< Isaya 51 >

1 Nisikilizeni mimi, enyi mtendao haki, enyi mtafutaye Yahwe: Tazama katika mwamba uliouchonga nakuchimba kutoka pale ulipopakata.
“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
2 Mtazameni Ibrahimu, baba yenu, na Sara, aliyewazaa ninyi; maan alipokuwa na upweke yeye mwenyewe, Nilimuita yeye. Nikambariki yeye na kumfanya yeye kuwa wengi.
ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
3 Ndio, Yahwe ataifariji Sayuni; Ataifariji miji yake yote iliyo na ukiwa; jangwa lake atalifanya kama Edeni, na jangwa lililo wazi pembeni ya bonde la mto Yordani kama bustani ya Yahwe; Furaha na shangwe vitakuwa kwake, shukrani, na sauti ya kuimba.
କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
4 ''Kuwa makini kwangu, watu wangu; na nisikilizeni mimi, watu wangu! Maana nitatoa amri, na nitaifanya haki yangu kuwa sheria ya mataifa.
ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
5 Haki yangu ipo karibu; wokovu wangu utaenda nje, na mikono yangu itahihukumu mataifa; Pwani itanisubiri mimi; maana wanashauku ya kuhusubiria mkono wangu.
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
6 Nyanyueni macho yanu juu angani, na tazama nchi chini, maana mbingu zitatoweka mbali kama moshi, na nchi itachakaa kama vazi, na wenyeji wake watakufa kama inzi. Lakini wokovu wangu utaendelea daima, na haki yangu haitaacha kutenda kazi.
ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
7 Nisikizeni mimi, enyi mnaotambua ukweli, enyi watu wangu mliobeba sheria yangu katika mioyo yenu: Msiogope matusi ya watu, wala kukatishwa tamaa na unyanyasaji wao.
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।
8 Maana Nonda watawala wao kama vazi, na minyoo itawala wao kama sufu; lakini haki yangu itakwa daima, na wokovu wangu katika vizazi vyote.''
କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
9 Amka, amka, jivishe wewe mwenyewe kwa nguvu, mkono wa Yahwe. Amka kama siku za zamani, kizazi cha nyaktii za kale, Je sio wewe uliyeangamiza mnyama wa baharini, na uliyemchoma joka?
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?
10 Je haukukausha bahari, maji ya kina kirefu, na kufanya kina cha bahari kuwa nija ya ukombozi kupita?
ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
11 Fidia ya Yahwe itarudi na kwenda Sayuni kwa kilio cha furaha na furaha ya milele itakuwa katika vichwa vyao, na huzuni na kuomboleza vitatoweka mbali.
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
12 ''Mimi, mimi ndiye niwapae faraja. Kwa nini uwaogope watu, ambao wanakufa, watatoto wa wanadamu, waliofanywa kama majani?
“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
13 Kwa nini umemsahau Yahwe Muumba, yeye azinyooshayembingu na kuweka misingi ya nchi? Nyie ambao mna hofu za mara kwa mara kila siku kwa sababu ya hasira ya moto ya wanyanyasaji anapo fanya maamuzi ya kuangamiza. Iko wapi hasira ya wanyanyasaji?
ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
14 Yeye aliyeinama chini, Yahwe atafanya haraka kumuachia; hatakufa wala kwenda chini katika shimo, wala hatakosa mkate.
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
15 Maana Yahwe Mungu wenu, anaye ifanya bahari itembee, hivyo mawimbi yake yavume kwa kishindo- Yahwe wa majeshi ndilo jina lake.
କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
16 Niweka maneno yangu mdomoni mwako, na nimekufunika wewe kwa kivuli cha mkono wangu, ili niweze kupanda mbingu, kuweka misingi ya nchi, na kutamkia Sayuni, 'ninyi ni watu wangu.''
ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”
17 Amka, amka, simama juu, Yerusalemu, ewe unyweae katika kikombe cha hasira ya Yahwe kutoka mkononi mwako; umekunjwa katika kikombe, kikombe cha mateso, na umekunjwa na kumaliza.
ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
18 Hakuna hata mmoja miongoni mwa watoto aliyewazaa wa kumuongoza yeye; hakuna hata mmoja miongoni mwa wote aliyewalea wa kumshika mkono wake.
ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
19 Shida hizi mbili ziliwatokea ninyi- ni nani atahuzunika pamja nanyi? - ukiwa na uharibifu, na njaa na upanga. Ni nani atakayekufariji wewe?
ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?
20 Watoto wako walizimia; walilala kila kona ya mtaa, kama swala kwenye mtego; Wamejawa na hasira ya Yahwe, Laana ya Mungu wako.
ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
21 Lakini sasa sikiliza hili, ewe uliodhulumiwa na kulewa, lakini sio kwa mvinyo:
ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
22 Bwana wenu Yahwe Mungu, anayewasihi watu wake, asema hivi, ''Tazama, Nimechukua kikombe cha ukubwa mkononi mwako- ukubwa wa kikombe cha hasira yangu - ili usiweze kunjwa tena.
ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
23 Nitakuweka kwenye mikono ya watesaji, wale waliokuambia wewe, Lala chini, ili tutembee juu yako'; wameufanya mgongo wako kama uwanjwa na kama wao wa.''
ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”

< Isaya 51 >