< Mwanzo 29 >

1 Kisha Yakobo akaendelea na safari yake na akafika katika nchi ya watu wa mashariki.
ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
2 Hata alipotazama, akaona kisima kondeni, na, tazama, makundi matatu ya kondoo yalikuwa yamelala kando yake. Kwani kutoka katika hicho wangeyanywesha makundi, na jiwe juu ya mdomo wa kisima lilikuwa kubwa.
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
3 Wakati makundi yote yangekusanyika pale, wachungaji wangevingirisha jiwe kutoka katika mdomo wa kisima na kuwanywesha kondoo, na kisha kurudisha jiwe juu ya mdomo wa kisima, mahali pake.
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
4 Yakobo akawambia, “Ndugu zangu, ninyi mnatokea wapi?” nao wakasema, “Tunatoka Harani.”
ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
5 Akawambia, “Mnamfahamu Labani mwana wa Nahori?” Wakasema, “Tunamfahamu.”
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
6 Akawambia, “Je hajambo?” Wakasema, “Hajambo, na, tazama pale, Raheli binti yake anakuja na kondoo.”
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7 Yakobo akasema, “Tazama, ni mchana. Siyo wakati wa kukusanya kondoo pamoja. Mnapaswa kuwanywesha kondoo na kisha mkaenda na kuwaacha wachunge.”
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8 Wakamwambia, “Hatuwezi kuwanywesha mpaka makundi yote yakusanyike pamoja. Ndipo wanaume watakapovingirisha jiwe kutoka mlangoni mwa kisima, na ndipo tutakapowanywesha kondoo.”
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9 Wakati bado Yakobo anaongea nao, Raheli akaja pamoja na kondoo wa babaye, kwani alikuwa akiwachunga.
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
10 Yakobo alipomwona Raheli, binti wa Labani, kaka wa mamaye, na kondoo wa Labani, kaka wa mama yake, Yakobo akaja juu, akalivingirisha jiwe kutoka mlangoni mwa kisima, na akawanywesha kondoo wa Labani, kaka wa mama yake.
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
11 Yakobo akambusu Raheli na akalia kwa sauti.
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
12 Yakobo akamwambia Raheli kwamba alikuwa ni ndugu wa baba yake, na kwamba alikuwa mwana wa Rebeka. Kisha yeye akakimbia kumwambia baba yake.
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
13 Labani aliposikia habari kuhusu Yakobo mwana wa dada yake, akaenda kukutana naye, akamkumbatia, akambusu, na kumleta nyumbani kwake. Yakobo akamwambia Labani mambo haya yote.
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
14 Labani akamwambia, “Kwa hakika wewe ni mfupa wangu na nyama yangu.” Kisha Yakobo akakaa naye kama mwezi mmoja.
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
15 Kisha Labani akamwambia Yakobo, “Je unitumikie bure kwa kuwa wewe ni ndugu yangu? Niambie, ujira wako utakuwaje?
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
16 Basi Labani alikuwa na binti wawili. Jina la mkubwa lilikuwa ni Lea, na jina la mdogo lilikuwa Raheli.
ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
17 Macho ya Lea yalikuwa dhaifu, lakini Raheli alikuwa mzuri wa umbo na mwonekano.
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
18 Yakobo alimpenda Raheli, hivyo akasema, “Nitakutumikia miaka saba kwa ajili ya Raheli, binti yako mdogo.”
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
19 Labani akasema, Itakuwa vema kukupa wewe, kuliko kumpa mtu mwingine. Kaa nami.”
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
20 Hivyo Yakobo akamtumikia kwa miaka saba kwa ajili ya Raheli; nayo ilionekana kwake kama siku chache tu, kwa ajili ya upendo aliokuwa nao kwake.
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
21 Kisha Yakobo akamwambia Labani, “Nipe mke wangu, kwani siku zangu zimetimia - ili kwamba nimwoe!
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
22 Hivyo Labani akawaalika watu wa mahali hapo na kuandaa sherehe.
ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
23 Wakati wa jioni, Labani akamchukua Lea binti yake mkubwa na kumleta kwa Yakobo, aliyelala naye.
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
24 Labani akampa mtumishi wake wakike Zilpa kuwa mjakazi wa Lea.
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
25 Ilipofika asubuhi, tazama, kumbe ni Lea! Yakobo akamwambia Labani, “Ni nini hiki ulichonifanyia? Je sikukutumikia kwa ajili ya Raheli? Kwa nini basi umenihadaa?
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
26 Labani akamwambia, “Siyo utamaduni wetu kumtoa bindi mdogo kabla ya mzaliwa wa kwanza.
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
27 Timiza juma la bibi arusi, na tutakupa yule mwingine pia kwa mbadala wa kunitumikia miaka mingine saba.”
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
28 Yakobo akafanya hivyo, na akatimiza juma la Lea. Kisha Labani akampa Raheli binti yake kuwa mke wake.
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
29 Lakini pia Labani akampa Raheli binti yake Bilha, kuwa mjakazi wake.
ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।
30 Hivyo Yakobo akalala na Raheli, pia, lakini akampenda Raheli zaidi ya Lea. Hivyo Yakobo akamtumikia Labani kwa miaka saba mingine.
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
31 Yahwe akaona kwamba Lea hakupendwa, hivyo akalifungua tumbo lake, lakini Raheli hakuwa na mtoto.
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
32 Lea akashika mimba na kuzaa mwana, naye akamwita Rubeni. Kwani alisema, “Kwa sababu Yahwe ameliangalia teso langu; bila shaka mme wangu sasa atanipenda.”
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
33 Kisha akashika mimba tena na kuzaa mwana. Akasema, “Kwa sababu Yahwe amesikia kwamba sipendwi, kwa hiyo amenipa mwana mwingine,” na akamwita Simoni.
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
34 Kisha akashika mimba tena na kuzaa mwana. Akasema, “Wakati huu mme wangu ataungana nami, kwa kuwa nimemzalia wana watatu.” Kwa hiyo akaitwa Lawi.
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
35 Akashika mimba tena na kuzaa mwana. Akasema, “Wakati huu nitamsifu Yahwe.” Kwa hiyo akamwita jina lake Yuda; kisha akaacha kuzaa watoto.
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

< Mwanzo 29 >