< Yeremia 38 >
1 Shefatia mwana wa Matani, Gedalia mwana wa Pashuri, na Pashuri mwana wa Malkiya alisikia maneno ambayo Yeremia alikuwa akitanganza kwa wato wote. Alikuwa akisema,
ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶ୍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2 “Yahwe asema hivi: Yeyote anayeishi kwenye mji huu atauwawa kwa upanga, njaa, na pigo. Lakini yeyote ambaye aendae kwa Wakaldayo ataishi. Atatoroka pamoja na maisha yake mwenyewe, na kuishi.
“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”
3 Yahwe asema hivi: Huu mji huu utapewa kwa mkono wa jeshi la mfalme wa Babeli, na ataukamata.”
ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
4 Kwa hiyo maafisa walisema kwa mfalme, “Acha mtu huu afe, kwa kuwa kwa njia hii anadhofisha mikono ya wanaume wapiganaji waliobaki kwenye mji huu, na mikono ya watu wote. Anatanganza maneno haya, kwa kuwa huyu mtu hafanyi kwa usalama wa watu hawa, lakini kwa majanga.”
ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
5 Basi mfalme Sedekia alisema, “Tazama, yuko mkononi mwako kwa kuwa hakuna mfalme awezae kumpinga.”
ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”
6 Kisha walimchukua Yeremia na kumtupa kwenye kisima cha Malkiya, mwana wa mfalme. Kisima kilikuwa kwenye uwanja wa mlinzi. Walimshusha Yeremia chini kwa kamba. Hapakuwa na maji kwenye kisima, lakini kulikuwa na matope, na alizama chini ya matope.
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
7 Sasa Ebed Meleki Mkushi alikuwa mmoja wa watowashi katika nyumba ya mfalme. Alisikia kwamba walikuwa wamemuweka Yeremia kwenye kisima. Sasa mfalme alikuwa ameketi kwa mlango wa Benjamini.
ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
8 Basi Ebed Meleki alienda toka nyumba ya mfalme na kuzungumza na mfalme.
ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,
9 Alisema, “Bwana wangu mfalme, hawa wanaume wamefanya uovu kwa namna walivyomtendea Yeremia nabii. Walimtupa kwenye kisima kwa ajili ya kufa kutokana na njaa, tangu hakuna chakula zaidi katika mji.”
“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
10 Kisha mfalme alitoa amri kwa Ebed Meleki Mkushi. Alisema, “Chukua amri ya watu thelasini kutoka hapa na mtoe Yeremia nabii nje ya kisima kabla hajafa.”
ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”
11 Basi Ebed Meleki alichukua amri ya watu hao na akaenda nyumba ya mfalme, kwenye ghala la nguo chini ya nyumba. Toka hapo alichukua vitambaa na nguo zilizochanika na kuyashusha chini kwa kamba kwa Yeremia ndani ya kisima.
ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।
12 Ebed Meleki Mkushi alisema kwa Yeremia, “Weka matambara na nguo zilizoraruka chini ya mikono yako na juu ya kamba.” Basi Yeremia alifanya hivyo.
ପୁଣି, କୂଶୀୟ ଏବଦ୍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”
13 Kisha walimvuta Yeremia kwa kamba. Kwa njia hii walimtoa kutoka kisimani. Basi Yeremia alibaki kwenye uwanja wa mlinzi.
ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
14 Kisha Mfalme Sedekia alituma neno na kumleta Yeremia nabii kwake, kwenye lango la tatu la nyumba ya Yahwe. Mfalme alisema kwa Yeremia, “Nataka nikuulize kitu. Usinizuilie jibu mimi.”
ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।”
15 Yeremia alisema kwa Sedekia, “Kama nakujibu, hautaniuawa kwa hakika? Na kama nakupa ushauri, hautanisikiliza mimi.”
ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”
16 Lakini Mfalme Sedekia aliapa kwa Yeremia kwa siri na kusema, “Kama Yahwe aishivyo, yeye aliyetufanya sisi, Sitakuuwa au kukuweka kwenye mkono wa watu wale wanaotafuta maisha yako.”
ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
17 Kwa hiyo Yeremia alisema kwa Sedekia, “Yahwe, Mungu wa majeshi, Mungu wa Israel, asema hivi: Kama kwa kweli utatoka kwenda kwa maafisa wa mfalme wa Babeli basi utaishi, and mji huu hautachomwa. Wewe na familia yako mtaishi.
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।
18 Lakini kama hautaenda kwa maafisa wa mfalme wa Babeli, basi mji huu utachukuliwa kwa mkono wa Wakaldayo. Watauchoma, na hautakwepa kutoka mkono wao.”
ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”
19 Mfalme Sedekia alisema kwa Yeremia, “Lakini ninaogopa watu wa Yuda waliotoka jangwani kwenda kwa Wakaldayo, kwa sababu nitapewa katika mkono wao, kwa kunifanyia vibaya.”
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”
20 Yeremia alisema, “Hawatakutoa kwao. Tii ujumbe toka kwa Yahwe ambao ninakuambia, ili kusudi mambo yataenda vizuri kwako, na ili kusudi utaishi.
ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
21 Lakini kama unakataa kutoka, hivi ndivyo Yahwe amenionesha mimi.
ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22 Tazama! Wanawake wote walioachwa kwenye nyumba yako, mfalme wa Yuda, ataletwa kwa maafisa wa mfalme wa Babeli. Hawa wanawake watasema kwako, “Umedaganywa na rafiki zako; wamekuharibu. Miguu yako sasa imezama kwenye matope, na rafiki zako watakimbia.'
ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
23 Kwa kuwa wake zenu wote na watoto wataletwa kwa Wakaldayo, na wewe mwenyewe hautatoroka nchi yao. Utashikwa na mkono wa mfalme wa Babeli, na mji huu utachomwa.”
ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24 Kisha Sedekia alisema kwa Yeremia, “Usimjulishe yeyote kuhusu maneno haya, ili kwamba usije kufa.
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।
25 Kama maafisa wanasikia kwamba nimeongea na wewe- kama wanakuja na kusema kwako, 'Tuambia umezungumza nini pamoja na mfalme. Usitufiche, au tutakuuwa. Na tuambie nini mfalme amesema kwako'-
ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
26 kisha unapaswa kusema nao, “Nilishawishiana pamoja na mfalme asirudi kwangu kwa nyumba ya Yonathan nitakufa humo.”
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
27 Kisha maafisa wote walikuja kwa Yeremia na kumuuliza, basi aliwajibu kama mfalme alivyomuelekeza. Basi waliacha kuongea pamoja naye, kwa sababu hawakusikia mazungumzo kati ya Yeremia na mfalme.
ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।
28 Basi Yeremia alibaki kwenye uwanja wa mlinzi mpaka siku ile Yerusalem ilipotekwa.
ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।