< Isaya 2 >
1 Vitu ambavyo Isaya mtoto Amozi alivijua katika maono, kuhusu Yuda na Yerusalemu.
ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
2 Na itakuwa katika siku za mwisho, ule mlima wa nyumba ya Yahwe itaanzishwa kama mlima mrefu zaidi, na utanyanyuliwa juu ya vilima, na mataifa yote yatakusanyika pale.
ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
3 Watu wengi watakuja na kusema, ''Njooni, twendeni juu ya mlima wa Yahwe, kwenye nyumba ya Mungu wa Yakobo, kwa hiyo anaweza kutufundisha baadhi ya njia zake na tunaweza kutembea katika njia zake.'' Nje ya Sayuni itaenda sheria na neno la Yahwe litatoka Yerualemu.
ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
4 Atahukumu kati ya mataifa na atatoa maamuzi kwa watu wote; watayapiga nyungo mapanga yao kuwa majembe, na mikiku yao kama ya kukatia ndoano; taifa halitanyanyua upanga juu ya taifa lingine, na wala hawata jiandaa kwa vita tena.
ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
5 Nyumba ya Yakobo, njooni, na tutembee katika mwanga wa Yahwe.
ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
6 Kwa maana mmewatekeleza watu wenu, nyumba ya Yakobo, wamejazwa na desturi kutoka mashariki na dalili kutokea kama mfilisti, na watasalimiana kwa mikono na wana wa wageni.
କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
7 Nchi yao imejaa fedha na dhahabu, na hakuna mipaka katika utajiri wao; nchi yao pia imejaa farasi, wala hakuna mipika ya magari.
ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
8 Nchi yao pia imejaa sanamu; wanaabu utengenezaji wa mikono yao wenyewe, vitu aambavyo vidole vyao vimetengeneza.
ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
9 Watu watainama chini, na kila mmoja atanguka chini; hivyo basi msiwanyanyue juu.
ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
10 Nendeni maeneo yenye miamba na mjifiche kwenye aridhi kwa hofu ya Yahwe na kwa utukufu wa enzi yake.
ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
11 Mtu anaye tazama kwa kujivuna atashushw chini, na kiburi cha watu kitashushwa chini, na Yahwe mwenyewe atainuliwa siku hiyo.
ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
12 Maana kutakuwa na siku ya Yahwe wa majeshi juu ya yeyote anayejigamba na kujiinua juu, na dhidi ya yeyote mwenye kiburi na atashushwa chini-
କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
13 na dhidi ya mierezi ya Lebanoni iliyo juu na kupandishwa juu, na dhidi ya mialoni ya Bashani.
ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
14 Siku hiyo ya Yahwe wa majeshi itakuwa dhidi ya milima yote mirefu, na dhidi ya vilima vyote vilivyonyanyuliwa juu,
ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
15 na dhidi ya minara mirefu, na dhidi ya kila ukutaunaojitokeza,
ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16 na dhidi ya merikebu zote za Tarshishi, na dhidi ya vyombo vizuri vya meli.
ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
17 Kiburi cha mwanaume kitashushwa chini, na kiburi cha wanaume kitaanguka; Yahwe mwenyewe atainuliwa siku hiyo.
ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
18 Sanamu zote zitaondolewa.
ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
19 Wanaume wataingia kwenye mapango ya miamba na mashimo ya aridhi, kwa hofu ya Yahwe, na kwa utukufu wa enzi yake, atakapo nyanyuka na kuitisha nchi.
ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
20 Siku hiyo watu watatupa sanamu zao za fedha na dhahabu ambazo wametengeneza wenyewe kwa ajili ya kuabudia - watazitupa mbali kwa fuko na popo.
ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
21 Watu wataingia kwenye miamba kupitia mwanya itakuwa miamba chakavu, kwa hofu ya Yahwe na utukufu wa enzi yake,
ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
22 usimwaminia mtu, ambae pumzi yake inatokea katika pua yake, ni kwa kiasi gan?
ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?