< Yuda 1 >
1 Yuda, mtumwa wa Yesu Kristo, na ndugu yake Yakobo, kwa wale ambao wameitwa, wapendwao katika Mungu Baba, na waliotunzwa kwa ajili ya Yesu Kristo:
ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 rehema na amani na upendo viongezwe kwenu.
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
3 Wapenzi, wakati nilipokuwa nikifanya kila juhudi kuwaandikia ninyi kuhusu wokovu wetu sote, ilinilazimu kuwaandikia kwa ajili ya kuwashauri ili mshindanie kwa uaminifu imani ambayo ilikuwa imekabidhiwa mara moja tu kwa waamini.
ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
4 Kwa sababu watu fulani wamejiingiza kwa siri kati yenu - watu ambao walitiwa alama kwa ajili ya hukumu - watu wasio wataua ambao hubadili neema ya Mungu wetu kuwa ufisadi, na kumkana Bwana wetu pekee na Bwana Yesu Kristo.
କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
5 Sasa napenda kuwakumbusha ninyi ingawa kuna wakati mlijua kwa ukamilifu kwamba Bwana aliwaokoa watu kutoka nchi ya Misri, lakini baadaye kuwaangamiza wale ambao hawakuamini.
ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।
6 Na malaika ambao hawakuilinda enzi yao wenyewe lakini wakaacha makao yao maalum Mungu amewaweka katika minyororo ya milele, ndani ya giza, kwa ajili ya hukumu ya siku ile kuu. (aïdios )
ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। (aïdios )
7 Kama vile Sodoma na Gomora na miji iliyoizunguka, ambayo pia ilijiingiza yenyewe katika uasherati na wakafuata tamaa isiyo ya asili. Walioneshwa kama mifano ya wale ambao huteseka katika hukumu ya moto wa milele. (aiōnios )
ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। (aiōnios )
8 Hali kadhalika, kwa njia ile ile waota ndoto hawa pia huchafua miili yao, na hukataa mamlaka, na wananena uongo dhidi ya mtukufu.
ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
9 Lakini hata Mikaeli malaika mkuu, wakati alipokuwa akishindana na ibilisi na kuhojiana naye kwa ajili ya mwili wa Musa, hakuthubutu kuleta hukumu ya uongo dhidi yake, lakini badala yake alisema, “Bwana akukemee!”
କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।
10 Lakini watu hawa huleta uongo dhidi ya chochote wasicho kifahamu. Na kile wasicho kifahamu- kile ambacho wanyama wasio na akili hujua kwa silika- haya ndiyo yaliyo waharibu.
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
11 Ole wao! Kwa kuwa wametembea katika njia ya Kaini, na kulifuata kosa la Balaamu. Wameangamia katika uasi wa Kora.
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
12 Hawa ni miamba katika sherehe zenu za upendo, wakisherehekea bila aibu, wakijilisha tu wenyewe. Ni mawingu yasiyo na maji, yanayobebwa na upepo, ni miti iliyopukutika isiyo na matunda iliyo kufa mara mbili, iliyong'olewa mizizi
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
13 Ni mawimbi ya bahari yenye kelele yakitoa aibu yao wenyewe, Ni nyota zinazorandaranda ambazo weusi wa giza umetunzwa kwa ajili yao milele. (aiōn )
ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। (aiōn )
14 Enoko, wa saba katika orodha ya Adamu, alitabiri kuhusu wao, akisema, “Tazama! Bwana anakuja na maelfu kwa maelfu ya watakatifu wake,
ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
15 ili afanye hukumu juu ya kila mtu, na kutia hatia wote wasiomcha Mungu juu ya matendo yao yote waliyokwishafanya katika njia zisizo za kitauwa, na kwa maneno yote ya ukali ambayo wasio watauwa wameyanena dhidi yake.”
ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
16 Hawa ni wale wanung'unikao, walalamikao ambao hufuata tamaa zao za uovu, wajivunao mno, ambao kwa faida yao hudanganya wengine.
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
17 Lakini ninyi, wapenzi, kumbukeni maneno ambayo yalinenwa zamani na mitume wa Bwana Yesu Kristo.
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
18 Walisema kwenu, “Katika wakati wa mwisho kutakuwa na watu wanaodhihaki ambao hufuata tamaa zao zisizo za kitauwa.”
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
19 Watu hawa ni watenganishaji, wanatawaliwa na tamaa za asili, na hawana Roho.
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
20 Lakini ninyi, wapenzi, kama mjijengavyo katika imani yenu takatifu sana, na kama muombavyo katika Roho Mtakatifu,
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
21 jitunzeni katika upendo wa Mungu, na msubiri rehema ya Bwana wetu Yesu Kristo ambayo huwapatia uzima wa milele. (aiōnios )
ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। (aiōnios )
22 Onesheni rehema kwa wale walio na shaka.
ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
23 Waokoeni wengine kwa kuwanyakua kutoka katika moto. Kwa wengine onesheni huruma kwa hofu, mkichukia hata vazi lililotiwa doa na mwili.
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
24 Sasa kwake awezaye kuwalinda msijikwae, na kuwasababisha msimame mbele ya utukufu wake, bila mawaa na kuwa na furaha kuu,
ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
25 kwake Mungu pekee mwokozi kupitia Yesu Kristo Bwana wetu, utukufu uwe kwake, ukuu, uwezo na nguvu kabla ya nyakati zote, na sasa na hata milele. Amina. (aiōn )
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। (aiōn )