< Isaya 11 >

1 Miti itachipukia katika mizizi ya Yese, na matawi yanayotokana na mizizi yatazaa matunda.
ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
2 Na roho wa Bwana atashuka juu yake, roho wa hekima na maelewano, roho ya maelekezo na ukuu, roho ya maarifa na hofu ya Yahwe.
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
3 Furaha yake itakuwa hofu ya Bwana; hatatoa hukumu kwa kile anachokiona, wala atatoa maamuzi kwa kile anachokisikia.
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
4 Badala yake atawahukumu masikini kwa haki na atafanya maamuzi kwa usawa na unyenyekevu. Ataamurisha mgomo wa dunia kwa fimbo ya mdomo wake, na punzi ya midomo yake, atawauwa waovu.
ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
5 Haki itakuwa mkanda wa viuno kiuno chake kuzunguka mapaja yake.
ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
6 Mbwa mwitu atakaa pamoja na kondoo, na chui watalala chini pamoja na mtoto wa mbuzi, ndama, mtoto wa simba na ndama pamoja na ndama aliyenona. Mtoto mdogo atawaongoza wao.
ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
7 Ng'ombe na dubu watachungwa pamoja. Na watoto wao watalala pamoja. Simba atakula majani kama ng'ombe.
ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8 Mtoto atacheza juu ya chimo la nyoka, na mtoto aliyeachwa ataweka mkono wake katika pango la nyoka.
ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9 Hawataumizwa wala kuharibiwa kwenye mlima mtakatifu; kwa maana dunia itakuwa imejaa maarifa ya Yahwe, kama maji yajaavyo kwenye bahari.
ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10 Siku hiyo mzizi wa Yese utasimama kama bendera ya watu. Taifa litamtafuta yeye nje, na mahali pake pakupumzikia patatukuka.
ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।
11 Siku hiyo, Bwana ataunyoosha mkono wake tena kuokoa mabaki ya watu wake yaliyosalia huko Asiria, Misri, Pathrosi, Kushi, Shinari, Hamathi, na kisiwa cha bahari.
ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
12 Ataweka bendera kwa kwa mataifa na atakusanya Waisrel waliotupwa na watu wa Juuda waliotawanyika kitika pembe nne za dunia.
ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
13 Ataujeuza wivu wa Efraimu, na ukatili wa Yuda utakomeshwa. Efraimu atamuonea wivu Yuda, Yuda hatakuwa adui wa Efraimu tena.
ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
14 Badala yake, watashuka chini kwenye mlima wa Wafilisti upande wa magharibi, na pamoja watateka watu mashariki. Watavamia Edomu na Moabu, na watu wa Amoni watawatii wao.
ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
15 Yahwe atauharibu kabisa ghuba ya bahari ya Misri. Kwa mawimbi makali ambayo yanavuma juu ya mtoto Efurate na itagawanyika katika mifereji saba, hivyo unaweza ukapita juu kwa viatu.
ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।
16 Kutakuwa na njia kuu kwa ajili ya mabaki ya watu kurudi kutoka Asiria, maana kuna Waisraeli wanaokuja kutoka nchi ya Misri.
ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।

< Isaya 11 >