< Waamuzi 10 >

1 Baada ya Abimeleki, Tola, mwana wa Pua, mwana wa Dodo, mtu wa Isakari, aliyekaa Shamiri, katika mlima wa Efraimu, akaondoka ili kuwaokoa Israeli.
ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
2 Akawa mwamuzi wa Israeli miaka ishirini na mitatu. Alikufa na kuzikwa Shamiri.
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
3 Alifuatiwa na Yairi Mgileadi. Akawa mwamuzi wa Israeli miaka ishirini na miwili.
ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
4 Alikuwa na wana thelathini waliokuwa wakipanda kwenye punda thelathini, na walikuwa na miji thelathini, ambayo inaitwa Hawoth Yairi hata leo, iliyo katika nchi ya Gileadi.
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
5 Yairi alikufa na kuzikwa Kamoni.
ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
6 Watu wa Israeli waliendelea kutenda maovu mbele za Bwana, wakaabudu Mabaali, Maashtoreti, miungu ya Aramu, miungu ya Sidoni, miungu ya Moabu, miungu ya wana wa Amoni, na miungu ya Wafilisti. Wakamsahau Bwana na hawakamsujudia tena.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
7 Hasira ya Bwana ikawaka juu ya Israeli, naye akawauza mikononi mwa Wafilisti na katika mikono ya wana wa Amoni.
ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
8 Wakawaangamiza na kuwadhulumu watu wa Israeli mwaka huo, na kwa muda wa miaka kumi na nane waliwafukuza watu wote wa Israeli waliokuwa ng'ambo ya Yordani katika nchi ya Waamori, iliyoko Gileadi.
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
9 Nao wana wa Amoni wakavuka Yordani, wakapigana na Yuda, na Benyamini, na nyumba ya Efraimu; Israeli akasumbuliwa sana.
ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10 Ndipo wana wa Israeli wakamwita Bwana, wakisema, “Tumekukosea, kwa sababu tumemwacha Mungu wetu, tukaabudu Mabaali.”
ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।”
11 Bwana akawaambia wana wa Israeli, “Je, sikuwatoa ninyi kutoka kwa Wamisri, na Waamori, na Waamoni, na Wafilisti,
ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
12 na pia kwa Wasidoni? Waamaleki na Wamaoni walipowakandamiza; mliniita, nami nikawaokoa kutoka katika nguvu zao.
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
13 Lakini ninyi mliniacha tena na kuabudu miungu mingine. Kwa hiyo, sitawaokoa tena.
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
14 Nendeni mkaiite miungu mnayoiabudu. Ili iwaokoe wakati wa shida.
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
15 Wana wa Israeli wakamwambia Bwana, Tumefanya dhambi. Tufanyie chochote kinachoonekana kuwa kizuri kwako. Tafadhali, tuokoe leo.
ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
16 Wakaiacha miungu ya kigeni waliyokuwa nayo, nao wakamwabudu Bwana. Naye akawa na subira juu ya taabu ya Israeli.
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
17 Ndipo Waamoni wakakusanyika, wakaweka kambi Gileadi. Waisraeli walikutana na kuweka kambi yao huko Mispa.
ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
18 Viongozi wa watu wa Gileadi wakaambiana, 'Ni nani atakayeanza kupigana na Waamoni? Yeye atakuwa kiongozi juu ya wote wanaoishi Gileadi.
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”

< Waamuzi 10 >