< Mathayo 11 >
1 Ikawa baada ya Yesu kumaliza kuwaelekeza wanafunzi wake kumi na wawili aliondoka plae kwenda kufundisha na kuhubiri katika miji yao,
ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।
2 na Yohana akiwa gereszani aliposikia akiwa juu ya matendo ya Kristo, alituma ujumbe kupitia wanafunzi wake,
ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
3 na wakamuuliza, “Wewe ni yule ajaye, au kuna mwingine tunapaswa kumtazamia?”
ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
4 Yesu akajibu na kusema kwao “Nendeni mkamtaarifu Yohana yale mnayoyaona na yale mnayoyasikia.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;
5 Watu wasioona wanapata kuona, viwete wanatembea, wakoma wanatakaswa, watu wasiosikia wanasikia tena, watu waliokufa wanafufuliwa kupata uhai, na watu wahitaji wanahubiriwa habari njema.
ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
6 Na amebarikiwa yule asiyeona shaka juu yangu.
ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”
7 Pindi watu hawa walipoondoka, Yesu alianza kusema na umati juu ya Yohana, “Ni nini mlikwenda kuona katika jangwa tete likitikiswa na upepo?
ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
8 Lakini nini mlikwenda kuona mtu aliyevaa mavazi mololo? Hakika, wale wavaao mavazi mololo hukaa katika nyumba za wafalme.
ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।
9 Lakini mliondoka kuona nini-Nabii? Ndiyo, nawaambia, na zaidi ya Nabii.
ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ;
10 Huyu ndiye aliyeandikiwa, 'Tazama, namtuma mjumbe wangu mbele ya uso wako, ambaye ataandaa njia yako mbele yako.
ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
11 Mimi nawaambia kweli, kati ya waliozaliwa na wanawake hakuna aliye mkuu kuliko Yohana Mbatizaji. Lakini aliye mdogo katika ufalme wa mbinguni ni mkubwa kuliko yeye.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
12 Toka siku za Yohana Mbatizaji mpaka sasa, ufalme wa Mbinguni ni wa nguvu, na watu wenye nguvu, huuchukua kwa nguvu.
ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
13 Kwa kuwa manabii na sheria, ikamelcuwa wakitabiri mpaka kwa Yohana.
କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ।
14 Na kamamko tayari kukubali, huyu ni Eliya, yule ajaye.
ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି।
15 Aliye na masikio ya kusikia na asikie.
ଯାହାର କାନ ଅଛି, ସେ ଶୁଣୁ।
16 Nikilinganishe na nini kizazi hiki? Ni mfano wa watoto wanaocheza maeneo ya sokoni, wanaokaa na kuitana
କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,
17 na kusema, 'Tuliwapigia zomari na hamkucheza. Tuliomboleza, na hamukulia.'
‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’
18 Kwa kuwa Yohana alikuja bila kula mkate au kunywa mvinyo, na wakawa wanasema, 'Ana pepo.'
କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’
19 Mwana wa Adamu alikuja akila na kunywa na wakasema 'Angalia, ni mtu mlaji na mlevi, rafiki wa watoza ushuru na wenye dhambi!' Lakini hekima inadhihirishwa kwa matendo yake.''
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
20 Yesu alianza kuikemea miji ambamo baadhi ya matendo yake ya ajabu yalitendeka, kwa sababu walikuwa hawajatubu,
ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।
21 Ole wako, Kolazini, Ole wako Bethsaida! Kama matendo makuu yangetendeka Tiro na Sidoni yale yaliyotendeka hapa, wangekuwa wametubu zamani kwa kuvaa magunia na kujipaka majivu.
“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
22 Lakini itakuwa uvumilivu kwa Tiro na Sidoni siku ya hukumu kuliko kwako.
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
23 Wewe, Kapernaum, unadhani utainuliwa hadi mbinguni? Hapana utashushwa hadi chini kuzimu. Kama kwa Sodoma kungefanyika matendo makuu, kama yalifanyika kwako, ingekuwepo hadi leo. (Hadēs )
ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। (Hadēs )
24 Bali nasema kwako kwamba itakuwa rahisi kwa nchi ya Sodoma kusimama siku ya hukumu kuliko wewe.
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”
25 Katika muda huo Yesu alisema, “Nakusifu wewe, Baba, Bwana wa Mbingu na Nchi, kwa sababu uliwaficha mambo haya wenye hekima na ufahamu, na kuyafunua kwa wasio na elimu, kama watoto wadogo.
ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
26 Baba kwa kuwa ilikupendeza hivyo machoni pako.
ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
27 Mambo yote yamekabidhiwa kwangu kutoka kwa Baba. Na hakuna amjuaye Mwana isipokuwa Baba, na hakuna amjuaye Baba isipokuwa Mwana, na yeyote ambaye Mwana ana hamu ya kumfunulia.
ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
28 Njoni kwangu, nyinyi nyote mnaosumbuka na mnaolemewa na mzigo mzito, nami nitawapumzisha.
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
29 Jitieni nira yangu na mjifunze kutoka kwangu, kwa kuwa mimi ni mnyenyekevu na mpole wa moyo na mtapata pumziko la nafsi zenu.
ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
30 Kwa kuwa nira yangu ni laini na mzigo wangu ni mwepesi.
ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”