< Yeremia 49 >

1 Juu ya watu wa Amoni, Yahwe asema hivi, “Je Israeli hana watoto? Je hakuna mtu wa kurithi chochote katika Israeli? Kwa nini Moleki aikalie Gadi, na watu wake kukaa katika miji yake?
ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
2 Hivyo angalia, siku zinakuja - asema Yahwe - nitakapo sikizisha ishara ya vita juu ya Raba miongoni mwa watu wa Amoni, hivyo itakuwa rundo lililoachwa na binti zake watawasha moto. Maana Israeli atawamiliki wanaommiliki,” asema Yahwe.
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
3 Piga kelele kwa maombolezo, Heshboni, maana Ai utaangamizwa! Piga kelele, Binti za Raba! Vaeni nguo za magunia. Ombolezeni na kukimbia kwa kuchanganyikiwa, maana Moleki anakwenda matekani, pamoja na makuhani na viongozi wake.
ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
4 Kwa nini mnajivunia nguvu zenu? Nguvu zenu zitakwisha, binti wasioamini, ninyi mnaotumaini utajiri wenu. Mwasema, “Nani atakayekuja kinyume changu?'
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
5 Tazama, nitaleta kitisho juu yenu - hili ni tamko la Yahwe, Bwana wa majeshi - kitisho hiki kitatoka kwao wote wanaowazunguka. Kila mmoja wenu atatawanyika mbele yake. Hakutakuwa na wa kuwakusanya wanaotawanyika.
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
6 Lakini baada ya haya nitarejesha mema ya watu wa Amoni - hili ni tamko la Yahwe.”
ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
7 Juu ya Edomu, Yahwe wa majeshi asema hivi, Je hakuna tena hekima katika Temani? Je ushauri mwema umepotea kutoka kwa wenye ufahamu? Je hekima yao imeharibika?
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
8 Kimbieni! Rudini nyuma! Bakini katika mashimo katika ardhi, wenyeji wa Dedani. Maana naleta maafa ya Esau juu yake wakati ninaomwadhibu.
ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
9 Ikiwa wavunaji wa zabibu walikuja kwako, je wasinge acha kidogo? Ikiwa wezi walikuja usiku, je wasingeiba kiasi walichotaka?
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
10 Lakini nimempiga Esau kwa ukiwa. Nimefunua maficho yao. Hivyo hataweza kujificha mwenyewe. Watoto wake, ndugu zake, na jirani zake wameharibiwa, wamepotea.
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
11 Acha nyuma yatima wako. Nitachukua uhai wao, na wajane wako wanaweza kuniamini.”
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
12 Maana Yahwe asema hivi, “Tazama, wasiostahili ni lazima wanywe sehemu ya kikombe. Je mnadhani mtaachwa bila kuhadhibiwa? Hapana, maana hakika mtakunywa.
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
13 Maana nimekwisha apa kwangu mimi mwenyewe - asema Yahwe - Hiyo Bozra itakuwa hofu, aibu, magofu, na kitu cha laana. Miji yake yote itakuwa magofu daima.
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
14 Nimesikia habari kutoka kwa Yahwe, na mjumbe ametumwa katika mataifa, 'Kusanyikeni na kumpiga. Jiandaeni kwa vita.'
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
15 “Maana tazama, nimekufanya kuwa mdogo kulinganisha na mataifa mengine, yenye kudharauliwa na watu.
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
16 Na kwa hofu yenu, kiburi cha moyo wako kimekudanganya, wakaaji wa maeneo ya mwinuko, ninyi mliomiliki vilele vya vilima ili mfanye viota vyenu kama tai. Nitawashusha kutoka huko - asema Yahwe.
ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
17 Edomu atakuwa kitisho kwa kila aipitaye. Kila mtu atatetemeka na kutoa sauti kwa sababu ya maafa yake.
ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।
18 Kama maangamizi ya Sodoma na Gomora na jirani zake,” asema Yahwe, “hakuna atakayeishi pale; hakuna mtu atakayekaa huko.
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
19 Tazama, nitapanda kama simba kutoka katika misitu ya Yordani hata eneo la malisho mabichi. Maana nitaharakisha kumfanya Edomu kumkimbia, nami nitamweka mwingine atakayekuwa amechaguliwa kwa usimamizi huo. Maana ni nani aliyekama mimi, ni nani atakayeniagiza kuja? Mchungaji gani awezaye kunizuia?
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20 Hivyo sikiliza mipango ambayo Yahwe ameamua dhidi ya Edom, mipango aliyoifanya kinyume cha wakaao Temani. Bila shaka wataondolewa, hata kundi dogo kuliko yote. Nchi yao yenye malisho yao mabichi itageuzwa kuwa sehemu zenye magofu.
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
21 Kwa kishindo cha kuanguka kwao nchi hutikisika. Sauti ya milio ya kukata tamaa inasikika katika Bahari ya Shamu.
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
22 Tazama, mtu fulani atapiga kama tai, na kushuka chini kwa kasi na kueneza mabawa yake juu ya Bozra. Kisha katika siku hiyo, mioyo ya askari wa Edomu itakuwa kama moyo wa mwanamke katika kuzaa.”
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
23 Juu ya Dameski: “Hamathi na Arpadi zitaaibika, maana wamesikia habari ya madhara. Wanayeyuka! Wamesumbuka kama bahari, isiyotulia.
ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
24 Dameski umekuwa dhaifu sana. Unageuka kukimbia; hofu imeushika, Maangaiko na maumivu yameupata, kama uchungu wa mwanamke ajifunguaye.
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
25 Watu wake wanasema, “Umekuwaje mji maarufu, mji ambao nimeufurahia, kabla haujaachwa?
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
26 Kwa hiyo vijana wake wataanguka katika mitaa yake na askari wake wote watateketea siku hiyo - hili ni tamko la Yahwe wa majeshi.”
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
27 “Maana nitawasha moto katika kuta za Dameski, nami nitazivunja ngome za Beni Hadadi.”
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
28 Juu ya Kedari na falme za Hazori, Yahwe amwambia hivi Nebukadneza (Basi Nebukadneza mfalme wa Babeli alikuwa akienda kuyashambulia maeneo haya): “Inuka na uipige Kedari na kuwaharibu wale watu wa mashariki.
“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29 Jeshi lake litachukua hema zao na makundi yao, nguzo za hema yao, na vitu vyao vyote. Watachukua ngamia wao kutoka kwa watu wa Kedari na kuwambia, 'Hofu ipo pande zote!”
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30 Kimbia, Tangatanga mbali! Kaa katika maandaki ardhini, mkaao Hazori - asema Yahwe - maana Nebukadneza mfalme wa Babeli amepanga mpango kinyume chenu. Kimbieni! Geukeni!
ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
31 Simama! lishambulie taifa lililokatika amani, waishio salama,” asema Yahwe. Hawana malango wala nguzo ndani yao, na watu wake wanakaa wenyewe.
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
32 Maana farasi wao watakuwa mateka, na wingi wa mali zao utakuwa mateka wa vita. Kisha nitawatawanya katika kila upepo wanaonyoa pembe za nywele zao, nami nitaleta madhara juu yao kutoka kila upande - hili ni tamko ya Yahwe.
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
33 Hazori utakuwa makao ya mbwea, nchi isiyofaa daima. Hakuna atakayeishi huko; hakuna mwanadamu atakayekaa huko.”
ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
34 Hili ni neno la Yahwe lililomwijia Yeremia nabii kuhusu Elamu. Ilikuwa wakati wa mwanzo wa kutawala kwake Sedekia mfalme wa Yuda, naye akasema,
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35 “Yahwe wa majeshi asema hivi: Tazama, ninakaribia kumvunja mpiga upinde wa Elamu, sehemu kuu ya nguvu zao.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍‍ର ଧନୁ, ଅର୍ଥାତ୍‍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
36 Maana nitaleta pepo nne kutoka katika pande nne za mbingu, nami nitawatawanya watu wa Elamu katika pepo hizo zote. Hakuta kuwa na taifa ambalo kwalo waliotawanywa kutoka Elamu hawatakwenda.
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
37 Hivyo nitawavunjavunja Elamu mbele ya adui zao na mbele ya watafutao uhai wao. Maana nitaleta maangamizo dhidi yao, hasira ya gadhabu yangu - hili ni tamko la Yahwe - nami nitapeleka upanga nyuma yao hata nitakapowafuta wote.
ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
38 Kisha nitaweka kiti changu cha enzi huko Elamu na kumwangamiza mfalme na viongozi wao kutoka huko - asema Yahwe -
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
39 na itakuwa siku zijazo kwamba nitarejesha mema ya Elamu - asema Yahwe.”
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”

< Yeremia 49 >