< Isaya 23 >

1 Tamko kuhusu Tiro, Ombolezeni, enyi kondoo wa Tarishishi;
ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
2 maana hakuna nyumba wala bandari; kutoka katika nchi ya Kyprusi wamefunuliwa hilo.
ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।
3 Na juu ya maji mengi ni nafaka za shiho, mazao ya Nile, na uzalishaji wao; mlikuwa wafanya biashara wa kimataifa.
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।
4 Kuwa na aibu, Sidoni; maana bahari imenena, mkuu wa bahari. Amesema, ''Sijafanya kazi wala kuzaa wala kukuza vijana wadogo wala kuwalea mabinti.
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”
5 ''Pale taarifa ilipofika Misri, watauzunika kuhusu Tire.
ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
6 Katiza juu ya Tarshishi; Ole wenu, enyi wakazi wa pwani.
ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
7 Je hili limeshawahi kuwatokea, mji wenye furaha, ambao kwa asili yake umetoka katika kipindi cha kale. Ambapo miguu yake imempeleka mbali kuishi kwenye maeneo ya ugenini?
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
8 Ni nani aliyepanga haya dhidi ya Tire, mtoa mataji, ambao wafanyabiashara wake ni wakuu, ambao wafanyabiashara ni watu wa kuheshimika duniani?
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
9 Yahwe wa majeshi amepanga kuharibu kiburi chake na utukufu wake, na kuwahaibisha waheshimiwa wote wa dunia.
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
10 Lima katika shamba lako, kama mtu alimavyo Nile, ewe binti Tarishishi. Maana hakuna tena eneo la soko huko Tite.
ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
11 Yahwe amenyoosha mkono wake juu ya bahari, na ametingisha falme; na amepewa amri juu ya Fonensia, kuziharibu ngome.
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।
12 Amesema, ''Hamtofurahia tena, binti bikira wa Sidoni uliyenyanyasika; nyanyuka, pitia Kyprusi; lakini wala hapatakuwa na punziko.''
ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
13 Tazama nchi ya Wakaldayo. Hawa watu wamesitisha kuishi pale; Waasiria wamelifanya jangwa la wanyama pori. Wameizingira minara; wameliharibu eneo lao; wamelifanya kuwa chungu cha uharibifu.
କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
14 Omboleza ewe kondoo wa Tarishishi; maana kimbilio lako limeharibiwa.
ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
15 Katika siku hiyo, Tire itasaulika kwa miaka sabini, kama siku za mfalme. Baada ya miaka sabini kuisha huko Tire kutatokea kitu kama wimbo wa malaya.
ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
16 Chukua kinubi, nenda zunguka mji, mmewasahau malaya; cheza kinubi vizuri, imba nyimbo nyingi, ili uweze kukumbuka.
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।
17 Itatokea baada ya miaka sabini, Yahwe ataisaidia Tire, na wataanza kututafuta pesa tena kwa kufanya kazi ya umalaya, na atafanya utumishi wake katika falme za dunia.
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟାବୃତ୍ତି କରିବ।
18 Faida yake na mapato yake yatatengwa kwa ajili ya Yahwe. Hayatahifadhiwa wala hayatakuwa na hazina, maana faida yao watapewa wale wanoishi mdhebauni mwa Yahwe na yatatumika kuwasambazia chakula cha kutosha na kupata mavazi yenye viwango bora.
ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।

< Isaya 23 >