< Yeremia 14 >

1 Neno la Bwana lilimjia Yeremia kuhusu ukame,
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
2 “Wayahudi waomboleze; basi milango yake ianguke. Wao wanaomboleza kwa ajili ya ardhi; Kilio chao kwa Yerusalemu kimepaa juu.
“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
3 Wenye nguvu huwatuma watumishi wao kwa ajili ya maji. Wanapoingia kwenye visima, hawawezi kupata maji. Wote wanarudi hawajafanikiwa; Wao hufunika vichwa vyao na aibu.
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
4 Kwa sababu hii ardhi imepasuka, kwa maana hakuna mvua katika nchi. Wakulima huwa na aibu na kufunika vichwa vyao.
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
5 Kwa maana hata kunguru huwaacha wanawe katika mashamba, kwa maana hakuna nyasi.
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
6 Punda mwitu husimama kwenye mabonde yaliyo wazi na hupiga upepo kama mbweha. Macho yao yanashindwa kufanya kazi, kwa maana hakuna mimea.
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
7 Hata ingawa maovu yetu yanatushuhudia, Bwana, tenda kwa ajili ya jina lako. Kwa sababu matendo yetu yasiyo na imani yamezidi; tumekutenda dhambi.
“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
8 Matumaini ya Israeli, yule anayemwokoa wakati wa dhiki, kwa nini utakuwa kama mgeni katika nchi, kama mtu akaaye nchi ya kigeni ambaye hujinyoosha na kutumia hutumia usiku mmoja tu?
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
9 Kwa nini utakuwa kama mtu aliyechanganyikiwa, kama shujaa ambaye hawezi kuokoa mtu yeyote? Kwa maana wewe u katikati yetu, Bwana! Jina lako limetangazwa juu yetu. Usiondoke
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
10 Bwana awaambia hivi watu hawa “Kwa kuwa wanapenda kutanga tanga, hawakuzuia miguu yao kufanya hivyo.” Bwana hafurahi nao. Sasa anawakumbusha uovu wao na ameadhibu dhambi zao.
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
11 Bwana akaniambia, Usiombe kwa ajili ya watu hawa.
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
12 Maana ikiwa wanafunga, sitasikiliza kulia kwao; na wanapotoa sadaka za kuteketezwa na sadaka za unga, sitawafurahia. Kwa maana nitawaangamiza kwa upanga, njaa, na tauni.
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
13 Ndipo nikasema, “Ee Bwana, Bwana! Angalia! mabii wanawaambia watu, 'Huwezi kuona upanga; hakutakuwa na njaa kwako, kwa kuwa nitakupa usalama wa kweli mahali hapa.'”
ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
14 Bwana akaniambia, 'manabii wanatabiri uongo kwa jina langu. Sikuwafukuza, wala sikuwapa amri au kusema nao. Lakini maono ya udanganyifu na ya maana, uchawi wa udanganyifu unaotokana na akili zao ndicho wanachowahubiria.”
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
15 Kwa hiyo Bwana asema hivi, “Kwa habari ya manabii wakihubiri kwa jina langu, ambao mimi siwakutuma; wale wanaosema kuwa hakutakuwa na upanga wala njaa katika nchi hii mabii hawa wataangamia kwa upanga na njaa.
ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
16 Na watu waliopewa utabiri watafukuzwa nje ya barabara za Yerusalemu kwa sababu ya njaa na upanga; kwa kuwa hakuna mtu wa kuwazikas-wao, na wake zao, na wana wao, wala binti zao; kwa maana nitamwaga uovu wao wenyewe juu yao.
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
17 Sema neno hili kwao 'Acha macho yangu yatokwe machozi, usiku na mchana. wala yasikome, kwa kuwa kutakuwa na kuanguka kwa bikira, binti ya watu wangu - jeraha kubwa lisilotibika.
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
18 Ikiwa nitatoka kwenye shamba basi angalia! kuna wale waliouawa kwa upanga. Na kama nitakuja mjini, basi, tazama! kuna wale walio na ugonjwa wa njaa. Hata nabii na kuhani wote wanatembea juu ya nchi bila maarifa.'”
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
19 Je! Umemkataa kabisa Yuda? Je, unaichukia Sayuni? Kwa nini umetupiga wakati hakuna uponyaji kwetu? Tulitumaini amani, lakini hapakuwa na kitu kizuri-na kwa wakati wa uponyaji, lakini tazama, kuna hofu tu.
ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
20 Tunakubali, Bwana, makosa yetu, uovu wa babu zetu, kwa kuwa tumekukosea.
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 Usitukatae! Kwa ajili ya jina lako, usikifedheheshe kiti chako cha enzi cha utukufu. Kumbuka na usivunje agano lako na sisi.
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
22 Je, kuna miongoni mwa sanamu za mataifa yeyote zinazoweza kuifanya mbingu kutoa mvua? Je, si wewe, Bwana Mungu wetu, ambaye hufanya jambo hili? Tunatumaini kwako, kwa kuwa umefanya mambo haya yote.
ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।

< Yeremia 14 >