< Hosea 4 >
1 Sikilizeni neno la Bwana, enyi watu wa Israeli. Bwana ana mashtaka dhidi ya wenyeji wa nchi, kwa sababu hakuna ukweli au uaminifu wa agano, hakuna ujuzi wa Mungu katika nchi.
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
2 Kuna laana, uongo, mauaji, wizi na uzinzi. Watu wamevunja mipaka yote, na damu inakuja baada ya damu.
ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
3 Kwa hiyo nchi inakauka, na kila mtu aliyeishi ndani yake anaangamia; wanyama katika mashamba na ndege angani, hata samaki katika bahari, wanaondolewa.
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
4 Lakini usiruhusu mtu yeyote kuleta mashtaka; msiruhusu mtu yeyote ahukumu mtu mwingine. Kwa maana ninyi ndio makuhani, ninaowashtaki.
ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
5 Ninyi makuhani mtajikwaa wakati wa mchana; manabii pia watajikwaa pamoja nanyi usiku, nami nitamwangamiza mama yako.
ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
6 Watu wangu wanaharibiwa kwa sababu ya ukosefu wa maarifa. Kwa sababu makuhani wamekataa maarifa, nami nitawakataa msiwe makuhani kwangu. Kwa sababu umesahau sheria yangu, ingawa mimi ni Mungu wako, nami pia nitasahau watoto wako.
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
7 Makuhani wengi waliongezeka, zaidi walifanya dhambi dhidi yangu. Walibadilisha heshima zao kwa aibu.
ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
8 Wanajilisha dhambi ya watu wangu; wao ni wenye tamaa zaidi ya uovu wao.
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
9 Itakuwa sawa kwa watu kama kwa makuhani: nitawaadhibu wote kwa matendo yao; Nitawalipa kwa matendo yao.
ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
10 Watakula lakini hawatashiba; watafanya uzinzi lakini hawataongezeka, kwa sababu wamekwenda mbali na Bwana.
ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
11 Wanapenda uasherati, divai, na divai mpya, ambayo imechukua uelewa wao.
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
12 Watu wangu hutaka shauri kwa sanamu zao za mbao, na fimbo zao za kutembelea huwapa unabii. Kwa maana mawazo ya uasherati yamewadanganya, na wamefanya kama makahaba badala ya kuwa mwaminifu kwa Mungu wao.
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
13 Wanatoa sadaka juu ya milima na kuteketeza uvumba kwenye milima, chini ya mialoni, milibua na miela, kwa sababu kivuli ni nzuri. Basi binti zenu hufanya uasherati, na binti zenu wanazini.
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
14 Mimi siwaadhibu binti zako wakati wanachagua kutenda uasherati, wala binti zako wakati wazini. Kwa maana wanaume pia wanajitoa kwa makahaba, na hutoa dhabihu ili waweze kufanya vitendo vya uasherati na makahaba. Hivyo watu wasiofahamu wataangamizwa.
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
15 Ingawa wewe, Israeli, umefanya uzinzi, lakini Yuda asiwe na hatia. Ninyi msiende Gilgali; msiende hadi Beth Aven. Wala msiape, “Aishivyo Bwana.”
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
16 Kwa maana Israeli amefanya ukaidi, kama ndama mkaidi. Je! Bwana anaweza kuwaleta kwenye malisho kama kondoo mahali penye nafasi?
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
17 Efraimu alijiunga na sanamu; mwache peke yake.
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
18 Hata wakati kileo chao kimeondoka wakaendelea kufanya uzinzi; watawala wake hupenda sana aibu yao.
ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
19 Upepo utamfunga kwa mabawa yake; nao wataona aibu kwa sababu ya dhabihu zao.
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।