< Mathayo 19 >

1 Ilitokea wakati Yesu alipomaliza maneno hayo, akaondoka Galilaya, na akaenda mpakani mwa Yudea mbele ya mto Jordani.
ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
2 Umati mkubwa ukamfuata, na akawaponya huko.
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
3 Mafarisayo wakamjia, wakamjaribu, wakamwambia, “Je ni halali kwa mtu kumwacha mke wake kwa sababu yoyote?”
ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
4 Yesu akajibu na kusema, “Hamkusoma, kwamba yeye aliyewaumba mwanzo aliwaumba mume na mke?
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
5 Na tena akasema, 'Kwa sababu hiyo mwanaume atamwacha baba yake na mama yake na kuungana na mke wake, nao wawili watakuwa mwili mmoja?'
ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
6 Hivyo siyo wawili tena, bali mwili mmoja. Basi, kile alichokiunganisha Mungu, mtu yeyote asikitenganishe.”
“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
7 Wakamwambia, “Sasa kwa nini Musa alituamuru kutoa hati ya talaka na kumwacha?”
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
8 Akawaambia, “Kwa ugumu wenu wa mioyo Musa aliwaruhusu kuwaacha wake zenu, lakini tangu mwanzo haikuwa hivyo.
ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
9 Nawaambieni, kwamba yeyote atayemwacha mke wake, isipokuwa kwa sababu ya uzinzi, na akamwoa mwingine, amezini. Na mwanaume atakayemwoa mke aliyeachwa amezini.”
“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
10 Wanafunzi wakamwambia Yesu, “Kama ndivyo ilivyo kwa mume na mkewe, siyo vizuri kuoa.”
ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।
11 Lakini Yesu akawaambia, “Si kila mtu anaweza kupokea mafundisho haya, bali ni kwa wale tu walioruhusiwa kupokea.
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
12 Kwa vile wapo matowashi waliozaliwa tokea tumboni mwa mama zao. Na vilevile kuna matowashi waliofanywa na watu. Na kuna matowashi waliojifanya matowashi kwa ajili ya ufalme wa mbinguni. Awezaye kupokea mafundisho haya na ayapokee.”
କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
13 Kisha akaletewa baadhi ya watoto wadogo ili awawekee mikono juu yao na kuomba, lakini wanafunzi wake wakawakemea.
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
14 Bali Yesu akasema, “Waruhusuni watoto wadogo, wala msiwakataze kuja kwangu, kwa maana ufalme wa mbinguni ni wa watu kama wao.
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
15 Naye akaweka mikono yake juu yao, na kisha akaondoka pale.
ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
16 Tazama mtu mmoja akaja kwa Yesu na kusema, “Mwalimu, ni kitu gani kizuri ninachotakiwa kufanya ili nipate kuwa na uzima wa milele?” (aiōnios g166)
ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? (aiōnios g166)
17 Yesu akamwambia, “Kwa nini unaniuliza ni kitu gani kizuri? Kuna mmoja tu aliye mwema, lakini kama ukitaka kupata uzima, shika sheria za Mungu.”
ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
18 Yule mtu akamwuliza, “Ni sheria zipi?” Yesu akasema, “Usiue, usizini, usiibe, usishuhudie uongo,
ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
19 waheshimu baba yako na mama yako, na mpende jirani yako kama nafsi yako.”
ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
20 Mtu yule akamwambia, “Mambo yote hayo nimeyatii. Bado ninahitaji nini?
ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
21 “Yesu akamwambia, “Kama ukitaka kuwa mkamilifu, nenda, ukauze ulivyo navyo, na uwape maskini, na utakuwa na hazina mbinguni. Kisha njoo unifuate.”
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
22 Lakini kijana yule aliposikia yale Yesu aliyomwambia, akaondoka kwa huzuni, kwa sababu alikuwa na amemiliki mali nyingi.
କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
23 Yesu akawaambia wanafunzi wake, “Kweli nawaambieni, ni vigumu kwa mtu tajiri kuingia katika ufalme wa mbinguni.
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
24 Tena nawaambieni, ni rahisi kwa ngamia kupita katika tundu la sindano, kuliko kwa mtu tajiri kuingia katika ufalme wa Mungu.”
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
25 Wanafunzi waliposikia hivyo, wakashangaa sana na kusema, “Ni yupi basi atakayeokoka?”
ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
26 Yesu akawatazama na kusema, “Kwa wanadamu hilo haliwezekani, lakini kwa Mungu yote yanawezekana.”
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
27 Kisha Petro akamjibu na kumwambia, “Tazama, tumeacha vyote na kukufuata wewe. Ni kitu gani tutakachopata?”
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
28 Yesu akawaambia, “Kweli nawaambieni, yeye aliyenifuata mimi, katika uzao mpya wakati Mwana wa Adam atakapoketi katika kiti cha enzi cha utukufu wake, ninyi pia mtaketi juu ya viti kumi na viwili vya enzi, kuwahukumu makabila kumi na mawili ya Israeli.
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
29 Kila mmoja wenu aliyeacha nyumba, kaka, dada, baba, mama, watoto, au shamba kwa ajili ya jina langu, atapokea mara mia na kuurithi uzima wa milele. (aiōnios g166)
“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। (aiōnios g166)
30 Lakini wengi walio wa kwanza sasa, watakuwa wa mwisho, na walio wa mwisho watakuwa wa kwanza.
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”

< Mathayo 19 >