< Ezekieli 24 >

1 Neno la Yahwe likanijia katika mwaka wa nane mwezi wa kumi na siku ya kumi ya mwezi, kusema,
ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “Mwanadamu, andika kwa ajili yako jina la hii siku, siku hii sahihi mfalme wa Babeli ameizingira Yerusalimu.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।
3 Basi nena mithali juu ya hii nyumba ya kuasi, fumbo moja. Waambie, 'Bwana Yahwe asema hivi: weka sufuria ya kupikia. Iweke na weka maji kwenye hiyo.
ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ;
4 Vikusanye vipande vya chakula ndani yake, kila kipande kizuri-paja na bega-na ijaze kwa mifupa bora.
ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।
5 Chukua kundi bora na jaza mifupa chini yake. Ilete kuchemsha na ipike mifupa ndani yake.
ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।
6 Kwa hiyo, Bwana Yahwe asema hivi: Ole kwa mji wa damu. Nitakiongeza chungu cha mbao. Weka kuni nyingi na washa moto. Pika nyama vizuri na changanya katika viungo na iacha mifupa iteketee.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
7 Kwa kuwa damu iko kati yake. Ameiweka juu ya jiwe laini; hakuimwaga juu ya nchi kuifunika kwa mavumbi,
କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
8 hivyo inaleta hasira ya kulipa kisasi. Nimeweka damu yake juu ya jiwe laini ili isifunikwe.
ସେ ରକ୍ତ ପ୍ରତିଶୋଧ ନେବା ନିମନ୍ତେ ଯେପରି କୋପକୁ ଉପସ୍ଥିତ କରାଇବ, ଏଥିପାଇଁ ଆଚ୍ଛାଦିତ ନୋହିବା ନିମନ୍ତେ ଆମ୍ଭେ ଶୁଷ୍କ ଶୈଳ ଉପରେ ତାହା ରଖିଅଛୁ।
9 Kwa hiyo, Bwana Yahwe asema hivi: Ole kwa mji wa damu. Nitakiongeza chungu cha mbao.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।
10 Weka kuni nyingi na washa moto. Pika nyama vizuri na changanya katika viungo na acha mifupa iteketee.
କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।
11 Kisha weka chungu kitupu juu ya mkaa, ili kuchemsha na kuchoma shaba yake, hivyo uchafu wake ndani yake itayeyushwa, kutu yake imekula.'
ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।
12 Amechoka kwa sababu ya kazi ya taabu, lakini kutu yake haitoki kweke kwa moto.
ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।
13 Tabia yako ya aibu iko ndani ya uchafu wako, kwa sababu nimekusafisha, lakini bado hutaweza kuwa msafi. Bado hutakuwa huru kutoka uchafu wako hadi hasira yako itakapotulia kutoka kwako.
ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
14 Mimi, Yahwe, nimesema hili, na nitalifanya. Sintotulia wala kupumzika kwa ajili ya hili. Kama njia zako zilivyokuwa, na kama matendo yako, yatakuhukumu! -hivi ndivyo Bwana Yahwe asemavyo.”
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରିଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
15 Kisha neno la Yahwe likanijia, kusema,
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
16 “mwanadamu! Tazama, ninachukua tamaa ya macho yako kutoka kwako pamoja na tauni, lakini hutaomboleza wala kulia, na machozi yako hayatatoka.
“ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
17 Utagugumia bila kusikika. Usiendeshe mazishi kwa ajili ya aliyekufa. Funga kilemba chako juu yako na vaa makubazi miguuni pako, lakini usivalishe shela nywele zako au kula mkate wa watu waombolezao kwa ajili ya kuwapoteza wake zao.”
ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
18 Hivyo nimeongea na watu asubuhi, na mke wangu amekufa asubuhi. Asubuhi nimefanya kile nilichokuwa nimeambiwa kukifanya.
ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।
19 Watu wameniuliza, “Ji! hautatuambia haya mambo yanamaana gani, mambo ambayo unayoyafanya?”
ତହୁଁ ଲୋକମାନେ ମୋତେ କହିଲେ, “ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?”
20 Hivyo nimewaambia, “Neno la Yahwe likanijia, kusema,
ତହିଁରେ ମୁଁ ସେମାନଙ୍କୁ କହିଲି, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
21 'Waambie nyumba ya Israeli, Bwana Yahwe asema hivi: Tazama! Nitapanajisi patakatifu pangu-fahari ya nguvu yenu, mahali panapopendeza macho yenu, na panapotamaniwa na roho zenu, na wana wenu na binti zenu ambao mliowaacha nyuma wataanguka kwa upanga.
‘ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପ ସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।
22 Kisha mtafanya hasa kama nilivyofanya: hutafunika nywele za sehemu ya chini za uso, wala kula mkate wa watu wanaoomboleza!
ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।
23 Badala yake, vilemba vyenu vitakuwa juu ya vichwa, na makubadhi yenu miguuni mwenu; hutaomboleza wala kulia, kwa kuwa mtayeyuka katika maovu yenu, na kila mtu atagugumia kwa ya ajili ya ndugu yake.
ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ।
24 Hivyo Ezekieli atakuwa ishara kwenu, kama kila kitu ambacho alichokifanya mtafanya wakati hili litakapokuja. Kisha mtajua yakwamba mimi ni Bwana Yahwe!”'
ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’
25 “Lakini wewe, mwanadamu, siku ambayo nitachukua hekalu lao, ambalo ni furaha yao, kiburi chao, na kile waonacho na kutamani-na wakati nikiwachukua wana wao na binti-
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
26 siku hiyo, mgeni atakuja kwako kukupatia habari!
ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ?
27 Siku hiyo kinywa chako kitafunguliwa kwa huyo mgeni na utaongea-hutakuwa bubu tena. Utakuwa ishara kwao hivyo basi watajua kwamba mimi ni Yahwe.
ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< Ezekieli 24 >