< Isaya 47 >

1 Njoo chini na ukae kwenye mavumbi, binti bikira wa Babeli; kaa juu ya aridhi pasipo enzi, ewe binti wa Wakaldayo. Hautaitwa tena mpenda anasa na maisha ya anasa.
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
2 Chukua jiwe la kusagia na usage unga; ondoa pazia lako, ondoa mavazi yako, ondoa viatu miguuni, na vuka mkondo wa maji.
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।
3 Uchi wako utafunuliwa, ndio, na aibu yako itaonekana; Nitachukua kizazi na sitamuacha mtu,
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
4 Mkombozi, Yahwe wa majeshi ndilo jina lake, Mtakatifu wa Israeli.
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
5 Kaa kimya na nenda katika giza, ewe binti wa Wakaldoyo; maana hautaitwa tena malikia wa falme.
ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
6 Nilikuwa na hasira na watu wangu; Nimeunajisi urithi wangu na kuwakabidhi nyie katika mkono wenu, lakini hamkuomyesha huruma; umeweka nira kubwa kwa wazee.
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
7 Umesema, ''Nitaongoza daima kama malikia huru.'' Haukuvichukua vitu hivi katika moyo, wala hakutafakari jinsi hivi vitu vitakavyojeuka.
ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।
8 Hivyo sasa sikiliza hili, Ewe upendae anasa na kukaa salama; ewe usemae katika moyo wako, 'Ninaishi, na hakuna mwingine kama mimi; Sitakaa kama mjane wala sitazoea kufiwa na watoto.
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
9 ''Lakini vitu hivi vitakuja kwako siku moja katika kipindi cha siku moja; kwa nguvu za kutosha yatakuja kwako, japo uchawi wako na dua zako na hirizi.
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
10 Umeweka imani katika mapungufu yako; na kusema, ''Hakuna anayeniona mimi''; hekima na maarifa yako yanakupoteza, lakini unasema katika moyo wako, ''Nipo na hakuna hata mmoja kama mimi.''
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”
11 Maafa yatakuzidi wewe; hautaweza kuyaondoa kwa dua zako mwenyewe. Uharibifu utakuwa juu yako; hautaweza kuukata. Maafa yatakuangamiza ghafla, kabla haujajua kitu.
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।
12 Endeleni kutoa uganga wako na wachawi wengi ambao mlioaminishwa kusoma toka utotoni mwao; labda utafanikiwa, labda utayashinda maafa.
ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
13 Umejaribu sana kwa kushauriwa sana; waache hao watu wasimame na kukuokoa wewe- wale wanaoangalia mbingu na wanoangalia nyota, wale wanotangaza mwenzi mpya- waache wawaokoe nyie kutoka kwenye yaliyowapata.
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
14 Tazama, watakuwa kama mabua. Moto utayachoma juu. Hayataweza kujisaidia yenyewe kutoka kwenye mkono wa moto. Hakuna makaa kuwapa joto wao na hakuna moto uliowekwa pembeni kwa ajili yao!
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
15 Hivi ndio wamekuwa kwako, wale unaofanya nao kazi, na unauza na kununua na wao toka ulipo kuwa mdogo, na wale wanaendelea kufanya mambo yao ya kijinga; na unapolia kuhitaji msaada, hakuna hata mmjoa ambaye atakukomboa wewe.''
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

< Isaya 47 >