watasikia au hawatasikia. Ni nyumba za uasi, lakini angalau watajua kwamba nabii alikuwa miongoni mwao.
ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
6 Wewe, mwanadamu, usiwaogope au maneno yao. Usiogope, ingawa utakuwa pamoja na mitemba na miiba na ijapokuwa unaishi na nge. Usiogope maneno yao au kuvunjika moyo kwa nyuso zao, kwa kuwa ni nyumba zenye kuasi.
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
7 Lakini utawaambia maneno yangu, labda watasikia au hapana, kwa sababu ni waasi mno.
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
8 Lakini wewe, mwanadamu, silikiliza kile nisemacho kwako. Usiwe muasi kama nyumba za uasi. Fungua mdomo wako na ule kile ninachotaka kukupa!”
ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
9 Kisha nikaona, na mkono ulikuwa umenyooshwa kwangu; ndani yake kulikuwa na hati ya kukunja.
ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
10 Akaikinjua mbele yangu; ilikuwa imeandikwa pande zote mbele na nyuma, na yalikuwa yameandikwa maombolezo kwenye hiyo hati ya kukunja, na huzuni, na ole.
ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

< Ezekieli 2 >