< Yeremia 7 >

1 Hili ndilo neno la BWANA lililomjia Yermia,
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 Simama katika lango la nyumba ya BWANA na utangaze ujumbe huu! Sikiilizeni neno la BWANA, ninyi nyote watu wa Yuda, ninyi mnaoingia katika malango haya kumwabudu BWANA.
“ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
3 BWANA wsa majeshi, Mungu wa Israeli, anasema hivi: Tengenezeni njia zenu na kufanya mema, nami nitawaacha muishi hapa.
ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।
4 Msitumainie maneno ya uongo mkisema, “Hekalu la BWANA!, Hekalu la BWANA! Hekalu la BWANA!”
‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
5 Bali kama mtazitengeneza njia zenu na kufanya mema, kama mtatoa hukumu ya haki kati ya mtu na jirani yake
କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
6 -kama hamtanyonya anayekaa katika nchi, yatima, mjane, na kama hamtamwaga damu ya mtu asiye na hatia mahali hapa, na kama hataenda kwa miungu mingine kwa ajili ya maumivu yenu
ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;
7 -ndipo nitakapowaacha mkae mahali hapa, katika nchi ambayo niliwapia mababu zenu toka zamani na hata milele.
ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।
8 Tazama! Mnatumainia maneno ya uongo ambayo hayawasaidii.
ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
9 Je, mnaiba. mnaua, manafanya uzinzi? na mnaapa kwa uongo na kufukiza uvumba kwa Baali na kwenda kwa miungu mingine ambao hamkuwajua?
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,
10 Je, mnakuja na kusimama mbele yangu katika nyumba hii ambapo jina langu linatangazwa na kusema, “Tumeokoka.” hivyo mnaweza kufanya machukizo yote haya?
ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?
11 Je, hii ndiyo nyumba inayobeba jina langu, pango la wanyang'anyi mbele ya macho yenu? Lakini tazama, Nimeiona - BWANA asema.'
ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।
12 Kwa hiyo uende mahali pangu kule Shiloh, Kule ambako mwanzoni niliruhusu jina langu kukaa, na tazama kile nilichofanya pale kwa sababu ya maovu ya watu wangu Israeli.
ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।
13 Kwa hiyo sasa, kwa sababu ya matendo yako haya yote - asema BWANA - Nilikuambia mara kadhaa, lakini hukusikiliza. Nilikuita, lakini hukuitika.
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
14 Kwa hiyo kile nilichofanya Shilo, ndicho ambacho pia nitakachofanya kwa nyumba yangu hii inayoitwa kwa jina langu, nyumba amabyo ninyi mmeitumainia, mahali hapa ambapo niliwapa ninyi na mababu zenu.
ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!
15 Kwa kuwa nitawafukuza mtoke kwangu kama vile nilivyowafukuza ndugu zenu wote, uzao wote wa Efraimu.'
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
16 Na wewe, Yeremia, usiwaombee watu hawa, na usiinue maombolezo ya kilio au kuomba sala kwa niaba yao, na usinishi, kwa kuwa sitakusikiliza.
ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
17 Kwani huoni kile wanachofanya katika miji ya Yuda na katika mitaa ya Yerusalemu?
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
18 Watoto wanakusanya kuni na baba zao huwasha moto! Wanawake hukanda unga ili kuoka mikate kwa ajili ya malikia wa mbinguni na kumimina sadaka ya vinywaji kwa miungu mingine ili kunikasirisha mimi.
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
19 Ni kweli wananikasirisha mimi? - asema BWANA - Je, si wao wanaojikasirisha, ili kwamba aibu iwe juu yao?
ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
20 Kwa hiyo BWANA, Mungu asema hivi, 'Tazama, hasira na ghahdabu yangu zitamwagwa juu ya mahali hapa, kwa watu wote na wanyama, juu ya miti katika mashamba na mazao ya ardhi, Itawaka nayo haitazimishwa.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
21 BWANA wa majeshi, Mungu wa Israeli asema hivi, Jiongezeeni sadaka za kuteketezwa katika dhabihu zenu na nyama zake.
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
22 Kwani wakati nilipowatoa mababu zenu kutoka nchi ya Misri, Sikuhitaji chochote kutoka kwao. Sikuwapa amri juu ya maswala ya sadaka za kuteketezwa na dhabihu.
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;
23 Niliwapa amri hii tu, “Sikilizeni sauti yangu, nami nitakuwa Mungu wenu nanyi mtakuwa watu wangu. Kwa hiyo muishi katika njia ambazo ninawaamuru, ili mambo yenu yawe mazuri.”
ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
24 Lakini hawkunisikiliza wala kuzingatia. Walishi kwa kufuata mipango yao ya uasi ya mioyo ya maovu, kwa hiyo walirudi nyuma badala ya kuendelea mbele.
ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
25 Tangu siku ambayo mababu zenu walitoka katika nchi ya Misri mpaka leo, Nimetuma watumishi wangu, manabii wangu, kwenu. Niliendelea kuwatuma.
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
26 Lakini hawakuwasikiliza. Hawakuzingatia. Badala yake walishupaza shingo zao. Walikuwa waovu zaidi ya mababu zao.
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
27 Kwa hiyo yatangaze maneno haya yote kwao, japo hawatakusikiliza. Yatangaze mambo haya kwao, lakini hawatakujibu.
ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
28 Waambie kuwa hili ni taifa ambalo haliisikilizi sauti ya BWANA, Mungu wake na lisilopokea mafundisho. Ukweli uneharibiwa na kukatwa kutoka kwenye vinywa vyao.
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
29 Zikate nywele zako na kujinyoa, na kuzitupa. Imba wimbo wa maombolezo katika maeneo yaliyo wazi. Kwa kuwa BWANA amekikataa na kukitupa kizazi hiki cha hasira yake.
ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’
30 Kwa kuwa wana wa Yuda wamefanya maovu mbele ya macho yangu - asema BWANA - wameweka machukizo yao katika nyumba ambayo jina langu hunenwa, ili kulinajisi.
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
31 Kisha wamejenga mahali palipoinuka pa Tofethi ambapo pako kwenye bonde la Ben Hinomu. Walifanya hivi ili kuwachoma wana na binti zao kwenye moto - kitu ambacho mimi sikuamuru, wala kuweka jambo hilo katika akili zangu.
ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
32 Kwa hiyo, tazama siku zinakuja - asema BWANA - ambapo hapataitwa tena Tofethi au bonde la Ben Hinomu. Litakuwa bonde la machinjio; watazika maiti hapo Tofethi mpaka eneo lote lienee.
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।
33 Mizoga ya watu hawa itakuwa chakula cha ndege wa angani na wanyama wa duniani, na hakutakuwa na mtu wa kuwafukuza.
ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
34 Nitazikomesha katika miji ya Yuda na mitaa ya Yerusalaemu sauti za kuiniuliwa na vicheko, Sauti ya bwana arusi na ya bibi arusi; kwa kuwa nchi hiyo itakuwa ukiwa.”
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।

< Yeremia 7 >