< Habakuki 1 >

1 Ujumbe ambao habakuki nabii alipokea,
ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।
2 Yahwe, kwa muda gani nitalilia msaada, na hutasikia? Nimekulilia wewe katika kitisho, 'vurugu' lakini hutaniokoa.
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
3 Kwanini unanifanya nione mabaya na kuangalia matendo mabaya. Uharibifu na vurugu uko mbele yangu; kuna mapambano, na ushindani unainuka.
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
4 Walakini sheria ni dhaifu, na haki haiishi kwa wakati wowote. Sababu uovu umezunguka haki; walakini haki ya uongo inatoweka. “Yahwe” anamjibu habakuki
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
5 “Angalia mataifa na uwajaribu; stajaabishwa na shangazwa! Sababu nina uhakika kuhusu kufanya kitu katika siku zako kwamba hutaamini itakapotaarifiwa kwenu.
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
6 Sababu angalia! nakaribia kuwainua Wakaldayo - taifa katili na lenye kishindo - wanatembea kupitia upana wa nchi kuteka nyumba zisizo za kwao.
କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
7 Wanahofu na kuogopa; hukumu yao na uzuri kutoka kwao unaendelea.
ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
8 Farasi wao pia wanambio sana kuliko chui, wepesi sana kuliko mbwa mwitu wa jioni. Farasi wao huwaseta, na wapanda farasi wao wanakuja kutoka mbali - wanapaa kama tai anayewahi kula.
ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।
9 Wote wanakuja kwa vurugu; makundi yao yanakwenda kama upepo wa jangwani, na wanakusanya mateka kama mchanga.
ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।
10 Wanawadhihaki wafalme, na viongozi ni dhihaka kwaajili yao. Huicheka kila ngome, maana hurundika mavumbi na kuyaondoa.
ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।
11 Ndipo upepo utapita; itaendelea kupita - watu wenye hatia, ambao uwezo wao ni katika mungu.” Habakuki anamuuliza Yahwe swali lingine
ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।
12 “Wewe si wa tangu nyakati za zamani, Yahwe Mungu wangu, uliye Mtakatifu? Sisi hatutakufa. Yahwe aliwatenga kwaajili ya hukumu, na ninyi, Mwamba, mmeimarisha kwaajili ya kusahihisha.
ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
13 Macho yenu ni safi kuangaza juu ya uovu, lakini hamuwezi kuangalia matendo mabaya kwa fadhila; kwa nini mnaangalia kwa upendeleo hivyo juu ambao wanasaliti? Kwanini kunyamaza wakati uovu unameza sana wenye haki zaidi yao?
ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?
14 unawafanya watu kama samaki baharini, kama vitu vitambaavyo bila kiongozi juu yao.
ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?
15 Wao wanawaleta wote kwa ndoano; wanawakokota watu kutoka kwenye nyavu za samaki na kuwakusanya kwenye wavu wao. Hii ndiyo sababu wanafurahi na kupiga kelele kwa uchangamfu sana.
ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
16 Walakini wanatoa sadaka kwenye nyavu zao za kuvulia na kuchoma ubani kwenye nyavu zao, sababu wanyama wanene ni sehemu yao, na nyama iliyonona ni chakula chao.
ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
17 Kwa sababu hiyo watamaliza nyavu zao za kuvulia na kuendelea kuchicha mataifa, bila kuhisi huruma”?
ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?

< Habakuki 1 >