< Mwanzo 25 >

1 Abraham akaoa mke mwingine; jina lake aliitwa Ketura.
ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2 Akamzalia Zimrani, Jokshani, Medani, Midiani, Ishbaki, na Shua.
ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3 Jokshani akamzaa Sheba na Dedani. Wana wa Dedani walikuwa ni Waashuru, Waletushi, na Waleumi.
ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4 Wana wa Midiani walikuwa ni Efa, Eferi, Hanoki, Abida, na Eldaa. Hawa wote walikuwa ni wana wa Ketura.
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5 Abraham akampatia Isaka vitu vyote alivyokuwa navyo.
ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।
6 Ingawaje, wakati alipokua angali akiishi, aliwapatia zawadi wana wa masuria wake na kuwapeleka katika nchi ya mashariki, mbali na Isaka, mwanae.
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
7 Hizi ndizo zilikuwa siku za miaka ya uhai wake Abraham alizoishi, miaka 175.
ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
8 Abraham akapumua pumzi ya mwisho na akafa katika uzee mwema, mzee aliye shiba siku, na akakusanywa kwa watu wake.
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
9 Isaka na Ishmaili, wanae wakamzika katika pango la Makipela, katika shamba la Efron mwana wa Soari Mhiti, pango lililokuwa karibu na Mamre.
ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10 Shamba hili Abraham alilinunua kwa watoto wa Hethi. Abraham akazikwa pale pamoja na Sara mkewe.
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11 Baada ya kifo cha Abraham, Mungu akambariki Isaka mwanae, na Isaka akaishi karibu na Beerlalahairoi.
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
12 Na sasa hawa ndio walikuwa wana wa Ishimaeli, mwana wa Abraham, ambaye Hajiri Mmisri mtumishi wake Sara, alizaa kwa Abraham.
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
13 Haya ndiyo yalikuwa majina ya wana wa Ishimaeli, kuanzia mzaliwa wa kwanza: Nebayothi - mzaliwa wa kwanza wa Ishimaeli, Kedari, Adbeeli, Mibsamu,
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
14 Mishma, Duma, Masa,
ମିଶ୍ମା ଓ ଦୂମା ଓ ମସା,
15 Hadadi, Tema, Yeturi, Nafishi, na Kedema.
ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।
16 Hawa ndio walikuwa wana wa Ishimaeli, na haya ndiyo majina yao, kwa vijiji vyao, na katika vituo vyao; Maseyidi kumi na wawili kufuatana na kabila zao.
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
17 Hii ndiyo ilikuwa miaka ya Ishimaeli, miaka 137: akapumua pumzi yake ya mwisho na akafa, na akakusanywa pamoja na watu wake.
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18 Walioshi toka Havila mpaka Shuri, ambayo iko karibu na Misri, kuelekea Ashuru. Waliishi kwa uadui kati yao.
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
19 Haya ndiyo yalikuwa matukio kumuhusu Isaka, mwana wa Abraham: Abraham alimzaa Isaka.
ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;
20 Isaka alikuwa na umri wa miaka arobaini alipomuoa Rebeka, binti wa ethueli Mshami wa Padani Aramu, ndugu wa Labani Mshami.
ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
21 Isaka akamwomba Yahwe kwa ajili ya mke wake kwa sababu alikuwa tasa, na Yahwe akajibu maombi yake, Rebeka mkewe akabeba mimba.
ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22 Watoto hawa walipokuwa tumboni mwake wakasumbuka, naye akasema, “Kwa nini jambo hili linatokea kwangu mimi?” Akaenda kumuuliza Yahwe kuhusu jambo hili.
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23 Yahwe akamwambia, “Mataifa mawili yako katika tumbo lako, na mataifa haya mawili yatatengana ndani yako. Taifa moja litakuwa lenye nguvu kuliko lingine, na yule mkubwa atamtumikia mdogo.
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 Ulipo wadia wakati wa kujifungua, tazama, kulikuwa na mapacha ndani ya tumbo lake.
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25 Wakwanza akatoka akiwa mwekundu mwili wote kama vazi la nywele. Wakamwita jina lake Esau.
ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
26 Baada ya hapo ndugu yake akatoka. Mkono wake ukiwa umeshika kisigino cha Esau. Akaitwa jina lake Yakobo. Isaka alikuwa na umri wa miaka sitini wakati mke wake alipo wazaa hawa watoto.
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
27 Vijana hawa wakakua, Hesau akawa mwindaji hodari, mtu wa nyikani; lakini Yakobo alikuwa mtu mkimya, aliye tumia muda wake akiwa katika mahema.
ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
28 Kisha Isaka akampenda Esau kwa sababu alikula wanyama ambao alikuwa anawinda, lakini Rebeka akampenda Yakobo.
ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29 Yakobo akapika mchuzi. Esau akaja kutoka nyikani, akiwa dhaifu kutokana na njaa.
ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
30 Esau akamwambia Yakobo, “Nilishe mchuzi mwekundu. Tafadhari, nimechoka!” Na hii ndiyo sababu jina lake aliitwa Edomu.
ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
31 Yakobo akasema, “Kwanza uniuzie haki yako ya mzaliwa wa kwanza.”
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
32 Esau akasema, “Tazama, nakaribia kufa. Ni nini kwangu haki ya mzaliwa wa kwanza?”
ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
33 Yakobo akasema, “Kwanza uape kwangu mimi,” kwa hiyo Esau akaapa kiapo na kwa njia hii akawa ameuza haki yake ya mzaliwa wa kwanza kwa Yakobo.
ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
34 Yakobo akampatia Esau mkate pamoja na mchuzi wa dengu. Akala na kunywa, kisha akainuka na akaenda zake. Kwa njia hii Esau akawa ameidharau haki yake ya mzaliwa wa kwanza.
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।

< Mwanzo 25 >