< Ezekieli 47 >
1 Kisha yule mtu akanirudisha nyuma kwenye lango la kuingia la hekalu, na kulikuwa na maji yakitiririka nje kutoka chini ya hekalu kizingiti cha nyumba kuelekea masharikii-kwa mbele ya hekalu kulekea mashariki-na maji yalikuwa yakitiririka chini upande wa kusini mwa hekalu, kuelekea upande wa kuume wa madhabahu.
ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
2 Hivyo akanileta kwenye lango la kaskazini na kuniongoza kuzunguka lango kuelekea mashariki, na hapo maji yalikuwa yakitiririka kutoka lango hili kwa upande wa kusini yake.
ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
3 Yule mtu alipokuwa akienda mashariki, kulikuwa na kamba ya kupimia kwenye mkono wake; akapima dhiraa elfu moja akanivusha kwenye maji hata maji yakafika kwenye magoti.
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
4 Kisha akapima dhiraa elfu moja ten akanivusha kwenye yale maji yaliyofika kwenye magoti; akapima dhiraa elfu kumi nyingine na kunivusha maji yakafika hata kwenye nyonga.
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
5 Tena akapima dhiraa elfu moja nyingine, lakini ulikuwa mto ambao sikuweza kuuvuka kwa sababu maji yalizidi na yalijaa maji ya kuogelea ndani-yalikuwa mto usiovukika
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
6 Yule mtu akanambia, “Mwanadamu, unaona hii?” akanipeleka na kunirudisha karibu na ukingo wa mto.
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
7 Nilipokuwa nikirudi, hapo kwenye ukingo wa mto kulikuwa na miti mingi katika huu upande na upande mwingine pia.
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
8 Yule mtu akanambia, “Haya maji yanatoka kwenda pande za nchi ya mashariki na chini hata Araba; haya maji hutiririka kwenye Bahari ya Chumvi itaifanya kuwa mpya.
ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
9 Itakuwa kwamba kila kiumbe hai kisongamanacho kitaishi mahali maji yanapoelekea; kutakuwa na samaki wengi, kwenye hayo maji yatiririkayo huko. Itafanya maji ya chumvi kuwa mapya. Kila kitu kitaishi popote mto utakapoelekea.
ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
10 Kisha itatokea kwamba wavuvi wa En Gedi watasimama karibu na maji, na kutakuwa na sehemu ya kutandazia nyavu za samaki karibu na En Eglaimu. Kutakuwa na samaki nyingi za aina tofauti tofauti katika Bahari ya Chumvi, kama samaki kwenye Bahari Kuu kwa wingi wao.
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
11 Lakini Bahari ya Chumvi ikajaa maji na matope hayataachwa mapya; yataachwa yawe kwa ajili ya kutengeneza chumvi.
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
12 Karibu na huo mto juu ya ukingo wake, pande zote, aina zote za miti utazaa chakula. Majani yake hayatanyauka na matunda yake hayataacha kukua. Kila mwezi miti itazaa matunda, kwa sababu maji kutoka patakatifu yatatirirka kwenda kwenye hiyo miti. Matunda yake yatakuwa kwa ajili ya chakula, na majani yake yatakuwa kwa ajili ya dawa.
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
13 Bwana Yahwe asema hivi: Hii itakuwa njia ambayo mtaigawanya nchi kwa ajili ya kabila kumi na mbili za Israeli: Yusufu atakuwa na mafungu mawili.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
14 Mtaigawa kila mtu sawa sawa ambayo niliinua mkono wangu na kuapa kuwapa baba zenu. Hii nchi itakuja kuwa urithi kwenu.
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
15 Huu utakuwa mpaka wa nchi upande wa kaskazini kutoka Bahari Kubwa kwa njia ya Hethloni, na kisha kuelekea Zedada.
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
16 Kisha mpaka utaenda hata Berotha, hadi Sibraimu, iliyopo kati ya Damaskasi na Hamathi, na kisha hata Hazer-hatikoni, iliyopo karibu na mpaka wa Haurani.
ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍।
17 Hivyo mpaka utaenda kutoka kwenye bahari hadi Hazar-enoni kwenye mpaka wa Damaskasi na Hamathi hata kaskazini. Huu utakuwa upande wa kaskazini.
ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
18 Kwa upande wa mashariki, kati ya Haurani na Damaskasi na kati ya Geliadi na nchi ya Israeli kutakuwa na mto Yordani. Mtapima kutoka kwenye mpaka hata kwenye bahari ya mashariki; huo wote utakuwa mpaka wa mashariki.
ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
19 Kisha upande wa kusini: kusini mwa Tamari hadi kwenye maji ya Meriba Kadeshi, kijito cha Misri hata Bahari Kuu, na upande wa kusini kuelekea kusini.
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
20 Kisha mpaka wa magharibi utakuwa Bahari Kuu utaelekea hata nyuma ya Hamathi. Huu utakuwa upande wa mgharibi.
ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
21 Kwa njia hii mtaigawanya hii nchi kwa ajili yenu wenyewe, kwa kabila za Israeli.
ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
22 Hivyo mtagawana urithi kwa ajili yenu wenyewe na kwa ajili ya wageni walio kati yenu, wale watakaozaa watoto kati yenu na waliokuwa, kati yenu, kama wazaliwa wa watu wa Israeli. Mtapewa urithi miongoni mwa makabila ya Israeli.
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
23 Kisha itatokea kwamba wageni watakuwa pamoja na kabila miongoni mwa yule anayeishi. Mtapatia urithi-hivi ndivyo Bwana Yahwe asemavyo.”
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।