< Ayubu 29 >

1 Ayubu akaendelea na kusema,
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2 Ee, ningekuwa kama nilivyokuwa miezi iliyopita wakati Mungu aliponiagalia,
“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
3 taa yake ilipowaka kichwani pangu, na pale nilipotembea gizani kwa nuru yake.
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
4 Ee, kwamba ningekuwa kama nilivyokuwa katika siku za ujana wangu uhusiano wangu na Mungu ulivyokuwa mzuri,
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
5 wakati Mwenyezi alipokuwa pamoja nami, na wanangu walipokuwa karibu nami,
ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
6 wakati maisha yangu yalipokuwa yamejawa na utele, na mwamba uliponichuruzishia chemichemi za mafuta.
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
7 Nilipokwenda langoni mwa mji, nilipokaa katika eneo la mji,
ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8 vijana waliniona na walikaa mbali kwa kuniheshimu, na wazee waliinuka na kusimama kwa ajili yangu.
ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
9 Wana wa mfalme waliacha kuongea nilipofika; wangeweka mkono wao katika vinywa vyao.
ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10 Sauti za waheshimiwa zililazimishwa, na ndimi zao hazikuweza kuongea vinywani mwao.
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11 Kwani baada ya kunisikia, wangenibariki; waliponiona, wangeniona na kuniheshimu
କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
12 kwa maana nilikuwa nikiwasaidia masikini waliokuwa wakiteseka, na yatima, asiye na msaada.
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13 Baraka zao waliokuwa karibu kuangamia zilinipata; niliufanya moyo wa mjane kuimba kwa furaha.
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
14 Nilijivika utakatifu, nao ulinifunika; haki yangu ilikuwa kama kanzu na kilemba.
ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
15 Niliwasaidia vipofu; niliwasaidia walemavu.
ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।
16 Niliwasaidia wahitaji; niliwasaidia hata wasionijua.
ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
17 Nilimnyamazisha mwovu; nilimpokonya manusura kutoka katika meno yake.
ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
18 Kisha nilisema nitakufa mahali salama; nitazizidisha siku zangu kama mchanga.
ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19 Mizizi yangu imeenea majini, na umande kukaa usiku wote katika matawi yangu.
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20 Heshima yangu ni mpya daima, na nguvu za upinde wangu zipo katika mkono wangu kila wakati.
ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।
21 Watu walinisikiliza; walinisubiri; walisikiliza ushauri wangu.
ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
22 Nilipo maliza kuongea hawakunena tena, maneno yangu yaliwatia nguvu kama mvua.
ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
23 Waliningoja kama kungoja mvua; waliyathamini maneno yangu, kama walivyotamani mvua iliyokawia.
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
24 Niliwafurahia bila wao kutarajia; hawakukataa uzuri wa uso wangu.
ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।
25 Nilikuwa kama mfalme wao na kuwachagulia cha kufanya; nilikuwa kama mfalme katika jeshi lake, kama awafarijiye waombolezaji mazishini.
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।

< Ayubu 29 >