< Ayubu 30 >

1 Sasa vijana wananidhihaki - vijana ambao baba zao wasingeweza hata kuwahudumia mbwa wa kundi langu.
ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
2 Kwa kweli, nguvu za mikono ya baba zao, zingenisaidia nini - watu ambao hawakuwa na nguvu wakati wa kukua kwao?
ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
3 Walidhoofishwa na umasikini na njaa; walisaga nchi kavu mafichoni.
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
4 Walichuma mche chumvi na majani ya vichaka; mizizi ya mti wa ufagio ilikuwa ndiyo chakula chao.
ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
5 Waliondolewa miongoni mwa watu waliopiga kelele nyuma yao kama ambavyo mtu angempigia kelele mwizi.
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
6 Hivyo walipaswa kuishi katika mabonde ya mto, katika mashimo ya ardhi na miamba.
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
7 Walilia kwa uchungu porini kama punda; chini ya vichaka walikutana.
ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8 Walikuwa uzao wa wapumbavu, hakika, wa watu wasiofaa; waliondolewa duniani kama waarifu.
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
9 Lakini sasa, nimekua sababu ya wimbo wa dhihaka kwa wana wao; hakika, nimekuwa mzaa kwao.
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
10 Wananichukia na kusimama mbali nami; hawaachi kunitemea usoni.
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
11 Kwa maana Mungu ameondoa kamba katika upinde wangu na amenipiga, na hivyo watu hawa wanashindwa kujizuia mbele yangu.
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
12 Kundi la vijana wabaya wanashambulia nguvu zangu; wananiondolea mbali na kukusanya kinyume changu rundo la kuhusuru.
ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
13 Wanaharibu maisha yangu; wanapeleka mbele maangamizi yangu, watu wasio na wakuwazuia.
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
14 Wanakuja kinyume changu kama jeshi katika tundu pana katika ukuta wa mji; katikati ya maangamizi wanajizungusha juu yangu.
ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
15 Hofu zimeniandama; heshima yangu imeondolewa mbali nami kama kwa upepo; mafanikio yangu yameondolewa kama wingu.
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
16 Sasa uhai wangu umeondolewa ndani yangu; siku nyingi za maumivu zimenipita.
ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
17 Mifupa inauma ndani yangu wakati wa usiku; maumivu yanayonisaga hayaishi.
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
18 Nguvu kuu ya Mungu imeshika mavazi yangu; yananizunguka kama kala ya vazi langu.
ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
19 Amenitupa matopeni; nimekuwa kama vumbi na majivu.
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
20 Nakulilia wewe, Mungu, lakini haunijibu; ninasimama, nawe unaniangalia tu.
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
21 Umegeuka na kuwa mkali kwangu; kwa nguvu za mkono wako umenitesa.
ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
22 Unaniinua katika upepo na kuufanya unikokote; unanirusha huku na kule katika dhoruba.
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
23 Kwa maana najua ya kwamba utanipeleka mautini, nyumba ya hatima kwa viumbe vyote.
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
24 Lakini, je hakuna ainuaye mkono wake kuomba msaada aangukapo? Je hakuna aombaye msaada akiwa tabuni?
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
25 Je sikulia kwa ajili yake aliyekuwa tabuni? Je sijahuzunika kwa ajili ya mwitaji?
ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26 Nilipotazamia mema, ndipo yalipokuja mabaya; niliposubiri nuru, giza lilikuja badala yake.
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
27 Moyo wangu umetaabika na hautulii; siku za mateso zimenipata.
ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
28 Nimekuwa na ngozi nyeusi lakini si kwa sababu ya jua; nasimama katika kusanyiko na kulilia msaada.
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
29 Nimekuwa ndugu kwa mbwea, mshirika wa mbuni.
ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।
30 Ngozi yangu imekuwa nyeusi na inapukutika; mifupa yangu imeunguzwa na joto.
ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
31 Kwa hiyo kinubi changu kimefunguliwa kwa nyimbo za maombolezo, zomari yangu kwa kuimba kwao waombolezao.
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।

< Ayubu 30 >