< Ezekieli 34 >
1 Kisha neno la Yahwe likanijia, kusema,
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 “Mwanadamu, tabiri dhidi ya wachungaji wa Israeli. Toa unabii na waambie, 'Bwana Yahwe asema hivi kwa wachungaji: Ole kwa wachungaji wa Israeli wanaojilisha wenyewe. Je! wachungaji hawapaswi kulilinda kundi?
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
3 Mnakula mafungu yaliyonona na mnavaa sufu. Mnawachinja walionona. Hamkuwalisha siku zote.
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
4 Hamkuwatia nguvu wagonjwa, wala hamkuwaponya wenye maradhi. Hamkuwafungua wale waliovunjika, hamkuwarudisha waliofukuzwa au kuwatafuta waliopotea. Badala yake, mmetawala juu yao kwa nguvu na vurugu.
ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।
5 Kisha walikuwa wametawanyika bila mchungaji, na wakawa chakula kwa wanyama wote waishio katika mashamba, walipokuwa wametawanyika.
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
6 Kundi langu limetawanyika juu ya milima yote na juu ya kilima kirefu, na limetawanyika juu ya uso wote wa dunia. Wala hakuna anayewatafua.
ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।
7 Kwa hiyo, wachungaji, sikilizeni neno la Yahwe:
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
8 Kama niishivyo-hivi ndivyo Bwana Yahwe asemavyo-kwa sababu kundi langu limekuwa mateka na chakula kwa ajili ya wanyama katika mashamba, kwa sababu hapakuwa na mchungaji yeyote, lakini wachungaji walijilisha wenyewe na hawakulisha kundi langu.
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
9 Kwa hiyo, wachungaji, lisikilizeni neno la Yahwe:
ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
10 Bwana Yahwe asema hivi: Tazama! Niko juu ya wachungaji, na nitalitaka kundi langu kutoka mkononi mwake. Kisha nitawaachisha kutoka kulichunga kundi; wala wachungaji hawatajilisha wenyewe tena kwa kuwa nitaliondoa kundi langu kutoka midomoni mwao, ili kwamba kundi langu lisiwe chakula kwa ajili yao tena.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।
11 Kwa kuwa Bwana Yahwe asema hivi: Tazama! mimi mwenyewe nitawatafuta kondoo wangu na kuwaulizia,
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
12 kama mchungaji atafutaye kundi lake juu ya siku hiyo yupo ndani ya kundi lake lililotawanyika. Hivyo nitalitafuta kundi langu, na nitalichunga kutoka sehemu lilipokuwa limetawanyika siku ya mawingu na giza.
କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
13 Kisha nitalileta kutoka miongoni mwa watu; nitalikusanya kutoka nchi mbali mbali na kulileta kwenye nchi yao. Nitaliweka kwenye malisho juu ya pande za milima ya Israeli, karibu na vijito, na katika kila makazi katika nchi.
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି ସ୍ଥାନରେ ଚରାଇବା।
14 Nitawaweka kwenye malisho mema; juu ya milima ya Israeli itakuwa sehemu za malisho yao. Watalala chini huko katika sehemu nzuri kwa ajili ya malisho, katika malisho mengi, na watalisha juu ya milima ya Israeli.
ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।
15 Mimi mwenyewe nitachunga kondoo wangu, na mimi mwenyewe nitawalaza chini-hivi ndivyo Bwana Yahwe
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।
16 asemavyo-Nitawatafuta waliopotea nitawarudisha waliofukuzwa. Nitawafunga waliovunjika na kuwaponya kondoo waliougua lakini wanene na wenye nguvu nitawaharibu. Nitawalisha kwa haki.
ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
17 Hivyo sasa ninyi, kundi langu-hivi ndivyo Bwana Yahwe asemavyo-tazama, nitakuwa hakimu kati ya kondoo na kondoo na kati ya kondoo dume na mbuzi dume.
ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।
18 Je! haitoshi kulisha juu ya malisho mazuri, ambayo mtayakanyaga chini kwa miguu yenu kile kilichobakia kwenye malisho; na kunywa kutoka maji masafi, ambayo hakuna budi kuikanyaga mito kwa miguu yenu?
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦ ତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
19 Kondoo zangu zitakula kile mlichokanyagwa kwa miguu yenu, na kunywa maji yale mliyoyakanyaga kwa miguu yenu?
ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।
20 Kwa hiyo Bwana Yahwe anawaambia hivi; Tazama! Mimi mwenyewe nitahukumu kati ya wanene na waliokonda,
ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।
21 Kwa kuwa mmewasukuma kwa ubavu wenu na mabega, na kuwapiga kwa pembe wadhaifu wote kwa pembe zenu hadi mtakapowatawanya mbali kutoka kwenye nchi.
ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
22 Nitaliokoa kundi langu na hawatakuwa mateka tena, na nitahukumu kati ya kondoo mmoja na mwingine!
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
23 Nitaweka juu yao mchungaji mmoja, mtumishi wangu Daudi. Atawachunga, atawalisha, na atakuwa mchungaji wao.
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦଙ୍କୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
24 Kwa kuwa mimi, Yahwe, nitakuwa Mungu wao, na mtumishi wangu Daudi atakuwa mkuu kati yao-mimi, Yahwe, nimesema hivi.
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
25 Kisha nitafanya agano la amani pamoja nao na kuwaondoa wanyama waovu kutoka kwenye nchi, ili kwamba waishi salama katika jangwa na walale salama katika misitu.
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
26 Pia nitaleta baraka juu yao na juu ya maeneo yazungukao kilima changu, kwa kuwa nitaleta manyunyu kwa wakati wake. Haya yatakuwa manyunyu ya baraka.
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
27 Kisha miti ya shambani itazaa matunda yake, na dunia itashindwa kuzaa matunda yake. Kondoo wangu watakuwa salama katika nchi yao; kisha watajua ya kwamba mimi ni Yahwe, wakati nitakazipovunja fito za kongwa zao, na wakati nitakapowalinda kutoka kwenye mkono wa wale walio watumikisha.
ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡ଼ିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
28 Hawatakuwa mateka tena kwa mataifa, na wanyama pori juu ya dunia hawatawameza tena. Kwa kuwa wataishi salama na wala hakuna mtu atakayewatia hofu.
ପୁଣି, ସେମାନେ ଆଉ ଅନ୍ୟଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
29 Kwa kuwa nitatengeneza sehemu ya kulimia nzuri kwa ajili yao hivyo hawataangamia kwa njaa katika nchi, na mataifa hayataleta matukano juu ya yao.
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
30 Kisha watajua kwamba mimi, Yahwe Mungu wao, niko pamoja nao. Ni watu wangu, nyumba ya Israeli-hivi ndivyo Bwana Mungu asemavyo.
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
31 Kwa kuwa ninyi ni kondoo wangu, kundi la malisho yangu, na watu wangu, na mimi ni Mungu wenu-hivi ndivyo Bwana Mungu asemavyo.”
ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”