< Mambo ya Walawi 18 >

1 Yahweh akazungumza na Musa, akisema,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Zungumza na watu wa Israeli na uwaambie, “Mimi ndimi Yahweh Mungu wenu.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
3 Msitende mambo ambayo watu wa Misri huyatenda, mahali mlikokuwa mkiishi awali. Na ni lazima msitende mambo yale wanayoyatenda watu wa Kanaani, nchi ambayo ninawapeleka nyinyi. Msifuate desturi zao.
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4 Sheria zangu ndizo mtakazozitenda, na amri zangu ndizo mtakazozishika, kwa sababu Mimi ndimi Yahweh Mungu wenu.
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 Kwa hiyo ni lazima mzitunze hukumu zangu na sheria zangu. Ikiwa mtu amezitii, ataishi kwa sababu ya hizo. Mimi Ndimi Yahweh.
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6 Pasiwepo kwenu atakayelala na yeyote aliye na uhusiano wa karibu naye. Mimi ndimi Yahweh.
ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7 Usimfedheheshe baba yako kwa kulala na mama yako. Yeye ni mama yako! Haikupasi kumfedhehesha yeye.
ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8 Usilale na yeyote wa wake za baba yako; Usimfedheheshe namna hiyo baba yako.
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
9 Usilale na yeyote aliye mmoja miongoni mwa dada zako, ama ni binti ya baba yako au ni binti ya mama yako, ama aliyelelewa nyumbani mwenu au mbali nawe. Usilale na dada zako.
ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
10 Usilale na binti ya mwanao, au binti ya binti yako. Hiyo ingekuwa aibu yako mwenyewe.
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11 Usilale na binti ya mke wa baba yako, aliyezaliwa kwa baba yako, yeye ni dada yako, na usilale naye.
ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12 Usilale na dada ya baba yako. Yeye ni ndugu wa karibu kwa baba yako.
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13 Usilale na dada ya mama yako. Yeye ni ndugu wa mama yako.
ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14 Usimfedheheshe ndug wa baba yako kwa kulala na mke wake. Usimkaribie kwa kusudi hilo; yeye ni shangazi yako.
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15 Usilale na binti- mkwe wako, Yeye ni mke wa mwanao; usilale naye.
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
16 Usilale na mke wa kaka yako; usije ukamfedhesha yeye katika njia hii.
ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
17 Usilale na mwanamke kisha na binti yake, au binti wa mwanawe au binti wa binti yake. Hao ni ndugu zake wa karibu, na kulala nao lingekuwa ni uovu.
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
18 Usimwoe dada ya mke wako kuwa mke wako wa pili na kulala naye wakati bado mke wako wa kwanza angali hai.
ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।
19 Usilale na mwanamke wakati wake wa hedhi.
ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
20 Yeye ni najisi kwa wakati huo. Usilale na mke wa jilani yako na kujichafua mwenyewe kwake katika njia hii.
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
21 Msiwatoe watoto wenu ili kuwapitisha kwenye moto, ili kwamba muwatoe sadaka kwa Moleki, kwa sababu msije mkalinajisi jina la Mungu wenu. Mimi ndimi Yahweh.
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
22 Usilale na mwanaume mwingine kama ulalavyo na mwanamke. Jambo hili lingekuwa uovu.
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
23 Usilale na myama yeyote na kujitia unajisi kwake. Haimpasi mwanamke kufikiria kulala na mnyama ye yote. Huo ungekuwa upotovu.
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
24 Msijichafue wenyewe katika njia hizi, kwa kuwa katika njia hizi mataifa yamechafuliwa, mataifa ambayo Nitayafukuza yatoke kwa ajili yenu.
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
25 Ni kwa sababu nchi imenajisiwa, hivyo niliiadhibu dhambi yao, nayo nchi ikawatapika wakazi wake
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
26 Kwa hiyo, yawapasa kuzishika amri zangu na maagiza yangu, na msifanye aina yoyote ya mambo haya ya machukizo, wala Mwisraeli mzaliwa au Mgeni aishie miongoni mwenu.
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
27 Kwa kuwa ni uovu huu ambao watu wametenda, wale ambao waliishi hapa kabla yenu, na sasa nchi imenajisiwa.
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
28 Kwa hiyo, muwe waangalifu ili kwamba nchi isiwatapike nyinyi baada ya kuwa mmeinajisi, kama ilivyowatapika wale watu waliokuwako kabla yenu.
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
29 Yeyote anayefanya mambo haya ya kuchukiza, watu wafanyao mambo hayo ya kuchukiza lazima watakatiliwa mbali kutoka miongoni mwa watu wao.
ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
30 Kw a hiyo inawapasa kuzishika amri zangu na sitende mojawapo ya desturi hizi zenyekuchukiza ambazo zilitendwa hapo kabla yenu, ili msijinajisi wenyewe kwa hizo. Mimi ndimi Yahweh Mungu wenu.
ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

< Mambo ya Walawi 18 >