< Hosea 9 >

1 Usifurahi, Israeli, kwa furaha kama watu wengine. Kwa maana haukuwa mwaminifu, umemuacha Mungu wako. Unapenda kulipa mshahara kwa kahaba kwenye sakafu zote za nafaka.
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
2 Lakini sakafu na divai hazitawalisha; divai mpya itampungukia.
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
3 Hawawezi kuendelea kuishi katika nchi ya Bwana; badala yake, Efraimu atarudi Misri, na siku moja watakula chakula kichafu katika Ashuru.
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
4 Hawatamtolea Bwana sadaka za divai, wala hawatamfurahisha. Dhabihu zao zitakuwa kwao kama chakula cha matanga wote wanaolila watakuwa wamejisikia. Maana chakula chao kitakuwa chao pekee; hautakuingia nyumbani mwa Bwana.
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
5 Utafanya nini siku ya sikukuu iliyowekwa rasmi, siku ya sikukuu ya Yahweh?
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
6 Kwa maana, angalia, wamekimbia uharibifu, Misri itawakusanya, na Nofu itawazika. Maana hazina zao za pesa za fedha zitakuwa nao, na miiba itajaza hema zao.
କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
7 Siku za adhabu zinakuja; siku za kulipiza kisasi zinakuja. Waisraeli wote wajue mambo haya. Nabii ni mpumbavu, na mtu aliyevuviwa ni mwendawazimu, kwa sababu ya uovu wako mkubwa na uadui mkubwa.
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
8 Nabii ndiye mlinzi wa Mungu wangu juu ya Efraimu. Lakini mtego wa ndege ni juu ya njia zake zote, na uadui umo katika nyumba ya Mungu wake.
ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
9 Wamejiharibu wenyewe kama siku za Gibea. Mungu atawakumbusha uovu wao, naye atawaadhibu dhambi zao.
ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
10 Bwana asema, “Nilipoikuta Israeli, ilikuwa kama kutafuta zabibu jangwani. Kama matunda ya kwanza ya msimu kwenye mtini, nimewaona baba zenu. Lakini wakaenda Baal Peori, nao wakajitoa kwenye sanamu ya aibu. Walikuwa chukizo kama sanamu waliyoipenda.
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
11 Na kwa ajili ya Efraimu, utukufu wao utatoka kama ndege. Hakutakuwa na kuzaa, hakuna mimba, wala achukuaye mimba.
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
12 Ingawa wameleta watoto, nitawachukua ili asibaki hata mmoja. Ole wao nikiwaacha!
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
13 Nimeiona Efraimu, kama vile Tiro, alipandwa katika mlima, lakini Efraimu atatoa watoto wake kwa mtu atakayewaua.
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
14 Wape, Bwana-utawapa nini? Wape tumbo lenye kuharibu mimba na matiti ambayo haitoi maziwa.
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
15 'Kwa sababu ya uovu wao wote huko Gilgali, ndivyo nilipowachukia. Kwa sababu ya matendo yao ya dhambi, nitawafukuza nje ya nyumba yangu. Sitawapenda tena; maofisa wao wote ni waasi.
ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
16 Efraimu ni mgonjwa, na mizizi yao imekauka; hawazai matunda. Hata ikiwa wana watoto, nitawaua watoto wao wapendwa.
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
17 Mungu wangu atawakataa kwa sababu hawakumtii. Watakuwa watu wa kutangatanga kati ya mataifa.
ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

< Hosea 9 >