< Isaya 26 >

1 Siku hiyo wimbo huu utaimbwa katika nchi ya Yuda: Tuna mji imara; Mungu amefanya wokovu katika kuta na ngome zake.
ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
2 Fungua lango, ili mataifa yenye haki yaweze na yenye kutunza imani yaweze kuingia ndani.
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
3 Akili mlionayo, mtamuhifadhi yeye katika amani kamili, maana anawamini ninyi.
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
4 Mwamini Yahwe daima; maana Yaha, Yahwe, ni mwamba wa milele.
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
5 Maana atawashusha wale wote wenye kiburi; mji ulio juu atushusha chini, ataushusha chini kwenye aridhi; na ataulinganisha na mavumbi.
ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
6 Utakanyagwakanyagwa chini na miguu ya walio masikini na wahitaji.
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”
7 Mapito ya mwenye haki yamenyooka, Wenye haki; mapito ya wenye haki umeyanyoosha.
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
8 Ndio, kaika mapito ya hukumu yako, Yahwe, tunakusubiri wewe; jina lako na sifa zako ni matamanio yetu.
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
9 Nimekutamani wewe wakati wa usiku; ndio, roho iliyo ndani yangu ina kutafuta kwa bidii. Pindi hukumu yako itakapokuja duniani, wenyeji wa duniani watajua kuhusu haki.
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
10 Na tuonyeshe upendeleo kwa waovu, lakini hawatajifunza haki. katika nchi ya wanyofu anatenda maovu na haoni ukuu wa Yahwe.
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
11 Yahwe, mkono wako umenyanyuliwa juu, lakini hawapati hizo taarifa. Lakini wataona bidii kwa watu na wataona aibu, kwa sababu idadi ya maadui watawatafuna.
ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
12 Yahwe, utaleta amani kwetu, maana kweli, umekamilisha kazi zetu zote.
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
13 Yahwe Mungu wetu, viongozi wengine badala yako wametutawala sisi; Lakini tunalitukuza jina lako.
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
14 Wamekufa, hawataishi tena; ni maremu hao, hawatafufuka tena. Kweli, umekuja kuwahukumu na kuwaharibu wao, na umefanya kila kumbukumbu kutoweka.
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
15 Umeliongeza taifa, Yahwe, umeliongeza taifa; umeheshimiwa; umeinuliwa katika mipaka yote ya nchi.
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
16 Yahwe, katika mateso yao walikuangalia wewe; walipatwa na wasiwasi katika maombi yao maana adhabu yako ilikuwa juu yao.
ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
17 Kama mwanamke mjamzito anayekaribia kujifungua, hupatwa na uchungu na hulia kwa uchungu, hivyo ndivyo tulivyokuwa kabla, Bwana.
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
18 Tulikuwa wajawazito, tumekuwa katika mateso, lakini ni kama tumeshajifungua katika akili zetu. Hatujauleta wokovu duniani, na wakazi wa duniani hawakuanguka.
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।
19 Wafu wenu wataishi; watu wenu walio kufa watafufuka. Amka na uimbe kwa furaha, njie muishio mavumbini; maana umande wenu ni umande wa mwanga, na dunia itawaleta mbele wafu wake.
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।
20 Enendeni, watu wangu, ingieni katika vyumba vyenu na mfunge mlango nyuma yenu; jificheni kwa mda mfupi, mpaka hasira itakapopita.
ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।
21 Maana, angalia, Yahwe anakaribia kutoka katika eneo lake kuwahadhibu watu waishio duniani kwa ajili ya makosa yao; dunia itaachia umwagaji wa damu, na hawatawaficha tena waliokufa.
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।

< Isaya 26 >