< Mwanzo 12 >

1 Kisha Yahwe akamwambia Abram, “Nenda utoke katika nchi yako, na toka kwa ndugu zako, na kwa jamaa za baba yako, uende katika nchi nitakayo kuonesha.
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
2 Nitakufanya uwe taifa kubwa, na nitakubariki na kulifanya jinalako kuwa kubwa, na utafanyika baraka.
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
3 Nitawabariki wakubarikio, lakini asiye kuheshimu nita mlaani. Kupitia kwako familia zote za nchi zitabarikiwa.
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
4 Kwa hiyo Abram akaondoka kama vile Yahwe alivyo mwambia kufanya, na Lutu akaenda pamoja naye. Abram alikuwa na miaka sabini na mitano wakati alipotoka Harani.
ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
5 Abram akamchukua Sarai mkewe, Lutu, mtoto wa ndugu yake, na vyote walivyomiliki ambavyo wamevikusanya, na watu ambao wamewapata wakiwa huko Harani. Wakatoka kwenda katika nchi ya Kanaani, wakafika nchi ya Kanaani.
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
6 Abram akapitia katikati ya nchi hadi Shekemu, hadi mwaloni wa More. Wakati huo wakanaani waliishi katika nchi hiyo.
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
7 Yahwe akamtokea Abram, na kusema, “Nitawapa uzao wako nchi hii.” Kwa hiyo Abram akamjengea madhabahu, Yahwe ambaye alimtokea.
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
8 Kutoka pale akaenda kwenye nchi ya mlima mashariki mwa Betheli, ambapo alipiga hema yake, magaribi kukiwa na Betheli na mashariki kukiwa na mji wa Ai. Akajenga madhabahu ya Yahwe pale na kuliitia jina la Yahwe.
ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
9 Kisha Abram akaendelea kusafiri, akielekea upande wa Negebu.
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
10 Kulikuwa na njaa katika nchi, kwa hiyo Abram akaenda kukaa Misri, kwa kuwa njaa ilikua kali katika nchi.
ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
11 Wakati alipokaribia kuingia Misri, akamwambia Sarai mkewe, “tazama, najua kuwa wewe ni mwanamke mzuri.
ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
12 Wamisri watakapokuona watasema, huyu ni mke wake, na wataniua mimi, lakini watakuacha wewe hai.
ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।
13 Hivyo wewe sema kuwa ni dada yangu, ili kwamba niwe salama kwa sababu yako, na kumba maisha yangu yatasalimika kwa sababu yako.”
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
14 Ikawa kwamba Abram alipoingia Misri, Wamisri wakaona kwamba Sarai ni mzuri sana.
ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
15 Wakuu wa Farao wakamuona, na kumsifia kwa Farao, na huyu mwanamke akachukuliwa kupelekwa nyumbani mwa Farao.
ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
16 Farao akamtendea kwa wema Abram kwa ajili yake, na akampatia kondoo, maksai, punda waume watumishi wa kiume, watumishi wa kike, punda wake, na ngamia.
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
17 Kisha Yahwe akampiga Farao na nyumba yake kwa mapigo makuu kwa sababau ya Sarai, mke wa Abram.
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
18 Farao akamwita Abram na kusema, “Nini hiki ambacho umenifanyia? Kwa nini hukuniambia kuwa alikuwa mke wako?
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
19 Kwa nini ulisema, 'ni dada yangu; na mimi nikamchukua kuwa mke wangu? Sasa kwa sababu hiyo huyu hapa mke wako. Mchukue na uende zako.”
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
20 Kisha Farao akatoa amri kwa watu wake kuhusiana naye, na wakamuondoa, yeye pamoja na mke wake na vyote alivyokuwa navyo.
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।

< Mwanzo 12 >