< Isaya 3 >

1 Ona, Bwana, Yahwe wa majeshi, anakaribia kuwachukua kutoka Yerusalema na Yudawasaidizi na wafanyakazi: wasambazaji wote wa mikate, wasambazaji wote wa maji;
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
2 mtu mwenye nguvu, shuja, hakimu, nabii, dalili za msomaji, na mzee;
ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
3 naodha wa hamsini, raia husika, mshauri, fundi mtarajiwa, na mchawi stadi.
ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
4 Nitamuweka kijana tu kama kiongozi wenu, kijana atawaongoza wao.
ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
5 Watu watanyanyasika, kila mmoja mmoja na kila mmoja na jirani yake; watoto watawatusi wazee, na mivutano itawapa changamoto waheshimiwa.
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
6 Mwanaume atamshikilia ndugu yake katika nyumba ya baba yake na kusema, 'Unayo kanzu; uwe kiongozi wetu, na uharibifu huu uwe mikononi mwako.
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
7 'Siku hiyo atapaza sauti na kusema, 'hautakuwa mganga; sina mkate wala mavazi. Hatanifanya kuwa kiongozi wa watu.
ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
8 Kwa maana Yerusalemu kuna mashaka, na Yuda imeanguka, kwa sababu mazungumzo yao na matendo yao yako kinyume na Yahwe, wanayapinga macho ya utukufu wake.
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
9 Angalia nyuso zao zinashudia kinyume nao; na watasema dhambi zao kama Sodoma; hawatazificha, Ole wao! Maana wanakamilisha janga lao wenyewe.
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
10 Mwambie mtu mwenye haki kwamba itakuwa vizuri, maana watakula matunda ya matendo yao.
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
11 Ole kwa wakosaji! itakuwa vibaya kwa yeye, maana malipo ya mikono yake yatafanyika kwake pia.
ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
12 Watu wangu-watoto wangu wanawakandamiza, na wanawake wanawaongoza wao. Watu wangu, wale wanaowaongoza wanawaongoza vibaya na kuchanganya muelekeo wa nja yenu.
ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
13 Yahwe simama juu ya mashitaka; yeye amesimama kuwashaki watu.
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
14 Yahwe atakuja na hukumu juu ya wazee na watu wao na viongozi wao: ''Umeharibu shamba; nyara kutoka kwa masikni ziko kwenye nyumba zako.
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”
15 Kwa nini unaponda watu wangu na kusaga nyuso za masikini?'' Hili ni tamko Bwana, Yahwe wa majeshi.
“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
16 Yahwe anasema hivyo kwa sababu mabinti wa Sayuni wanajigamba, wanatembea pekee yao vichwa vyao vikiwa juu, na kutaniana kwa macho yao, na kutakata kokote waendako na kuamua upatu kwa miguu yao,
ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
17 Kwa hiyo Bwana atafanya magonjwa ya mapele kwenye kishwa cha mabinti wa Sayuni, na Yahwe atawafanya upaa.
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”
18 Siku hiyo Bwana ataondoa mapambo mazuri yaliyoko kwenye kifundo cha miguu, bendi za kichwa chao, kaya zao; bangili za masikio,
ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
19 bangili za miguu na taji zao;
କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
20 kitambaa cha kichwa, chaini za miguu, mafurungu na maboksi ya marashi na na haiba ya bahati.
ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
21 Atatoa bangili na kipini kwenye pua;
ମୁଦି, ନଥ;
22 sherehe za mavazi, mapazia na mabegi ya mkononi;
ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
23 vioo vya mkononi, sanda nzuri, vilemba vya kichwa na taji.
ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
24 Badala ya manukato mazuri kutakuwa na arufu mbaya; na badala ya ukunda, kamba, kufunika kwa vazi la gunia; kitia alama mwilini kwa moto badala ya uzuri. wanaume wao wataanguka kwa upanga,
ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
25 na wanaume wenye nguvu wataanguka kwenye vita.
ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
26 Lango la Yerusalemu litaomboleza na kuomboleza; na atakuwa peke yake amekaa chini ya ardhi.
ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।

< Isaya 3 >