< Ezekieli 27 >

1 Tena neno la Yahwe likanijia, kusema,
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “Sasa wewe, mwanadamu, anza kuomboleza kuhusiana na Tiro,
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
3 na mwambie Tiro, aishiye kwenye malango ya bahari, manahodha wa watu hata visiwa vingi, Bwana Yahwe asema hivi kwako: Tiro, umesema, mimi ni ukamilifu katika uzuri.'
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
4 Mipaka yako iko kwenye moyo wa bahari; majengo yako yamekamilisha uzuri wako.
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
5 Wametengeneza mbao nene na pana kwa mvinje kutoka Mlima Hermoni; wamechukua mkangazi kutoka Lebanoni kuufanya mlingoti.
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
6 Wametengeneza makasia yako kutoka kwenye mialo ya Bashani; wametengeza sitaha zako kwa mbao za mvinje kutoka Kitimu, na wametengeneza kwa pembe.
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
7 Tanga zako zilikuwa za rangi za kitani kutoka Misri ambazo zilikuwa kama beramu!
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
8 Wale waliokuwa wakiishi Sidoni na Arvadi walikuwa wavuta makasia wako; wenye busara wa Tire walikuwa ndani yenu; walikuwa marubani wako.
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
9 Mafundistadi wenye uzoefu wa hali ya juu kutoka Gabeli walijaza mishono; meli zote za bahari na mabaharia wao miongoni mwenu walikuwa wakiwabeba manahodha kwaajili ya biashara.
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
10 Uajemi, Ludi, na Putu walikuwa katika jeshi lako, watu wako wa vita. Walining'iniza ngao na chapeo ndani yako; walionyesha uzuri wako.
ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
11 Watu wa Arvadi na Heleki katika jeshi lako walikuwa juu ya kuta zako wamekuzunguka, na watu wa Gamadi walikuwa kwenye minara yako. Walinin'giniza juu ngao zao juu ya kuta zako zote zilizokuzunguka! Wakaukamilisha uzuri wako.
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
12 Tarshishi alikuwa mdau wa biashara pamoja nawe kwa sababu ya wingi wa utajiri wako wa kuuza mizigo: fedha, chuma, bati, na risasi. Walinunua na kuuza bidhaa za biashara!
“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
13 Yavani, Tubali, na Mesheki-waliwauza watumwa na katika vitu kutengeneza shaba. Walibeba bidhaa zako.
ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
14 Beth Togarma waliandaa farasi, farasi dume, na nyumbu kama kama bidhaa zako.
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
15 Watu wa Dedani walikuwa wafanya biashara wako kwenye pwani nyingi. Bidhaa zilikuwa mkononi mwako; walikutumia pembe, pembe za ndovu, na mpingo kama ushuru!
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।
16 Shamu alikuwa mchuuzi katika bidhaa zako nyingi; waliandaa zumaridi, zambarau, nguo zenye rangi mbali mbali, kitambaa kizuri, lulu, na kito chekundu cha thamani kama bidhaa zako.
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
17 Yuda na nchi ya Israeli walikuwa wafanyabiashara pamoja nawe. Waliandaa ngano kutoka Minithi, keki, asali, mafuta, na lihamu kama bidhaa zako.
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
18 Dameski alikuwa mfanya biashara wa bidhaa zako zote, za utajiri mkubwa mno, na ya divai ya Helboni na sufu ya Zahari.
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
19 Dani na Yavani kutoka Uzali walikwandalia bidhaa ya chuma kilichofuliwa, na mdalasini, na mchai. Hivi vikawa bidhaa yako.
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।
20 Dedani alikuwa mchuuzi katika nguo nzuri za kutandika.
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
21 Arabuni na wakuu wote wa Kedari walikuwa wafanyabiashara pamoja nawe; walikuandalia wanakondoo, kondoo dume na mbuzi.
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
22 Wafanya biashara wa Sheba na Raama walikuja kukuuzia kila aina ya viungo vizuri katika vito vyote vya thamani; waliuza dhahabu kwa ajili ya bidhaa.
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
23 Harani, Kane, na Adina walikuwa wafanya biashara pamoja nawe, karibu na Sheba, Ashuru, na Kilmadi.
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।
24 Hawa walikuwa wachuuzi wako mapambo ya joho ya nguo za urujuani pamoja na rangi zilibuniwa, na nguo zilizo sanifiwa vizuri katika sehemu zako za soko.
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
25 Merikebu za Tarshishi zilikuwa misafara ya bidhaa yako! Hivyo ulijaa, shehena nzito katika moyo wa bahari!
ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
26 Wapiga makasia wako walikuleta kwenye bahari kuu mno; upepo wa mashariki umekuvunja kati yao.
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
27 Utajiri wako, bidhaa, na mizigo ya biashara; wapiga makasia wako na marubani, na waunzi wa meli; wafanya biashara wako wa bidhaa na watu wote wa vita walio ndani yako, na jeshi lako-watazama kwenye kina cha bahari siku ya kuangamia kwako.
ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
28 Miji iliyopo kwenye bahari sauti itatetemeka kulia kwa rubani zako;
ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
29 Wote wavutao kasia watashuka chini kutoka meli katika zao; wanamaji na marubani wote juu ya bahari watasimama juu ya nchi.
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,
30 Kisha watakufanya kusikiliza sauti yao na kulia kwa uchungu; watarusha vumbi juu ya vichwa vyao. Watabingirika katika majivu.
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
31 Watanyo vichwa vyao upara kwa ajili yako na kujifunga wenyewe kwa nguo za magunia, na watalia kwa sauti.
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
32 Watakuinulia maombolezo ya kuomboleza kwa ajili yako na kuimba nyimbo za maombolezo juu yako, ni nani aliye kama Tiro, ambaye sasa ameletwa kunyamazishwa kati ya bahari?
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
33 Wakati bidhaa yako ilipoenda ufukweni kutoka kwenye bahari, imewarithisha watu wengi; uliwatajirisha wafalme wa dunia kwa wingi wa utajiri wako mkubwa na bidhaa!
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
34 Lakini wakati ulipo vunjwavunjwa kwa bahari, kwa vilindi vya maji, bidhaa yako na wafanya kazi wako wote kuzama!
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
35 Wote wakaao pwani walikuogopa, na wafalme wao kuvunjwa vunjwa katika kitisho! Nyuso zao zimetetemeka!
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।
36 Wafanya biashara wa meli wa watu wakuzomea; umekuwa tishio, na hutakuwepo tena milele.”
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”

< Ezekieli 27 >