< Mwanzo 48 >

1 Ikawa baada ya mambo haya, mmojawapo akamwambia Yusufu, “Tazama, baba yako ni mgonjwa.” Hivyo akaondoka pamoja na wanawe wawili, Manase na Efrahimu.
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
2 Yakobo alipoambiwa, “Tazama, mwanao Yusufu amekuja kukuona,” Israeli akakusanya nguvu na kukaa juu ya kitanda.
ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
3 Yakobo akamwambia Yusufu, Mungu Mwenyezi alinitokea huko Luzu katika nchi ya Kanaani. Akanibariki na
ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
4 kuniambia, 'Tazama, nitakupa uzao mwingi, na kukuzidisha. Nitakufanya kuwa kusanyiko la mataifa. Nitakupa nchi hii wewe na uzao wako kuwa milki ya milele.'
‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
5 Na sasa wanao wawili, waliozaliwa kwako katika nchi ya Misri kabla sijaja Misri, ni wangu. Efrahimu na Manase watakuwa wangu, kama walivyo Rubeni na Simioni.
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
6 Watoto utakaowapata baada ya hapo ni wako; watahesabiwa katika majina ya ndugu zao katika urithi wao.
ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
7 Lakini kwangu mimi, nilipokuja kutoka Padani, kwa uzuni yangu Raheli alikufa njiani katika nchi ya Kanaani, wakati kungalipo kitambo kwenda Efrathi. Nilimzika pale katika njia iendayo Efrathi” (ndio, Bethlehemu).
ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
8 Israeli alipowaona wana wa Yusufu, akasema, “Ni nani hawa?”
ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
9 Yusufu akamwambia baba yake, “Hawa ni wanangu, Mungu alionipa hapa:” Israeli akasema, “Walete kwangu, kwamba niwabariki.”
ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
10 Basi macho ya Israeli yalikuwa yanashindwa kwa ajili ya umri wake, hivyo hakuweza kuona. Hivyo Yusufu akawasogeza karibu yake, na akawabusu na kuwakumbatia.
ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
11 Israeli akamwambia Yusufu, “Sikutazamia kuuona uso wako tena, Lakini Mungu ameniruhusu kuwaona hata wanao.”
ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
12 Yusufu akawaondoa kati ya magoti ya Israeli, na kisha akainama na uso wake juu ya nchi.
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
13 Yusufu akawachukua wote wawili, Efrahimu katika mkono wake wa kulia kuelekea mkono wa kushoto wa Israeli, na Manase katika mkono wake wa kulia kuelekea mkono wa kulia wa Israeli, na akawasogeza kwake.
ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
14 Israeli akainua mkono wake wa kulia na kuuweka juu ya kichwa cha Efrahimu, aliyekuwa mdogo, na mkono wake wa kushoto juu ya kichwa cha Manase. Akaipishanisha mikono yake, kwani Manase ndiye alikuwa mzaliwa wa kwanza.
ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
15 Israeli akambariki Yusufu, akisema, Mungu ambaye mbele zake baba zangu Ibrahimu na Isaka walitembea, Mungu aliyenilinda hata leo,
ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
16 malaika walionilinda na madhara yote, awabariki vijana hawa. Jina langu na litajwe kwao, na majina ya baba zangu Ibrahimu na Isaka. Na wawe makutano ya watu juu ya nchi.”
ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
17 Yusufu alipoona baba yake ameweka mkono wake wa kulia juu ya kichwa cha Efrahimu, haikumpendeza. Akauchukuwa mkono wa baba yake auweke katika kichwa cha Manase.
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
18 Yusufu akamwambia baba yake, “Sivyo babangu; kwani huyu ndiye mzaliwa wa kwanza. Uweke mkono wako juu ya kichwa chake.”
“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
19 Baba yake akakataa na kusema, “Ninafahamu, mwanangu, nafahamu. Yeye naye atakuwa watu, naye pia atakuwa mkuu. Lakini mdogo wake atakuwa mkuu kuliko yeye, na uzao wake utakuwa wingi wa mataifa.”
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
20 Israeli akawabariki siku hiyo kwa maneno haya, “Watu wa Israeli watatamka baraka kwa majina yenu wakisema, Mungu na akufanye kama Efrahimu na kama Manase'. “Kwa njia hii, Israeli akamweka Efrahimu mbele ya Manase.
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
21 Israeli akamwambia Yusufu, “Tazama, ninakaribia kufa, lakini Mungu atakuwa nanyi, na atawarudisha katika nchi ya baba zenu.
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
22 Kwako wewe, kwa kuwa uko juu ya ndugu zako, ninakupa mtelemko wa mlima niliouchukuwa kutoka kwa Waamori kwa upanga wangu na upinde wangu.”
ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”

< Mwanzo 48 >