< Habakuki 3 >

1 Maombi ya Habakuki nabii:
ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।
2 Yahwe, nimesikia taarifa zako, na mimi naogopa. Yahwe, fufua kazi yako katikati wakati; katikati ya muda huu; fanya hiyo ijulikane; kumbuka kuwa na rehema katika ghadhabu yako.
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
3 Mungu alikuja kutoka Temani, na yule Mtakatifu kutoka Parani. (Sela) Utukufu wake umezifunika mbingu, na dunia ilikuwa imejaa utukufu wake.
ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। (ସେଲା) ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
4 Miali miwili ya mikono yake ilikuwa iking'aa kama mwanga, ambapo uweza wake ulifichwa.
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
5 Ugonjwa wa kuua ulitangulia mbele yake, na adha iliifuta miguu yake.
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
6 Yeye alisimama na akaipima nchi; aliangalia na aliyatikisa mataifa. Hata milima ya milele iliharibiwa kabisa, na vilima vya milele vilianguka chini. Njia yake ni ya milele.
ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
7 Niliona mahema ya Wakushi katika mateso, na vitambaa vya mahema katika Midiani vinatetema.
ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
8 Yahwe alikuwa na hasira pale mtoni? Ghadhabu yako ilikuwa dhidi ya mito, au hasira yako dhidi ya bahari, unapopanda juu ya farasi wenye mikokoteni na wa ushindi wako?
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?
9 Umeleta upinde wako bila mfuniko; unaweka mishale kwenye upinde wako! (Sela) uliigawa nchi na mito.
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। (ସେଲା) ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
10 Milima ilikuona wewe na kugeuka kwa huzuni. Maji yaliyomwagwa chini yalipita juu yao; kina cha bahari kilipaza sauti. Mawimbi yake yakainuka juu.
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
11 Jua na mwezi vilisimama imara juu mahali pake katika mwanga wa mishale yako na ilipaa, pale katika uangavu wa mwanga wa mikuki yako.
ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।
12 Umetembea juu ya nchi kwa uchungu. Katika ghadhabu umepukuchua mataifa.
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
13 Ulikwenda nje kwaajili ya wokovu wa watu wako, Kwaajili ya wokovu wa mteule wako. Wewe pondaponda kichwa cha nyumba ya mwovu kuweka wazi msingi wa shingo. (Sela)
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। (ସେଲା)
14 Umekichoma kichwa cha wapiganaji wake kwa mshale wake mwenyewe sababu walikuja kama upepo kututawanya sisi, wivu wao ulikuwa kama mtu ambaye anamteketeza masikini katika mahali pamaficho.
ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
15 Umesafiri juu ya bahari kwa farasi wako, na kuyapita maji makuu.
ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
16 Nilisikia, na ndani yangu nilitetemeka! midomo yangu ilitetemesha sauti. Uozo unakuja katika mifupa yangu, na chini yangu mwenyewe nilitetemeka kama nasubiri kwaajili ya siku ya kuhuzunisha ifike juu ya watu waliotushambulia sisi.
ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
17 Ingawa mtini hauchipui na hauzai kutokana na mzababibu; na ingawa kuzaa kwa mti wa mzaituni hakuridhishi na mashamba hayatoi chakula; na ingawa kundi mifugo limetoweka na hakuna ng'ombe katika zizi, hiki ndicho nitakacho kifanya.
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18 Bado, nitafurahia katika Yahwe. Nitakuwa nafuraha kwa sababu ya Mungu wa wokovu wangu.
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
19 Bwana Yahwe ni nguvu yangu na anaifanya miguu yangu kama ya kulungu. Ananifanya mimi niende mbele mahali pangu pa juu. - kufuata maelekezo ya muziki, katika vyombo vyangu vya nyuzi.
ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।

< Habakuki 3 >