< Mwanzo 18 >
1 Yahwe alimtokea Abraham katika Mialoni ya Mamre, alipokua ameketi mlangoni pa hema wakati wa jua.
ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
2 Akatazama juu na, tazama, akaona wanaume watatu wamesimama mbele yake. Alipo waona, alikimbia kupitia mlango wa hema kuwalaki na kuinama chini hadi ardhini.
ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
3 Akasema, “Bwana, kama nimepata upendelea machoni pako, nakuomba usinipite na kuniacha mtumishi wako.
“ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
4 Naomba maji kidogo yaletwe, mnawe miguu yenu, na mjipumzishe chini ya mti.
ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
5 Nami acha nilete chakula kidogo, ili kwamba mjiburudishe wenyewe. Ndipo baadae mwaweza kwenda zenu, kwa kuwa mmekuja kwa mtumishi wenu.” Nao wakasema, “Fanya kama ulivyo sema.”
ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”
6 Kisha Abraham akaenda upesi hemani kwa Sara, na akasema, “Harakisha, chukua vipimo vitatu vya unga safi, uukande, na fanya mkate.”
ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”
7 Kisha Abraham akakimbia kundini, akachukua ndama wa ng'ombe aliye laini na mzuri, na akampatia mtumishi na kwa haraka akamwandaa.
ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।
8 Akatwaa siagi na maziwa na ndama aliye kwisha andaliwa, na akaweka chakula mbele yao, naye akasimama karibu nao chini ya mti wakati wanakula.
ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
9 Wakamwambia, “Mke wako Sara yuko wapi?” akajibu. “pale hemani.”
ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
10 akasema, “Hakika nitarejea kwako majira ya machipuko, na tazama Sara mkeo atakuwa na mtoto wa kiume.” Sara alikuwa akisikiliza mlangoni pa hema iliyokuwa nyuma yake.
ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
11 Abraham na Sara walikuwa wazee, umri wao ulikuwa umeendelea sana, na Sara alikuwa amepita umri ambao mwanamke anaweza kuzaa watoto.
ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
12 Kwa hiyo Sara akajicheka mwenyewe, akijisemesha mwenyewe, “baada ya kuwa nimechakaa na bwana wangu ni mzee, je ni tapata furaha hii?”
ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
13 Yahwe akamwambia Abraham, “Kwa nini Sara amecheka na kusema, Je ni kweli nitazaa mtoto, nikiwa mzee'?
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?
14 Je kuna jambo lolote gumu sana kwa Yahwe? Itakuwa katika wakati nilioweka mimi majira ya machipuko, nitarejea kwako. Majira haya mwakani Sara atakuwa na mtoto wa kiume.”
ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
15 Kisha Sara akakataa na kusema, “sikucheka,” kwa kuwa aliogopa. Yahwe akasema, “hapana ulicheka.”
ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
16 Kisha wale wanaume walisimama kuondoka na wakatazama chini kuelekea Sodoma. Abraham akafuatana nao kuona njia yao.
ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
17 Lakini Yahwe akasema, Je ni mfiche Abraham kile ninacho kusudia kufanya,
ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା?
18 Ikiwa kwa hakika Abraham atakuwa mkuu na taifa lenye nguvu, na katika yeye mataifa yote ya dunia watabarikiwa?
ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
19 Kwa kuwa nimemchagua ili awaelekeze wanawe na nyumba yake baada yake waishike njia ya Yahwe, watende utakatifu na haki, ili kwamba Yahwe ampatie Abraham yale aliyo yasema kwake.”
ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
20 Kisha Yahwe akasema, “Kwa sababu kilio cha Sodoma na Gomora ni kikuu, na kwa kuwa dhambi yao ni kubwa,
ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
21 sasa nitashuka pale na kuona kilio kilicho nifikia dhidi yake, ikiwa kweli wamefanya au hawakufanya, nitajua.”
ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
22 Kwa hiyo wale wanaume wakageuka toka pale, na kuelekea Sodoma, lakini Abraham akabaki amesimama mbele ya Yahwe.
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
23 Kisha Abraham alikaribia na kusema, “Je utawafutilia mbali watakatifu pamoja na waovu?
ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
24 Huenda wakawepo wenye haki hamsini katika mji. Je utawakatilia mbali na usiuache mji kwa ajili ya hao watakatifu hamsini walioko hapo?
ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
25 Hasha usifanye hivyo, kuwauwa watakatifu pamoja na waovu, ili kwamba watakatifu watendewe sawa na waovu. Hasha! Je muhukumu wa ulimwengu wote hatatenda haki?”
ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
26 Yahwe akasema, “Katika Sodoma nikipata watakatifu hamsini kwenye mji, nita uacha mji wote kwa ajili ya hao.”
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
27 Abraham akajibu na kusema, “Tazama, Nimeshika kusema na Bwana wangu, hata kama mimi ni mavumbi na majivu!
ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
28 Itakuwaje ikiwa kuna watano pungufu katika idadi ya hao watakatifu hamsini? Je utaangamiza mji wote kwa upungufu wa hao watano?” Akasema, “Sitaangamiza, ikiwa nitapata watu arobaini na watano pale.”
ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
29 Akaongea naye tena, na kusema, “Itakuwaje ikiwa arobaini watapatikana pale?” Akajibu, “Sitafanya kwa ajili ya hao arobaini.”
ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
30 Akasema, Tafadhali usikasirike, Bwana, nikiongea. Pengine thelathini watapatikana pale.” Akajibu, 'Sitafanya, ikiwa nitapata thelathini pale.”
ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
31 Akasema, Tazama, Nimeshika kusema na Bwana wangu! Pengine ishirini watapatikana pale.” Akajibu, “Sitaharibu kwa ajili ya hao ishirini.”
ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
32 Akasema, “Tafadhali usikasirike, Bwana, na nitasema jambo hili kwa mara ya mwisho. Huenda kumi wakaonekana kule.” Na akasema, sitaangamiza kwa ajili ya hao kumi.”
ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
33 Yahwe akaendelea na njia yake mara tu baada ya kumaliza kuongea na Abraham, na Abraham akarudi nyumbani.
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।