< Mwanzo 33 >
1 Yakobo akainua macho yake na, tazama, Esau alikuwa anakuja, na alikuwa na watu mia nne pamoja naye. Yakobo akawagawanya watoto kati ya Lea, Raheli, na wale wajakazi wawili.
ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
2 Kisha akawaweka wajakazi na wanao mbele, wakifuatiwa na Lea na watoto wake, Raheli na Yusufu wakafuata mwisho wa wote.
ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
3 Yeye mwenyewe akatangulia mbele yao. Akasujudu mara saba kuelekea ardhi, hata alipomkaribia ndugu yake.
ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
4 Esau akakimbia kumlaki, akamkumbatia, akakumbatia shingo yake na kumbusu. Kisha wakalia.
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
5 Esau alipoinua macho, aliona wanawake na watoto. Akauliza, “Hawa watu pamoja nawe ni kinanani?” Yakobo akasema, Ni watoto ambao Mungu amempa mtumishi wako kwa neema.”
ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
6 Kisha wajakazi wakakaribia pamoja na watoto wao, nao wakasujudia.
ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
7 Akafuata Lea pia na watoto wake wakaja na kusujudia. Mwisho Yusufu na Raheli wakaja na kusujudia.
ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
8 Esau akasema, Unamaanisha nini kwa makundi haya yote niliyokutana nayo?” Yakobo akasema, “Kutafuta kibali mbele za bwana wangu.
ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
9 Esau akasema, “Ninayo ya kutosha, ndugu yangu. Tunza uliyonayo kwa ajili yako mwenyewe.”
ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
10 Yakobo akasema, “Hapana, tafadhari, ikiwa nimeona kibali mbele zako, basi upokee zawadi yangu kutoka mkononi mwangu, na ni kama kuona uso wa Mungu, na umenipokea.
ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
11 Tafadhari pokea zawadi yangu uliyoletewa, kwa sababu Mungu amenitendea kwa neema, na kwa sababu ninavyo vya kutosha.” Hivyo Yakobo akamsihi, na Esau akamkubali.
ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
12 Kisha Esau akasema, “Haya na tuondoke. Nitakutangulia.”
ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
13 Yakobo akamwambia, “Bwana wangu anajua kwamba watoto ni wadogo, na kwamba kondoo na ng'ombe wananyonyesha ndama wao. Ikiwa watapelekwa kwa haraka hata siku moja, wanyama wote watakufa.
ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
14 Tafadhari bwana wangu na amtangulie mtumishi wake. Nitasafiri polopole, kwa kadili ya mifugo iliyo mbele yangu, na kadili ya watoto, hata nitakapofika kwa bwana wangu huko Seiri.”
ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
15 Esau akasema, haya nikuachie baadhi ya watu wangu waliopamoja nami.” Yakobo akasema, “Kwa nini kufanya hivyo? Bwana wangu amekuwa mkalimu kwangu kiasi cha kutosha.”
ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
16 Hivyo Esau akaanza kurudi Seiri.
ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
17 Yakobo akasafiri kuelekea Sukothi, akajijengea nyumba, na akafanya mazizi kwa ajili ya mifugo wake. Hivyo jina la eneo linaitwa Sukothi.
ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।
18 Yakobo alipokuja kutoka Padani Aramu, akafika salama katika mji wa Shekemu, uliyo katika nchi ya Kanaani. Akapiga kambi karibu na mji.
ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
19 Kisha akanunu sehemu ya ardhi alipokuwa ameweka hema yake kutoka kwa wana wa Hamori, baba wa Shekemu, kwa vipande mia vya fedha.
ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
20 Akajenga madhabahu pale na kuiita El Elohe Israeli.
ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।